-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଓଡ଼ିଶା ପ୍ରାର୍ଥୀ : ଜଣେ ଓହରିଲେ, ଆଉ ଜଣଙ୍କୁ ଆକ୍ରମଣ

08-Feb-2021



ପାରଳାଖେମୁଣ୍ତି (ପ୍ରେରଣା ଖବର) : ଆନ୍ଧ୍ର ପଞ୍ଚାୟତ ନିର୍ବାଚନ‌ରେ ସୀମାନ୍ତ ଓଡ଼ିଶାର ଗଜପତି ଜିଲ୍ଲା ଗଙ୍ଗାବାଡ଼ ପଞ୍ଚାୟତ ମାଣିକପାଟଣା ଗ୍ରାମର ଦୁଇଜଣ ୱାର୍ଡ଼ ସଭ୍ୟ ଭାବେ ମଇଦାନକୁ ଓହ୍ଲାଇଥିଲେ। ଗଜପତି ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ଏବଂ ପଞ୍ଚାୟତବାସୀଙ୍କ ବୁଝାସୁଝା ପରେ ଜଣେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନେଇ ପ୍ରତିଦ୍ବନ୍ଦ୍ବିତାରୁ ଓହରି ଯାଇଛନ୍ତି। ତେବେ ତାଙ୍କ ବିପକ୍ଷରେ ଥିବା ପ୍ରାର୍ଥୀ ଏବେ ବି ନିର୍ବାଚନ ମଇଦାନରେ। ଜଣେ ପ୍ରାର୍ଥୀ ନିର୍ବାଚନରୁ ଓହରିଯିବା ପରେ ସମସ୍ୟାର ସମଧାନ ହୋଇଗଲା ବୋଲି ପ୍ରଶାସନ ଭାବି ନେଇଥିବା ବେଳେ ଅନ୍ୟ ପ୍ରାର୍ଥୀଙ୍କୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ପ୍ରଶାସନ ନିର୍ଦ୍ଦେଶ ଦେବ ବୋଲି ସୂଚନା ଦେଇଛି। ତେବେ ସେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରି ନଥିବାରୁ ତାଙ୍କ ଉପରେ ଆକ୍ରମଣ ଓ ଗାଡ଼ି ନେଇଯିବା ଘଟଣା ଆଜି ଉତ୍ତେଜନା ପରସ୍ଥିତି ସୃଷ୍ଟି କରିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ପ୍ରାଁଥୀପତ୍ର ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦିଆଯିବା ସହ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିଛି। ସୂଚନା ମୁତାବକ, ମାଣିକପାଟଣା ଗ୍ରାମର ଲକ୍ଷ୍ମୀ ଶବର ଓ୍ୱାଏସ୍‌ଆର୍‌ସିପି ସମର୍ଥିତ ଓ୍ୱାର୍ଡ଼ ସଭ୍ୟା ପଦରେ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ପ୍ରତିଦ୍ବନ୍ଦ୍ବୀ ଶୁକୁଲା ଶବରଙ୍କ ପତ୍ନୀ ଦ୍ରୌପଦୀ ଶବରଙ୍କୁ ଟିଡିପି ସମର୍ଥନ କରୁଛି। ଗଜପତି ଜିଲ୍ଲା ପ୍ରଶାସନ ଯଦିବା ଭାବିଥିଲା ଜଣେ ପ୍ରାର୍ଥିନୀ ଓହରିଗଲେ ସମସ୍ୟାର ସମାଧାନ ହୋଇଗଲା, ଦ୍ବିତୀୟ ପ୍ରାର୍ଥିନୀଙ୍କ ବିଷୟରେ ପ୍ରଶାସନ ନିକଟରେ କୌଣସି ଖବର ନଥିଲା। ଲକ୍ଷ୍ମୀ ଶବରଙ୍କ ସ୍ବାମୀ ବାଲାୟା ଶବର ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଆଉ ଲଢ଼ିବେ ନାହିଁ ଏବ˚ ଓ୍ୱାର୍ଡମେମ୍ବର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି ବୋଲି ପ୍ରେସ୍‌ ବିବୃତ୍ତି ଦେଇଥିଲେ। ହେଲେ ଦ୍ରୌପଦୀ ଶବରଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ଗଙ୍ଗାବାଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ ବର୍ତ୍ତମାନର ସରପଞ୍ଚ ସୁନିତା କିଙ୍ଗଲ୍‌ଙ୍କ ଦେଡ଼ଶୁର ହରିବନ୍ଧୁ କାର୍ଯୀଙ୍କ କହିବା ଅନୁସାରେ, ଯଦି ଲକ୍ଷ୍ମୀଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ହେଲା ଦ୍ରୌପଦୀ ଶବର ନିର୍ବାଚନ ପ୍ରାଙ୍ଗଣରେ ଓ୍ୱାର୍ଡ଼ ସଭ୍ୟା ପଦରେ ନିର୍ବାଚନ କିପରି ଲଢୁଛନ୍ତି। ସେ ଟିଡିପି ସମର୍ଥିତ ହୋଇଥିବାରୁ ଏ ଘଟଣାରେ ଆନ୍ଧ୍ର ଶାସକ ଦଳର ସ୍ଥାନୀୟ ନେତୃବୃନ୍ଦ ତାଙ୍କୁ ଘେରାଉ କରି ଆକ୍ରମଣ କରିଛନ୍ତି ବୋଲି ସେ ଅଭିଯୋଗ ଆଣିଛନ୍ତି। ତାଙ୍କର ମୋଟର ସାଇକେଲ ମଧ୍ୟ ଛଡ଼ାଇ ନେଇଥିଲେ। ମଞ୍ଜୁଷା ମଣ୍ତଳର ସାବା ପଞ୍ଚାୟତର ମାଦିଲି ତିରୁପତି ଓ ତାଙ୍କ ସମର୍ଥକ ମାନେ ଏହି ଆକ୍ରମଣ କରିଛନ୍ତି ବୋଲି ସେ କହିଛନ୍ତି। ତେବେ ହରିବନ୍ଧୁ କାର୍ଯୀଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦିଆଯିବ ଏବ˚ ପ୍ରାର୍ଥିନୀ ଦ୍ରୌପଦୀ ଶବରଙ୍କୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ନିର୍ଦ୍ଦେଶ ଦିଆଯିବ ବୋଲି ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ସ˚ଗ୍ରାମ ପଣ୍ତା କହିଛନ୍ତି। ପଡ଼ୋଶୀ ରାଜ୍ୟର ଦାଦାଗିରି ଗଙ୍ଗାବାଡ଼ ପଞ୍ଚାୟତରେ ବରଦାସ୍ତ କରାଯିବ ନାହିଁ ବୋଲି ସେ ମତବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like