-+91-9937148622 |
prerana_bgr@rediffmail.com |
Monday 14th September 2026 |
R.N.I. Regd No. ODIODI/2010/46693
Breaking News
19-May-2026
ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ଆକ୍ରମଣ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏ ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା ବୋଲି ପ୍ରଶ୍ନ କରିଛନ୍ତି।ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ନବୀନ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ କଡ଼ା ପ୍ରଶ୍ନ ଉଠାଇଛନ୍ତି। ତାଙ୍କ କଥାରେ, “ଓଡ଼ିଶାରେ ଏବେ ଶାସନ ନୁହେଁ, ଗୁଣ୍ଡାରାଜ୍ ଚାଲିଛି।” ବିଚ୍ ରାସ୍ତାରେ ଲୋକଙ୍କ ସାମ୍ନାରେ ଯେପରି ଭାବେ ଯୁବକ ଓ ମହିଳାଙ୍କୁ ଆକ୍ରମଣ କରାଗଲା, ତାହା ସାଧାରଣ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି ବୋଲି ସେ କହିଛନ୍ତି।