-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ

21-May-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ "ଶିଶୁଙ୍କ ପାଇଁ ଦିନ ଟିଏ" କାର୍ଯ୍ୟକ୍ରମର ତ୍ରୟମାସିକ ସମ୍ମିଳନୀ ସଫଳତାର ସହ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ, ସାମାଜିକ ସଂଗଠନ ପ୍ରତିନିଧି ଓ ଶିଶୁ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।

ବିପଦ ସଂକୁଳ ପରିସ୍ଥିତିରେ ଥିବା ଶିଶୁମାନଙ୍କ ସୁରକ୍ଷା, ବିକାଶ ଓ ବୌଦ୍ଧିକ ଉନ୍ନତି ପାଇଁ ସମସ୍ତ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ମାଲକାନଗିରି ଜିଲ୍ଲାରେ ହେଉଥିବା ବାଲ୍ୟବିବାହ, ଶିଶୁ ଶ୍ରମିକ ଓ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ଭଳି ସମସ୍ୟା ଗୁଡିକୁ ପ୍ରତିହତ କରିବା ପାଇଁ ସମସ୍ତଙ୍କ ଆନ୍ତରିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସେ ମତବ୍ୟକ୍ତ କରିବା ସହ ଜିଲ୍ଲାକୁ ୨୦୩୦ ସୁଦ୍ଧା ବାଲ୍ୟବିବାହ ଓ ଶିଶୁ ଶ୍ରମିକ ମୁକ୍ତ କରିବା ପାଇଁ ଆହ୍ୱାନ ଦେଇଥିଲେ। ବିଗତ ତିନି ମାସର କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ବିବରଣୀ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ନାରାୟଣ ଦାସ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ  ଇନ୍ଦିରା ପ୍ରଧାନ, ଜିଲ୍ଲା ସଂଯୋଜିକା ମୀନାକ୍ଷି ପ୍ରଧାନ, ରୁପେଶ ସାହୁ ଏବଂ ମଣି ମୋହନ ସରକାରଙ୍କ ଦ୍ୱାରା ଉପସ୍ଥାପିତ କରାଯାଇଥିଲା।
ଏହି ଅବସରରେ ଚଳିତ ଦଶମ ଶ୍ରେଣୀ ପରୀକ୍ଷାରେ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଶିଶୁ ଗୃହର ଅନ୍ତେବାସୀମାନଙ୍କୁ ମାନପତ୍ର ସହ ୫,୦୦୦ ଟଙ୍କାର ପ୍ରୋତ୍ସାହନ ରାଶି ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ଏହାସହ ପିତୃମାତୃ ହୀନ ଶିଶୁଙ୍କୁ ପ୍ରମାଣପତ୍ର ଏବଂ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ୧୪ ଜଣ କିଶୋରଙ୍କୁ କର୍ମ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।
ଜିଲ୍ଲାରେ ଶିଶୁଙ୍କ ପ୍ରତି ହେଉଥିବା ସମସ୍ତ ପ୍ରକାରର ଶୋଷଣ ଓ ନିର୍ଯାତନାକୁ ସମ୍ପୂର୍ଣ ଭାବେ ରୋକାଯିବା ସହ ଏଭଳି ଅମାନବୀୟ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ସାମାଜିକ ଚିନ୍ତାଧାରାର ପରିବର୍ତ୍ତନ ପାଇଁ ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ କାର୍ଯ୍ୟପନ୍ଥା ଧାର୍ଯ୍ୟ ହୋଇଛି। ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ତରଫରୁ ସୁଦେଷ୍ଣା ରାଉତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ କାର୍ଯ୍ୟକ୍ରମର ପରିସମାପ୍ତି ଘୋଷଣା କରିଥିଲେ।
 (ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like