-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ଆଜିଠୁ ନବମ-ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଯିବେ ସ୍କୁଲ, ସକାଳ ସାଢେ ୮ଟାରୁ ୧୦ଟା ୩୦ ଯାଏଁ ଚାଲିବ ପାଠପଢା

08-Feb-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ସୋମବାରଠୁ ରାଜ୍ୟରେ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା । କୋଭିଡ୍‌ କଟକଣା ମାନି ସକାଳ ୮.୩୦ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ଏଥିପାଇଁ ରାଜ୍ୟରେ ସବୁ ହାଇସ୍କୁଲ ଓ ହାୟର ସେକେଣ୍ଡାରୀ ସ୍କୁଲରେ ପ୍ରସ୍ତୁତ ଶେଷ ହୋଇଯାଇଛି । ସମସ୍ତ ସ୍କୁଲ କ୍ୟାମ୍ପସ୍‌କୁ ସାନିଟାଇଜ୍‌ କରାଯାଇଥିବା ସୂଚନା ମିଳିଛି ।

ସୂଚନାନୁସାରେ, କରୋନା ପାଇଁ ମାର୍ଚ୍ଚରୁ ସ୍କୁଲ, କଲେଜ ବନ୍ଦ ରହିଥିଲା। ଗତ ମାସ ୮ ତାରିଖରେ ଦଶମ ଓ ଦ୍ୱାଦଶ ଶ୍ରେଣୀର କ୍ଲାସ୍‌ ଆରମ୍ଭ ହୋଇଥିବାବେଳେ ସୋମବାର ନବମ ଓ ଏକାଦଶ ପିଲାଙ୍କ ପାଠପଢ଼ା ଚାଲିବ । ପ୍ରତ୍ୟେକ ସପ୍ତାହରେ ସୋମବାରରୁ ଶନିବାର ଯାଏ କ୍ଲାସ୍‌ ହେବ । ଫେବ୍ରୁଆରୀ ୮ରୁ ଏପ୍ରିଲ୍‌ ୩୦ ଯାଏ ପାଠପଢ଼ା ଚାଲିବ। ଦଶମ ଓ ଦ୍ୱାଦଶ ଭଳି ରବିବାର କ୍ଲାସ୍‌ ହେବନାହିଁ  । ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହରେ ପିଲାଙ୍କ ଗୋଟିଏ ୟୁନିଟ୍‌ ଟେଷ୍ଟ ହେବ । ଏପ୍ରିଲ୍‌ ମାସ ଶେଷ ସପ୍ତାହରେ ବାର୍ଷିକ ପରୀକ୍ଷା କରାଯିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ । ଏହାସହ ଦଶମ ଓ ଦ୍ୱାଦଶରେ ଯାହା ଏସ୍‌ଓପି ଜାରି ହୋଇଥିଲା ମବାମ ଓ ଏକାଦଶ ଶ୍ରେଣୀ ପାଇଁ ମଧ୍ୟ ସମାନ ଏସଓପି ଲାଗୁ ହେବ ।

ତେବେ ସ୍କୁଲ ଖୋଲିବା ପରେ ପ୍ରବେଶ ପଥରେ ପିଲାଙ୍କ ଥର୍ମାଲ୍‌ ସ୍କ୍ରିନିଂ ହେବା ସହ ସାମାଜିକ ଦୂରତା ରକ୍ଷା କରି ଭିତରକୁ ଛଡ଼ାଯିବ । ଥରେ ଭିତରକୁ ଗଲା ପରେ ଆଉ ସେମାନଙ୍କୁ ବାହାରକୁ ଛଡ଼ାଯିବ ନାହିଁ । ସେହିପରି ସମସ୍ତେ ଶ୍ରେଣୀଗୃହରେ ସାମାଜିକ ଦୂରତା ରକ୍ଷା କରି ବସିବେ । ଶିକ୍ଷକମାନେ କ୍ଲାସ୍‌ ଆରମ୍ଭ ହେବାର ୩୦ ମିନିଟ୍‌ ପୂର୍ବରୁ ସ୍କୁଲକୁ ଆସିବେ । ଦୁଇଟି ସିଫ୍ଟରେ ଶିକ୍ଷାଦାନ ହେବ । ସକାଳୁ ପଢ଼ାଉଥିବା ଶିକ୍ଷକ ସାଢ଼େ ୧ଟା ପର୍ଯ୍ୟନ୍ତ ସ୍କୁଲରେ ରହିବେ । ଦ୍ୱିତୀୟ ସିଫ୍ଟରେ ଆସିଥିବା ଶିକ୍ଷକ ୪ଟାରେ ସ୍କୁଲରୁ ଯିବେ । ପରିବର୍ତ୍ତିତ ସିଲାବସ୍‌ ହିସାବରେ ପିଲାଙ୍କ ରୁଟିନ୍‌ ଓ ଲେସନ୍‌ ସ୍କିମ୍‌ ତିଆରି ହେବ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like