-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ♦️ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ସମୀକ୍ଷା ବୈଠକ ଅନୁଷ୍ଠିତ

22-May-2026



ସୁନ୍ଦରଗଡ଼: ଓଡ଼ିଶାର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀ ତଥା ସୁନ୍ଦରଗଡ଼ ଜିଲ୍ଲାର ପ୍ରଭାରୀ ଶ୍ରୀ ସୁରେଶ ପୂଜାରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ। ଏହି ଗସ୍ତ ସମୟରେ ମାନ୍ୟବର ମନ୍ତ୍ରୀଙ୍କ ଦ୍ଵାରା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟ ତଥା ଜିଲ୍ଲାରେ ଚାଲୁଥିବା  ବିଭିନ୍ନ

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।    ସଦର ତହସିଲ ପ୍ରାଙ୍ଗଣରେ ଆୟୋଜିତ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀଙ୍କ ଦ୍ଵାରା ସଦର ତହସିଲ ଓ ଲେଫ୍ରୀପଡା ତହସିଲ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟାଳୟ ଏବଂ ସରକାରୀ ବାସଗୃହ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିଲା। ଏଥି ମଧ୍ୟରୁ ନୂତନ ସଦର ତହସିଲ କାର୍ଯ୍ୟାଳୟ, ସଦର ତହସିଲ ଆର. ଆଇ. କାର୍ଯ୍ୟାଳୟ ତଥା ବାସଗୃହ ନିର୍ମାଣ, ମଝାପଡ଼ା ଆର୍ ଆଇ କାର୍ଯ୍ୟାଳୟ ତଥା ବାସଗୃହ, ଭସ୍ମା ଆର୍ .ଆଇ କାର୍ଯ୍ୟାଳୟ ତଥା ବାସଗୃହ ନିର୍ମାଣ ରହିଛି। ସେହିଭଳି ଲେଫ୍ରୀପଡ଼ା ଆର୍ . ଆଇ . କାର୍ଯ୍ୟାଳୟ ତଥା ବାସଗୃହ, ଲେଫ୍ରୀପଡ଼ା ତହସିଲ କାର୍ଯ୍ୟାଳୟ, ରାଇଡିହି ଆର୍ ଆଇ କାର୍ଯ୍ୟାଳୟ ତଥା ବାସଗୃହ ଏବଂ ଲେଫ୍ରୀପଡ଼ା ତହସିଲ ଠାରେ ଓସ୍ୱାନ ଭିଡିଓ କନଫରେନ୍ସ ହଲ୍ ନିର୍ମାଣ ଆଦି ରହିଛି। ଏହି ଅବସରରେ ସଦର ତହସିଲ ର ୨୫ ଜଣ ଏବଂ ଲେଫ୍ରୀପଡ଼ା ତହସିଲ ଅର୍ନ୍ତଗତ ୧୭ ଜଣ ହିତାଧିକାରୀ ମାନଙ୍କୁ ବସୁନ୍ଧରା ଯୋଜନାରେ ପଟ୍ଟା ବଣ୍ଟନ କରାଯାଇଥିଲା। ସେହିଭଳି ପାଣି ରେ ବୁଡି ମୃତ୍ୟ ବରଣ କରିଥିବା ୨ ଜଣଙ୍କ ନିକଟତର ପରିଜନଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଓଡ଼ିଶା ବିଧାନ ସଭାର ମାନ୍ୟବର ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ଅଭିମନ୍ୟୁ ମାଝୀ, ସଦର ଉପ ଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା ଏବଂ ବରିଷ୍ଠ ନେତୃବୃନ୍ଦ, ଅନ୍ୟାନ୍ୟ ଅଧିକାରୀ ତଥା ହିତାଧିକାରୀ ମାନେ ଉପସ୍ଥିତ ଥିଲେ। 

   ପରେ ପରେ ସ୍ଥାନୀୟ ବିକାଶ ଭବନ ଠାରେ ମାନ୍ୟବର ମନ୍ତ୍ରୀ ଙ୍କ ଦ୍ଵାରା ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ମାନ୍ୟବର ଉପ ବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ମାନ୍ୟବର ସଦର ବିଧାୟକ ଶ୍ରୀ ଯୋଗେଶ କୁମାର ସିଂ, ମାନ୍ୟବର ରଘୁନାଥପାଲି ବିଧାୟକ ଶ୍ରୀ ଦୁର୍ଗା ଚରଣ ତନ୍ତୀ, ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ବଣାଇ ଉପ ଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ଦାସ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ଚନ୍ଦ୍ରକାନ୍ତ ମଲ୍ଲିକ, ସମସ୍ତ ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। 

ଏହି ଅବସରରେ ଜିଲ୍ଲାପାଳ ଡ଼ା ମହାପାତ୍ର  ଜିଲ୍ଲା ରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ତଥା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକ ଉପରେ ଆଲୋକପାତ କରିଥିଲେ। ବୈଠକ ରେ ମାନ୍ୟବର ମନ୍ତ୍ରୀ ବିଭିନ୍ନ ବିଭାଗ ଗୁଡ଼ିକର କାର୍ଯ୍ୟକଳାପ ଉପରେ ସମୀକ୍ଷା କରି ଜନସାଧାରଣମାନେ ନିଜର କାର୍ଯ୍ୟ ନିମନ୍ତେ ପ୍ରଶାସନ ପାଖକୁ ଆସିବା ପରିବର୍ତ୍ତେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଞ୍ଚି ସମସ୍ତ ସରକାରୀ ସୁବିଧା, ଯୋଜନା,କାର୍ଯ୍ୟକ୍ରମ ଆଦି କିଭଳି ପହଞ୍ଚି ପାରିବ ଏବଂ ସମସ୍ତେ କିଭଳି ଯୋଜନା ଗୁଡିକରେ ସାମିଲ ହୋଇପାରିବେ ତାହା ଉପରେ ପୂଜାରୀ ଗୁରୁତ୍ଵାରୋପ କରିଥିଲେ।

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମୀକ୍ଷା କରିଥିଲେ ଏବଂ ଜବରଦଖଲ ଉଚ୍ଛେଦ, ବାଲି ର ଚୋରା ଚାଲାଣ ରୋକିବା ଆଦି ଉପରେ ଆଲୋଚନା କରିଥିଲେ ଏବଂ ଜରୁରୀକାଳୀନ ପରିସ୍ଥିତିରେ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ଵାରୋପ କରିଥିଲେ ଏବଂ ସମୟ ମଧ୍ୟରେ ଅନୁକମ୍ପା ରାଶି ପ୍ରଦାନ କରାଯିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏଥି ନିମନ୍ତେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଉପରେ ମଧ୍ୟ ଗୁରୁତ୍ୱ ଦେଇଥିଲେ।

        ବୈଠକରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାର ସ୍ବାସ୍ଥ୍ୟ ଭିତ୍ତିଭୂମି, ଡାକ୍ତର ଏବଂ ଅଣ ଡାକ୍ତର ମାନଙ୍କ ସ୍ଥିତି, ଜିଲ୍ଲାରେ ଚାଲୁଥିବା ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ମଧ୍ୟ ଆଲୋକପାତ କରିଥିଲେ ।      ସେହିଭଳି ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ  ଏବଂ ୱାଟକୋ ପକ୍ଷ ରୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଗୁଡିକ ଉପରେ ଆଲୋଚନା ହୋଇଥିଲା। କରାଯାଇଥିଲା। ସେହିଭଳି ଜଳ ସମ୍ପଦ ବିଭାଗ, ମେଗା ଉଠା ଜଳସେଚନ, କ୍ଷୁଦ୍ର ଜଳ ସେଚନ ଆଦି ବିଭାଗର ପ୍ରକଳ୍ପ ଗୁଡିକ ସ୍ଥିତି ଉପରେ ସମୀକ୍ଷା କରାଯାଇଥିଲା। 
       ସେହିପରି ଜିଲ୍ଲା ଶିକ୍ଷା ବିଭାଗର ସମୀକ୍ଷା କରାଯାଇଥିଲା ଏବଂ ମାନ୍ୟବର ମନ୍ତ୍ରୀ  ଚଳିତ ମାଟ୍ରିକ ପରୀକ୍ଷା ରେଜଲ୍ଟ ଉପରେ ଆଲୋଚନା କରିଥିଲେ ଓ କିଭଳି ଭାବେ ଜିଲ୍ଲା ରେ ଭଲ ରେଜଲ୍ଟ ହେବ ସେଥି ନିମନ୍ତେ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ ଏବଂ ଶିକ୍ଷା ଭିତ୍ତିଭୂମିର

ବିକାଶ ଉପରେ ମଧ୍ୟ ଆଲୋଚନା କରିଥିଲେ। ସେହିଭଳି  ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ଗୃହ ନିର୍ମାଣ,ସେତୁ ନିର୍ମାଣ, ରାସ୍ତା ନିର୍ମାଣ, ରାସ୍ତା ସଂଯୋଗିକରଣ ଆଦି ଉପରେ ସମୀକ୍ଷା କରାଯାଇଥିଲା। ଜିଲ୍ଲା ରେ  ଅଙ୍ଗନୱାଡି ଭିତ୍ତିଭୂମି, ଅଙ୍ଗନୱାଡି କେନ୍ଦ୍ର ଗୁଡିକରେ ବିଦ୍ୟୁତୀକରଣ ଆଦି ଉପରେ ଆଲୋଚନା କରିଥିଲେ ଏବଂ ମା ଓ ଶିଶୁ ମାନଙ୍କ ବିକାଶ ଉପରେ ଗୁରୁତ୍ଵାରୋପ କରିଥିଲେ। ସେହିଭଳି ଜିଲ୍ଲା ରେ ସୁଭଦ୍ରା ଯୋଜନା ଏବଂ ଲାଖ ପତି ଦିଦି କାର୍ଯ୍ୟକ୍ରମ ର ସମୀକ୍ଷା କରିଥିଲେ। ସେହିଭଳି ଜିଲ୍ଲା ରେ କୃଷି ର ସ୍ଥିତି, ପିମ୍ କିଷାନ୍ , ସି ଏମ୍ କିଷାନ୍  ଆଦି ଉପରେ ଆଲୋଚନା କରିଥିଲେ। ସମବାୟ ବିଭାଗ ଅନ୍ତର୍ଗତ ଭିତ୍ତିଭୂମି, ମାର୍କେଟ ୟାର୍ଡ, ପ୍ୟାକସ, ଆର.ଏମ.ସି . , ଶୀତଳଭଣ୍ଡାର, ଦୁଗ୍ଧ ଉତ୍ପାଦନ, ଆଦି ଉପରେ ଆଲୋଚନା କରାଯାଇଥିଲା। ସେହିଭଳି ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷ ରୁ ବିଭିନ୍ନ ଭିତ୍ତିଭୂମି, ପି.ଏମ୍ ଜନମନ୍, ଡି. ଏ. ଯାଗୁଆ ଆଦି ଉପରେ ଆଲୋଚନା କରାଯାଇଥିଲା। ଯୋଗାଣ ବିଭାଗ ପକ୍ଷରୁ ଜିଲ୍ଲା ରେ ଚାଉଳ ବଣ୍ଟନ, ଗ୍ୟାସ ମହଜୁଦ୍, ପେଟ୍ରୋଲ ଓ  ଡିଜେଲ  ମହଜୁଦ ଥିବା ଉପସ୍ଥାପନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like