-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ସଂସ୍କୃତି ର ସଂରକ୍ଷଣ ନ ହେଲେ ଆମର ପରିଚୟ ହଜିଯିବ

25-May-2026



ମନମୋହିଲା  ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ 

ବଲାଙ୍ଗୀର (ପ୍ରେରଣା ଖବର): ଯେକୌଣସି ଭୂଖଣ୍ଡର ପରିଚୟ ହେଉଛି ତାର ପରମ୍ପରିକତା। ବିଶ୍ୱ ବିଚାର ଭିତରେ ଆମର  ସଂସ୍କୃତି ଆଜି ବିପଦରେ। ଆମେ ସଚେତନ ନ ହେଲେ  ଆମର ସାଂସ୍କୃତିକ ପରିଚୟ ହଜିଯିବ। ତେଣୁ ବେଳ ଥାଉ ବନ୍ଧ ବାନ୍ଧ ରେ କୁମାର ନ୍ୟାୟରେ ଆମକୁ ଆଗରୁ ସଚେତନ ହେବା ଓ ସଂସ୍କୃତି ପରମ୍ପରାକୁ ବଞ୍ଚାଇବାକୁ ଉଦ୍ୟମ କରିବା ଜରୁରୀ ବୋଲି ଆଜି ବଲାଙ୍ଗୀରର ଐତିହାସିକ କୋଶଲ କଳାମଣ୍ଡଳ ପଡିଆରେ ଆୟୋଜିତ ନବମ ଲୋକକଳା ଉତ୍ସବ ୨୦୨୬ର ଉଦଯାପନୀ ସନ୍ଧ୍ୟାର ସାଂସ୍କୃତିକ ସଭାରେ ଆହ୍ୱାନ ଦେଇଛନ୍ତି ଅତିଥି ମାନେ। ବଲାଙ୍ଗୀରର ଦୂଲଦୁଲି କଳା ପରିଷଦ ତରଫ ରୁ ଆୟୋଜିତ ଏହି 

ଜାତୀୟସ୍ତରର ଉତ୍ସବରେ ଲୋକକଳା ର ବିଭିନ୍ନ ସ୍ୱରୂପ ପ୍ରଦର୍ଶନ ଅବସରରେ ଏହିମତ ପ୍ରକାଶ ପାଇଛି।
ଦୂଲଦୁଲି କଳା ପରିଷଦର ସଭାପତି ଅନନ୍ତ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସାଂସ୍କୃତିକ ସଭାରେ ବରେଣ୍ୟ ଅତିଥି ଭାବରେ ଯୁବ ଉଦ୍ୟୋଗୀ ସଂଜୀବ ରଥ, ମୁଖ୍ୟ ପୃଷ୍ଠପୋଷକ, ଚଳଚ୍ଚିତ୍ର ଅଭିନେତ୍ରୀ ବିଦୁସ୍ମିତା ଦାଶ ମନ୍ତ୍ରୀ, ଆବାହକ ଶତ୍ରୁଘନ ପାଣିଗ୍ରାହୀ  ମଂଚାସୀନ ଥିଲେ। ଏହି ଅବସରରେ ଅତିଥିମାନେ ନବମ ଲୋକକଳା ଉତ୍ସବର ଉଦଯାପନୀ ଦିନରେ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ପୂଜା ଅର୍ଚନା କରି ସାଂସ୍କୃତିକ ସନ୍ଧ୍ୟାର ଶୁଭାରମ୍ଭ କରିଥିଲେ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକକଳାର ଅନନ୍ୟ ଶିଳ୍ପୀ ଓଡ଼ିଶାର ସଂଗୀତ ଜଗତର ପାୱାର ଷ୍ଟାର ଉମାକାନ୍ତ ବାରିକ ଓ ନୃତ୍ୟ ଶିଳ୍ପୀ ଦୀପାଳି ଚୌଧୁରୀଙ୍କୁ ନବମ ଲୋକକଳା ସମ୍ମାନରେ ସମ୍ମାନିତ କରିଥିଲେ ଅତିଥି ମାନେ। ସାଂସ୍କୃତିକ ସଭାକୁ ପରିଚାଳନା କରିଥିଲେ ସନ୍ଦୀପ କୁମାର କୁଅଁର। ପରେ ପରେ, ଚିକଲବାହାଲର କଂସ ମହାରାଜ ଶତ୍ରୁଘନ ବେହେରା, ଓଡ଼ିଆ ଚଳଚ୍ଚିତ୍ର ଜଗତର କୋରିଓଗ୍ରାଫର ନୃତ୍ୟଗୁରୁ ସୁରେଶ ପ୍ରସାଦ ଓ ମହେଶ, କଂସ ମହାରାଜା 

କଳାକୃଷ୍ଣ ସାହୁ, ଦୂଲଦୁଲି କଳା ପରିଷଦର ବରିଷ୍ଠ ସଦସ୍ୟା ମିନା ବାରିକ, ସୁରଞ୍ଜନା ମିଶ୍ର,ରଂଜିତା ବାବୁ, ସୁଭଦ୍ରା ସେଠି  ସାଂସ୍କୃତିକ କାର୍ଯ୍ୟକ୍ରମର ସଂଯୋଜକ ଅର୍ଜୁନ ସାହୁ, ବୀରେନ୍ଦ୍ର ପାଣ୍ଡେ, ପଙ୍କଜିନୀ ପୋଢ଼, ଲୋପାମୁଦ୍ରା ମିଶ୍ରଙ୍କୁ ସମ୍ମାନିତ କରାଯାଇ ଥିଲା। ସନ୍ଧ୍ୟାରେ ଆକାଶବାଣୀ ଓ ଦୂରଦର୍ଶନ କଳାକାର ମାନେ ଲୋକ ସଂଗୀତ ପରିବେଷଣ କରିଥିଲେ।ପରେପରେ ସାରା ଓଡିଶାର ତଥା ଦେଶର ବଛାବଛା କଳାକାର ୩୦୦ ଜଣ ପରିବେଷଣ କରିଥିଲେ ଏକ ଭାରତ ଶ୍ରେଷ୍ଠ ଭାରତ। ଗୁରୁ ରଞ୍ଜନ ସାହୁଙ୍କ ନିର୍ଦେଶନାରେ ମହେଶ ପଟେଲ, ମନୋଜ ପଟେଲ, ସ୍ୱରୂପା ସିଂ ଓ ପିନୁ  ନୃତ୍ୟ ନିର୍ଦେଶନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like