-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସିନାପାଲି ସଦରରେ ଷ୍ଟାଡିୟମ୍: ଜିଲ୍ଲାପାଳ ଦେଲେ ପ୍ରତିଶ୍ରୁତି

25-May-2026



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ସିନାପାଲି ସଦର ମହକୁମାରେ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ଖେଳପଡ଼ିଆର ଅଭାବ ଥିବାବେଳେ ଏଠାରେ ଏକ ବ୍ଲକ୍ ସ୍ତରୀୟ ଷ୍ଟାଡିଅମ୍-କମ୍-ସ୍ପୋର୍ଟସ୍ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଦାବି ହୋଇଛି । ପ୍ରକଳ୍ପକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପ୍ରୟାସକୁ ସ୍ଥାନୀୟ ଯୁବକମାନେ ତୀବ୍ର ବିରୋଧ କରିବା ପରେ ଜିଲ୍ଲାପାଳ ସିନାପାଲି ସଦରରେ ହିଁ ଷ୍ଟାଡିୟମ୍ ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ଏବେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ସର୍ବନିମ୍ନ ୧୦ ଏକର ଜମି ପୂରଣ ନିମନ୍ତେ କାପସି ମୌଜାରେ ଥିବା ଗ୍ରାମ୍ୟ ଜଙ୍ଗଲ ଜମିର କିସମ ପରିବର୍ତ୍ତନ କରିବାକୁ ସ୍ଥାନୀୟ ଯୁବଗୋଷ୍ଠୀ ଓ କ୍ରୀଡ଼ାପ୍ରେମୀମାନେ ନୂଆପଡ଼ା ଜିଲ୍ଲାପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି ।
ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ବହୁମୁଖୀ କ୍ରୀଡ଼ା ଷ୍ଟାଡିୟମ୍ ନିର୍ମାଣ ପାଇଁ ଓଡ଼ିଶା ସରକାର ୪,୧୨୪ କୋଟି ଟଙ୍କାର ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି, ଅନ୍ୟ ବ୍ଲକଗୁଡ଼ିକରେ ଜମି ଚିହ୍ନଟ ପ୍ରକ୍ରିୟା ସରିଥିବା ବେଳେ ସିନାପାଲିରେ ପର୍ଯ୍ୟାପ୍ତ ସରକାରୀ ଜମିର ଅଭାବ ଦର୍ଶାଇ ଏହା ବିଳମ୍ବ ହେଉଥିଲା । ଏହାର ସୁଯୋଗ ନେଇ ସିନାପାଲି ତହସିଲଦାର ଏହି ବ୍ଲକ୍ ସ୍ତରୀୟ ପ୍ରକଳ୍ପ ପାଇଁ ଏକ ବିକଳ୍ପ ସ୍ଥାନ ଭାବେ ରାଣୀମୁଣ୍ଡା ଗ୍ରାମପଞ୍ଚାୟତରେ ଜମି ଚିହ୍ନଟ କରିଥିଲେ ।  ସିନାପାଲି ହେଡକ୍ୱାର୍ଟରରେ ଖେଳିବା ପାଇଁ ଉପଯୁକ୍ତ ସ୍ଥାନ ନଥିବାରୁ, ପ୍ରକଳ୍ପକୁ ରାଣୀମୁଣ୍ଡା ସ୍ଥାନାନ୍ତର କରାଯିବା ନିଷ୍ପତ୍ତିକୁ ସ୍ଥାନୀୟ ଯୁବକ ଓ କ୍ରୀଡ଼ାବିତ୍‌ମାନେ କଡ଼ା ବିରୋଧ କରିଥିଲେ । ଷ୍ଟାଡିୟମ୍ କେବଳ ସିନାପାଲି ସଦର ଅନ୍ତର୍ଗତ କାପସି ଠାରେ ହିଁ କରାଯିବାକୁ ସେମାନେ  ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ସିନାପାଲି ତହସିଲଦାରଙ୍କ ଚିଠି ସଂଖ୍ୟା ୮୪୭ ତା ୧୭.୦୩.୨୦୨୬ ଅନୁଯାୟୀ କାପସି ଓ ସରଧାପୁର ମୌଜାରେ ପ୍ରାୟ ୮ ଏକର ସରକାରୀ ଜମି ଷ୍ଟାଡିୟମ୍ ପାଇଁ ପୂର୍ବରୁ ଚିହ୍ନଟ କରାଯାଇସାରିଛି । ଏଥିରେ କାପସି ମୌଜାର ପ୍ଲଟ୍ ନଂ ୫୯୧ ଓ ୫୯୩ ରେ ୬.୩୫ ଏକର (ଆବାଦ ଯୋଗ୍ୟ ଅନାବାଦୀ ଜମି) ଏବଂ ସରଧାପୁର ମୌଜାର ପ୍ଲଟ୍ ନଂ ୨୪୫, ୨୪୬ ଓ ୨୪୭ ରେ ୧.୬୫ ଏକର (ଉନ୍ନତ ଯୋଜନା ଯୋଗ୍ୟ ଜମି) ରହିଛି । ତେବେ ଷ୍ଟାଡିୟମ୍ ନିର୍ମାଣ ନିୟମାବଳୀ ଅନୁଯାୟୀ ସର୍ବନିମ୍ନ ୧୦ ଏକର ଜମିର ଆବଶ୍ୟକତା ରହିଛି । ତେଣୁ ନିଅଣ୍ଟିଆ ଥିବା ଜମିକୁ ପୂରଣ କରିବା ପାଇଁ କାପସି ମୌଜାର ପ୍ଲଟ୍ ନଂ ୧୨୨୪ ରେ ଥିବା ୨.୩୦ ଏକର ‘ଗ୍ରାମ୍ୟ ଜଙ୍ଗଲ ଯୋଗ୍ୟ’ ଜମିର କିସମ ପରିବର୍ତ୍ତନ କରି ଷ୍ଟାଡିୟମ୍ ପ୍ରକଳ୍ପରେ ସାମିଲ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି ।ସିନାପାଲି ଭଳି ଏକ ଆଦିବାସୀ ଅଧ୍ୟୁଷିତ ତଥା ପଛୁଆ ଅଞ୍ଚଳରେ ଏହି ଆଧୁନିକ ସ୍ପୋର୍ଟସ୍ କମ୍ପ୍ଲେକ୍ସ ସ୍ଥାପିତ ହେଲେ ଯୁବପିଢ଼ିଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ନୂତନ ସୁଯୋଗ ସୃଷ୍ଟି ହେବ ବୋଲି ପ୍ରତିନିଧି ଦଳ ମତବ୍ୟକ୍ତ କରିଛନ୍ତି । ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ ସମୟରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ଲିଙ୍ଗରାଜ ଘିଭେଲା, ସିନାପାଲି ସମିତି ସଭ୍ୟ ଶ୍ରୀ ମନୀଷ ପଟେଲ, ବିହାରୀଲାଲ ମଶ୍ରା, ମନୋଜ ଦାସ, ତୁଲାରାମ ନିଆଲ, ବିଷ୍ଣୁ ସା ଏବଂ ଦେବାନନ୍ଦ ସା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like