-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଆଗଲପୁର: ଧାନ ମଣ୍ଡି ଉଦଘାଟନ କଲେ ଜିଲ୍ଳାପାଳ ♦️ପ୍ରଥମ ପର୍ଯ୍ୟାୟରେ ୩୩୨୫୫ ମେଟ୍ରିକ୍ ଟନ୍ ର ରବି ଧାନ ସଂଗ୍ରହ କରିବା ଲକ୍ଷ୍ୟ : ଦଲାଲ ମାନଙ୍କ ଠାରୁ ଦୂରରେ ରହି ମଣ୍ଡି ରେ ଧାନ ବିକ୍ରୟ କରିବାକୁ ନିବେଦନ କଲେ ଜିଲ୍ଳାପାଳ

25-May-2026



ବଲାଙ୍ଗୀର/ଆଗଲପୁର(ବିନୋଦ ଦୀପ): ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ରବି ଧାନ ସଂଗ୍ରହ କରିବା ପାଇଁ ଆଜି ଆଗଲପୁର ବ୍ଲକ୍ ଅନ୍ତର୍ଗତ ବୁଦୁଲା ଠାରେ ରବି ଧାନ ସଂଗ୍ରହ ମଣ୍ଡି ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଚାଷୀମାନେ ଯେପରି ସେମାନଙ୍କର କଷ୍ଟାର୍ଜିତ ଫସଲର ସଠିକ୍ ମୂଲ୍ୟ ପାଇପାରିବେ ଏବଂ ବିକ୍ରି ସମୟରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ, ସେଥିପାଇଁ ଏହି ମଣ୍ଡିର ଆୟୋଜନ କରାଯାଇଛି।

ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲଓ୍ଵାରଙ୍କ ଅଧ୍ୟକ୍ଷତାରେ ମଣ୍ଡିର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା, ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସହ ଅନ୍ୟ ପ୍ରଶାସନିକ ଅଧିକାରୀ, ଯୋଗାଣ ବିଭାଗର ପ୍ରତିନିଧି, ସମବାୟ ସମିତିର କର୍ମକର୍ତ୍ତା ଏବଂ ଅଞ୍ଚଳର ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ। ବୁଦୁଲା ପ୍ୟାକ୍ସର ସଭାପତି ଚିନ୍ତାମଣି ଭୋଇ ଓ ସେକ୍ରେଟାରୀ  ଅଶ୍ୱିନୀ କୁମାର ଗଡତିଆ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ ।

ତେବେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ପ୍ରଶାସନ ତରଫରୁ ଧାନ କିଣାର ସମୟ ନିର୍ଦ୍ଧାରିତ କରାଯାଇଛି | ସମସ୍ତ ଚାଷୀ ମାନଙ୍କ ଠାରୁ ଧାନ ସକାଳ ୭ ରୁ ୧୧ ଏବଂ ଅପରାହ୍ନ ୩ ରୁ ୬ ଟା ମଧ୍ୟରେ ଧାନ କିଣା ହେବ | ଦିନ ୧୧ ଟା ରୁ ୩ ଟା ଯାଏ କୌଣସି ଧାନ କିଣା କିମ୍ବା ଲୋଡ ହେବ ନାହିଁ | ଅଦିନିଆ ବର୍ଷା ତଥା ପ୍ରି ମନସୁନ କୁ ଆଖି ଆଗରେ ରଖି ନିୟଂତ୍ରିତ ବଜାର କମିଟି ତରଫରୁ ସମସ୍ତ ମଣ୍ଡି କୁ ପାଲ ତଥା ତର୍ପୋଲିନ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଅଛି ।ସେହିପରି ଧାନ ଓଜନ ଏବଂ ଗୁଣବତ୍ତା ଯାଞ୍ଚ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି। ମଣ୍ଡି ପରିସରେ ଚାଷୀମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଏବଂ ବିଶ୍ରାମର

ସୁବିଧା କରାଯାଇଛି । ଧାନ କିଣାଯିବା ପରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଚାଷୀଙ୍କ ପ୍ରାପ୍ୟ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇବା ପାଇଁ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି।
ଉଦ୍‌ଘାଟନୀ ଅବସରେ ଅଧିକାରୀମାନେ ଚାଷୀମାନଙ୍କୁ ଦଲାଲମାନଙ୍କଠାରୁ ଦୂରେଇ ରହି ସିଧାସଳଖ ସରକାରୀ ମଣ୍ଡିରେ ଧାନ ବିକ୍ରି କରିବାକୁ ଅନୁରୋଧ କରିଛନ୍ତି। ଏଥିସହିତ ମଣ୍ଡି ପରିଚାଳନାରେ କୌଣସି ପ୍ରକାର ଅନିୟମିତାକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବୁଦୁଲା ଠାରେ ମଣ୍ଡି ଆରମ୍ଭ ହେବା ଫଳରେ ସ୍ଥାନୀୟ ଚାଷୀକୂଳ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଛି।

ତେବେ ଚଳିତ ବର୍ଷ ଜିଲ୍ଲାରୁ ପ୍ରଥମ ପର୍ଯ୍ୟାୟରେ ୩୩୨୫୫ ମେଟ୍ରିକ୍ ଟନ୍ ର ରବି ଧାନ ସଂଗ୍ରହ କରିବା ଲକ୍ଷ୍ୟ ରଖାଯାଇଥିବାବେଳେ ୧୭,୩୦୪ ଜଣ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜୀକୃତ କରିଛନ୍ତି। ୧୨୧ ଟି ପ୍ୟାକ୍ସ ଏବଂ ୫୧ ଜଣ ମିଲର ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହେବା ନେଇ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like