-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||     

HOME   ଜିଲ୍ଲା

ଆଗଲପୁର: ଧାନ ମଣ୍ଡି ଉଦଘାଟନ କଲେ ଜିଲ୍ଳାପାଳ ♦️ପ୍ରଥମ ପର୍ଯ୍ୟାୟରେ ୩୩୨୫୫ ମେଟ୍ରିକ୍ ଟନ୍ ର ରବି ଧାନ ସଂଗ୍ରହ କରିବା ଲକ୍ଷ୍ୟ : ଦଲାଲ ମାନଙ୍କ ଠାରୁ ଦୂରରେ ରହି ମଣ୍ଡି ରେ ଧାନ ବିକ୍ରୟ କରିବାକୁ ନିବେଦନ କଲେ ଜିଲ୍ଳାପାଳ

25-May-2026



ବଲାଙ୍ଗୀର/ଆଗଲପୁର(ବିନୋଦ ଦୀପ): ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ରବି ଧାନ ସଂଗ୍ରହ କରିବା ପାଇଁ ଆଜି ଆଗଲପୁର ବ୍ଲକ୍ ଅନ୍ତର୍ଗତ ବୁଦୁଲା ଠାରେ ରବି ଧାନ ସଂଗ୍ରହ ମଣ୍ଡି ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଚାଷୀମାନେ ଯେପରି ସେମାନଙ୍କର କଷ୍ଟାର୍ଜିତ ଫସଲର ସଠିକ୍ ମୂଲ୍ୟ ପାଇପାରିବେ ଏବଂ ବିକ୍ରି ସମୟରେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ, ସେଥିପାଇଁ ଏହି ମଣ୍ଡିର ଆୟୋଜନ କରାଯାଇଛି।

ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲଓ୍ଵାରଙ୍କ ଅଧ୍ୟକ୍ଷତାରେ ମଣ୍ଡିର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା, ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସହ ଅନ୍ୟ ପ୍ରଶାସନିକ ଅଧିକାରୀ, ଯୋଗାଣ ବିଭାଗର ପ୍ରତିନିଧି, ସମବାୟ ସମିତିର କର୍ମକର୍ତ୍ତା ଏବଂ ଅଞ୍ଚଳର ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ। ବୁଦୁଲା ପ୍ୟାକ୍ସର ସଭାପତି ଚିନ୍ତାମଣି ଭୋଇ ଓ ସେକ୍ରେଟାରୀ  ଅଶ୍ୱିନୀ କୁମାର ଗଡତିଆ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ ।

ତେବେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ପ୍ରଶାସନ ତରଫରୁ ଧାନ କିଣାର ସମୟ ନିର୍ଦ୍ଧାରିତ କରାଯାଇଛି | ସମସ୍ତ ଚାଷୀ ମାନଙ୍କ ଠାରୁ ଧାନ ସକାଳ ୭ ରୁ ୧୧ ଏବଂ ଅପରାହ୍ନ ୩ ରୁ ୬ ଟା ମଧ୍ୟରେ ଧାନ କିଣା ହେବ | ଦିନ ୧୧ ଟା ରୁ ୩ ଟା ଯାଏ କୌଣସି ଧାନ କିଣା କିମ୍ବା ଲୋଡ ହେବ ନାହିଁ | ଅଦିନିଆ ବର୍ଷା ତଥା ପ୍ରି ମନସୁନ କୁ ଆଖି ଆଗରେ ରଖି ନିୟଂତ୍ରିତ ବଜାର କମିଟି ତରଫରୁ ସମସ୍ତ ମଣ୍ଡି କୁ ପାଲ ତଥା ତର୍ପୋଲିନ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଅଛି ।ସେହିପରି ଧାନ ଓଜନ ଏବଂ ଗୁଣବତ୍ତା ଯାଞ୍ଚ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି। ମଣ୍ଡି ପରିସରେ ଚାଷୀମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଏବଂ ବିଶ୍ରାମର

ସୁବିଧା କରାଯାଇଛି । ଧାନ କିଣାଯିବା ପରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଚାଷୀଙ୍କ ପ୍ରାପ୍ୟ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇବା ପାଇଁ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି।
ଉଦ୍‌ଘାଟନୀ ଅବସରେ ଅଧିକାରୀମାନେ ଚାଷୀମାନଙ୍କୁ ଦଲାଲମାନଙ୍କଠାରୁ ଦୂରେଇ ରହି ସିଧାସଳଖ ସରକାରୀ ମଣ୍ଡିରେ ଧାନ ବିକ୍ରି କରିବାକୁ ଅନୁରୋଧ କରିଛନ୍ତି। ଏଥିସହିତ ମଣ୍ଡି ପରିଚାଳନାରେ କୌଣସି ପ୍ରକାର ଅନିୟମିତାକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବୁଦୁଲା ଠାରେ ମଣ୍ଡି ଆରମ୍ଭ ହେବା ଫଳରେ ସ୍ଥାନୀୟ ଚାଷୀକୂଳ ମଧ୍ୟରେ ସନ୍ତୋଷ ପ୍ରକାଶ ପାଇଛି।

ତେବେ ଚଳିତ ବର୍ଷ ଜିଲ୍ଲାରୁ ପ୍ରଥମ ପର୍ଯ୍ୟାୟରେ ୩୩୨୫୫ ମେଟ୍ରିକ୍ ଟନ୍ ର ରବି ଧାନ ସଂଗ୍ରହ କରିବା ଲକ୍ଷ୍ୟ ରଖାଯାଇଥିବାବେଳେ ୧୭,୩୦୪ ଜଣ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜୀକୃତ କରିଛନ୍ତି। ୧୨୧ ଟି ପ୍ୟାକ୍ସ ଏବଂ ୫୧ ଜଣ ମିଲର ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହେବା ନେଇ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026

You Might Also Like