-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଗାମୀ ମୌସୁମୀ ପାଇଁ ପ୍ରଶାସନିକ ସଜବାଜ: ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗର ପ୍ରସ୍ତୁତି ବୈଠକ♦️ ଜୁନ୍ ୧ ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଦିନରାତି ଚାଲିବ ବନ୍ୟା ନିୟନ୍ତ୍ରଣ କକ୍ଷ

26-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଆଗାମୀ ମୌସୁମୀ ଋତୁ ତଥା ବନ୍ୟା ସମୟରେ ପ୍ରଭାବଶାଳୀ ପରିଚାଳନା ଏବଂ ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଆଜି ଏକ ଉଚ୍ଚସ୍ତରୀୟ ପ୍ରାକ୍-ବନ୍ୟା ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ସହିତ ସର୍ବୋଚ୍ଚ ଯନ୍ତ୍ରୀ ଇଂ ବିଭୁତି ଭୂଷଣ ଦାଶଙ୍କ  ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟର ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ବିସ୍ତୃତ ସମୀକ୍ଷା କରାଯାଇଛି। ଚଳିତ ବର୍ଷ ବନ୍ୟାଜନିତ କ୍ଷୟକ୍ଷତିକୁ ରୋକିବା ସହ ‘ଶୂନ୍ୟ ମୃତାହତ’ ଲକ୍ଷ୍ୟ ହାସଲ କରିବା ପାଇଁ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀ ଓ ବିଭିନ୍ନ ସବ୍-ୱିଙ୍ଗକୁ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗର 'ବନ୍ୟା ଜରୁରୀକାଳୀନ ଯୋଜନା'ର କାର୍ଯ୍ୟକାରିତା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷ କରି ଚଳିତ  ବର୍ଷ ପାଇଁ ରାଜ୍ୟର ବିଭିନ୍ନ ନଦୀବନ୍ଧଗୁଡ଼ିକର ସ୍ଥିତି ଏବଂ ଗତ ବର୍ଷ ବନ୍ୟା ସମୟରେ ହୋଇଥିବା କ୍ଷୟକ୍ଷତିର ପୁନରୁଦ୍ଧାର ତଥା ମରାମତି କାର୍ଯ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ମୌସୁମୀ ବର୍ଷା ଆରମ୍ଭ ହେବା ପୂର୍ବରୁ ସମସ୍ତ ଅସମ୍ପୂର୍ଣ୍ଣ ମରାମତି କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବାକୁ କ୍ଷେତ୍ରାଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ନଦୀ ପଠାରେ ଥିବା ସ୍ଲୁଇସ୍ ଗେଟ୍ ଗୁଡ଼ିକର କାର୍ଯ୍ୟକ୍ଷମତା ଏବଂ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଜଳ ନିଷ୍କାସନ ସମସ୍ୟାର ସମାଧାନ ପାଇଁ ଡ୍ରେନେଜ୍ ବ୍ୟବସ୍ଥାର ସଫେଇ ଉପରେ ଗୁରୁତ୍ୱାରୋପ କରାଯାଇଛି।

ରାଜ୍ୟର ସମସ୍ତ ପ୍ରମୁଖ ଡ୍ୟାମ୍‌ଗୁଡ଼ିକରେ ହୋଇଥିବା ମକ୍ ଡ୍ରିଲରୁ ମିଳିଥିବା ତଥ୍ୟ ଆଧାରରେ ବନ୍ୟା ଗେଟ୍‌ଗୁଡ଼ିକର କାର୍ଯ୍ୟକାରିତା ଓ ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ବନ୍ୟା ଜଳ ନିଷ୍କାସନର ପ୍ରଭାବଶାଳୀ ପରିଚାଳନା ଓ ପ୍ରଶମନ ଉପରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇ ଜଳ ପ୍ରବାହକୁ ବାଧାପ୍ରାପ୍ତ କରୁଥିବା ସମସ୍ତ ପ୍ରକାର ଜଳବନ୍ଦୀ ସମସ୍ୟାର ସମାଧାନ ତଥା ନଦୀପଥ ସଫେଇ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ କ୍ଷେତ୍ର ସ୍ତରରେ ସୁପରିଚାଳନା ପାଇଁ ଜିଲ୍ଲା ପ୍ରଶାସନ, ପୋଲିସ ଏବଂ ସ୍ଥାନୀୟ ଜନପ୍ରତିନିଧିମାନଙ୍କ ସହ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରିବାକୁ ପ୍ରମୁଖ ସଚିବ ଗୁରୁତ୍ୱାରୋପ କରିଛନ୍ତି। ବନ୍ୟାର ସଫଳ ମୁକାବିଲା ପାଇଁ ଆବଶ୍ୟକୀୟ ବନ୍ୟା ପ୍ରତିରୋଧକ ସାମଗ୍ରୀ (Flood Fighting Materials) ଯଥା ବାଲିବସ୍ତା, ବାଉଁଶ ଏବଂ ଜାଲି ଆଦିର ଆବଶ୍ୟକତା ଓ ମହଜୁଦ ସ୍ଥିତି ସମ୍ପର୍କରେ ପ୍ରମୁଖ ସଚିବ ଯାଞ୍ଚ କରିଥିଲେ। ଯେକୌଣସି ଜରୁରୀ ପରିସ୍ଥିତିରେ ବ୍ୟବହାର କରାଯିବାକୁ ଥିବା ଆଧୁନିକ ଯନ୍ତ୍ରପାତିଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିବା ସହ ଚଳିତ ମୌସୁମୀ ପାଇଁ ଚିହ୍ନଟ ହୋଇଥିବା ଅତି ସଂବେଦନଶୀଳ ଓ ଦୁର୍ବଳ ସ୍ଥାନଗୁଡ଼ିକ ଉପରେ ୨୪ ଘଣ୍ଟିଆ ତୀକ୍ଷ୍ଣ ନଜର ରଖିବାକୁ କୁହାଯାଇଛି।

କେତେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ 

• ଆସନ୍ତା ଜୁନ୍ ୧ ତାରିଖରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଡିଭିଜନ, ସର୍କଲ ଏବଂ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସ୍ତରରେ ବନ୍ୟା ନିୟନ୍ତ୍ରଣ କକ୍ଷ (Flood Control Room) ଗୁଡ଼ିକ ୨୪ ଘଣ୍ଟିଆ କାର୍ଯ୍ୟକ୍ଷମ ରହିବ। 

• ସେଚ ସଦନସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବନ୍ୟା ପ୍ରକୋଷ୍ଠ ଏବଂ ରାଜୀବ ଭବନସ୍ଥିତ ରାଜ୍ୟ ହାଇଡ୍ରୋଲୋଜିକାଲ୍ ଡାଟା ସେଣ୍ଟର (SHDC) ରେ ଥିବା ଜଳସମ୍ପଦ ବିଭାଗର ବନ୍ୟା ପ୍ରକୋଷ୍ଠ ଜୁନ୍ ୧ ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ (୨୪x୭) କାର୍ଯ୍ୟ କରିବ। • ରାଜ୍ୟ ହାଇଡ୍ରୋଲୋଜିକାଲ୍ ଡାଟା ସେଣ୍ଟର (SHDC) ର କାର୍ଯ୍ୟକାରିତାର ମଧ୍ୟ ସମୀକ୍ଷା କରାଯାଇଛି। ଚଳିତ ବର୍ଷ ମଧ୍ୟ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏହି ଫ୍ଲଡ୍ ସେଲ୍ ଅଧୀନରେ ଥିବା 'ଏସଆଇ (SI) ଟିମ୍' ଦୈନିକ ଦୁଇଥର ନିୟମିତ ଭାବେ ବନ୍ୟା ବୁଲେଟିନ୍  ପ୍ରକାଶ କରିବେ।

• ପଡ଼ୋଶୀ ସହ-ଅବବାହିକା ରାଜ୍ୟ (Co-basin States) ଗୁଡ଼ିକ ସହ ଜଳ ପ୍ରବାହ ସମ୍ପର୍କିତ ସୂଚନା ଆଦାନ ପ୍ରଦାନ ଓ ସମନ୍ୱୟ ରକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।ଏହି ବୈଠକରେ  ବିଭାଗୀୟ ବରିଷ୍ଠ ଅଧିକାରୀ ବୃନ୍ଦ ଓ ସମସ୍ତ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଆଭାସୀ ମାଧ୍ୟମରେ ଯୋଗଦେଇ ପ୍ରକଳ୍ପର ସ୍ଥିତି ବିଷୟରେ ଅବଗତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like