-+91-9937148622 |
prerana_bgr@rediffmail.com |
Monday 11th May 2026 |
R.N.I. Regd No. ODIODI/2010/46693
Breaking News
08-Feb-2021
ପୁରୀ (ପ୍ରେରଣା ଖବର): ପୁରୀରୁ କେନ୍ଦ୍ରକୁ କଡ଼ା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଗସ୍ତ ସମୟରେ ମହାପ୍ରଭୁଙ୍କ ଦର୍ଶନ ପରେ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ବାଇ ଲ’କୁ ନେଇ କଡ଼ା ପ୍ରତିକ୍ରିୟା ରଖିଛନ୍ତି ନବୀନ। ପ୍ରସ୍ତାବିତ ବାଇ ଲ’କୁ କେନ୍ଦ୍ର ସରକାର ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏପରିକି କେହି ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ବିକାଶ କାର୍ଯ୍ୟକୁ ଅଟକାଇ ପାରିବେନି ବୋଲି ନବୀନ ଦୃଢୋକ୍ତି ପ୍ରକାଶ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି, ‘କରୋନା ସମୟରେ ପ୍ରଥମ ଥର ପାଇଁ ମନ୍ଦିରକୁ ଆସିଛି। କରୋନା ସମୟରେ ଓଡ଼ିଶାବାସୀ ଯେଉଁ ତ୍ୟାଗ କରିଛନ୍ତି, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।’ ଏହାସହ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲି ବିକାଶମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବେଳେ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି ।