-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଧନୁଯାତ୍ରା ତୋରଣରେ ବ୍ୟାପକ ଅନିୟମିତତା : ଭିଜିଲାନ୍ସ ତଦନ୍ତ ଦାବି କଲେ ସାଂସଦ ପ୍ରଦୀପ ପୁରୋହିତ

28-May-2026



 ବରଗଡ଼ (ପ୍ରେରଣା ଖବର) ବରଗଡ଼  ପି ଡବ୍ଲୁ ଡି  ଡିଭିଜନ ଅଧୀନରେ ଧନୁଯାତ୍ରା ଗେଟ୍ ନିର୍ମାଣରେ ଦୁର୍ନୀତି, ନିମ୍ନମାନର କାମ ଏବଂ ଅଫଲାଇନ୍ ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ପାଇଁ ଭିଜିଲାନ୍ସ ତଦନ୍ତ ଦାବି କରିଛନ୍ତି । ଗତ ଧନୁଯାତ୍ରା ମହୋତ୍ସବ ସମୟରେ ଥାନା ଛକଠାରେ PWD ବିଭାଗ ଦ୍ୱାରା ନିର୍ମିତ ଧନୁଯାତ୍ରା ଗେଟ୍ ଭାଙ୍ଗି କ୍ଷତିଗ୍ରସ୍ତ ହୋଇଛି। ଏହି ଗେଟ୍ ଭାଙ୍ଗିବା ଯୋଗୁଁ ଦୁଇ ଜଣ ବ୍ୟକ୍ତି ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ନୂଆ ନିର୍ମାଣ ହୋଇଥିବା ଗେଟ୍ ଏଭଳି ଭାଙ୍ଗିଯିବା ସରକାରୀ ପାଣ୍ଠିର ଅପବ୍ୟବହାର, ନିମ୍ନମାନର ସାମଗ୍ରୀ ବ୍ୟବହାର ଏବଂ ଚରମ ଅବହେଳାକୁ ଦର୍ଶାଉଛି ବୋଲି କହିଛନ୍ତି ବରଗଡ ସାଂସଦ । ଧନୁଯାତ୍ରା ବିଶ୍ୱର ସବୁଠାରୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ ଭାବେ ଜଣାଶୁଣା। ଏଭଳି ଘଟଣା ଜନସାଧାରଣଙ୍କ ସୁରକ୍ଷାକୁ ବିପଦରେ ପକାଇବା ସହ ରାଜ୍ୟ ସରକାରଙ୍କ ଭାବମୂର୍ତ୍ତି କ୍ଷୁଣ୍ଣ କରୁଛି। ସାଂସଦ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନର ବିଜେପି ସରକାର ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ପାଇଁ ପ୍ରତିଶ୍ରୁତିବଦ୍ଧ। ତେଣୁ ଏହି ଘଟଣାରେ ତୁରନ୍ତ Icse କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହାସହ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମଧ୍ୟ ଚିଠି ଲେଖିଛନ୍ତି ପ୍ରଦୀପ ପୁରୋହିତ। ବରଗଡ଼ ପୂର୍ତ୍ତ  ବିଭାଗ ଅଧୀନରେ ଧନୁଯାତ୍ରା ଗେଟ୍‌ର ନିମ୍ନମାନର ନିର୍ମାଣ, ଦୁର୍ନୀତି ଏବଂ ଅଫ୍‌ଲାଇନ୍ ଟେଣ୍ଡର ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ଭିଜିଲାନ୍ସ ତଦନ୍ତ ପାଇଁ ସେ ଦାବି କରିଛନ୍ତି । ଗତ ଧନୁଯାତ୍ରା ମହୋତ୍ସବ ସମୟରେ ବରଗଡ଼ ଥାନା ଛକଠାରେ ନିର୍ମିତ 'ଧନୁଯାତ୍ରା ଗେଟ୍' ଭାଙ୍ଗିଯିବା/କ୍ଷତିଗ୍ରସ୍ତ ହେବା ଘଟଣା ପ୍ରତି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।

ନିକଟରେ ନିର୍ମିତ ଏକ ଗେଟ୍ ଏଭଳି ଭାବେ ଭାଙ୍ଗିଯିବା ଦର୍ଶାଉଛି ଯେ ଏଥିରେ ଅତ୍ୟନ୍ତ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇଛି, ସରକାରୀ ପାଣ୍ଠିର ଅପବ୍ୟୟ ହୋଇଛି ଏବଂ ସୁରକ୍ଷା ବ୍ୟବସ୍ଥା ସହ ବୁଝାମଣା କରାଯାଇଛି। ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଭିଡ଼ କମ୍ ଥିବା ସମୟରେ ଏହା ଘଟିଥିବାରୁ ବଡ଼ ବିପଦ ଏଡ଼ିଯାଇଛି, ନଚେତ୍ ଅନେକ ଜୀବନ ଯାଇଥାନ୍ତା। ଧନୁଯାତ୍ରା ହେଉଛି ବିଶ୍ୱର ସବୁଠାରୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ। ଅଫ୍‌ଲାଇନ୍ ଟେଣ୍ଡରରେ ଅନିୟମିତତା ହୋଇଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି.. ବରଗଡ଼ ପୂର୍ତ୍ତ ବିଭାଗର ଅଫ୍‌ଲାଇନ୍ ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ ଏଭଳି ଆର୍ଥିକ ଅନିୟମିତତା ହୋଇଥିବା ସନ୍ଦେହ କରାଯାଉଛି। ତେଣୁ ଘଟଣାରେ ଭିଜିଲାନ୍ସ ତଦନ୍ତ କରାଯାଉ ବୋଲି ସାଂସଦ ପ୍ରଦୀପ ପୁରୋହିତ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like