-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବରପାଲିରେ ବିଜେପି ନଗର ମଣ୍ଡଳର ବୃହତ୍ ମିଶ୍ରଣ ପର୍ବ, ବିଜେଡି ଓ କଂଗ୍ରେସରୁ ଅନେକ କର୍ମୀ ବିଜେପିରେ ସାମିଲ

28-May-2026



ବରପାଲି,  :(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ନଗର ମଣ୍ଡଳ ପକ୍ଷରୁ ଭାରତୀୟ ଜନତା ପାର୍ଟିର ଏକ ବୃହତ୍ ମିଶ୍ରଣ ପର୍ବ ଆଜି ବୁଧବାର ସ୍ଥାନୀୟ ଆଶୀର୍ବାଦ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମକୁ ନେଇ ସମଗ୍ର ବରପାଲି ଅଞ୍ଚଳରେ ରାଜନୈତିକ ଉତ୍ସାହ ଦେଖିବାକୁ ମିଳିଥିଲା। ବିଜେଡି ଓ କଂଗ୍ରେସର ଅନେକ କର୍ମୀ ଏହି ଅବସରରେ ବିଜେପିରେ ଯୋଗଦେଇଥିବାରୁ କାର୍ଯ୍ୟକ୍ରମଟି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। କାର୍ଯ୍ୟକ୍ରମର ଆରମ୍ଭରେ ବରପାଲି ଗାନ୍ଧୀ ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ବରପାଲି ନଗର ମଣ୍ଡଳ ସଭାପତି ପ୍ରତାପ କେଶରୀ ସିଂ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଏକ ବିରାଟ ଶୋଭାଯାତ୍ରା ଗାନ୍ଧୀ ଛକରୁ ଆଶୀର୍ବାଦ ମଣ୍ଡପ ପର୍ଯ୍ୟନ୍ତ ବାହାରିଥିଲା।ଶୋଭାଯାତ୍ରାରେ ଶତାଧିକ କର୍ମୀ ଓ ସମର୍ଥକମାନେ ଯୋଗଦେଇ ଦଳୀୟ ସ୍ଲୋଗାନ ଦେଇଥିଲେ। ରାସ୍ତାଘାଟରେ ବିଜେପି ପତାକା ଓ ବ୍ୟାନରରେ ପୂରା ପରିବେଶ ରାଜନୈତିକ ମୟ ହୋଇଯାଇଥିଲା।ଆଶୀର୍ବାଦ ମଣ୍ଡପରେ ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ବିଜେପୁର ବିଧାୟକ ଶ୍ରୀମାନ ସନତ କୁମାର ଗଡ଼ତୀୟା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେହିପରି ବିଜେପି ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ, ସତଲମା ମଣ୍ଡଳ ସଭାପତି ପ୍ରଶାନ୍ତ ସାହୁ, ଆଗଲପୁର ମଣ୍ଡଳ ସଭାପତି ପ୍ରଦୀପ ପଧାନ ଓ ବରପାଲି ନଗର ମଣ୍ଡଳ ସଭାପତି ପ୍ରତାପ କେଶରୀ ସିଂ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ମହେଶ ଦେବତା ପରିଚାଳନା କରିଥିଲେ।ସଭାରେ ଉଦ୍ବୋଧନ ଦେଇ ନେତାମାନେ କହିଥିଲେ ଯେ, ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ସରକାର ସାଧାରଣ ଲୋକଙ୍କ ବିଶ୍ୱାସ ଜିତିପାରିଛି। ଲୋକଙ୍କ ସେବା ଓ ଉନ୍ନତିମୂଳକ କାର୍ଯ୍ୟକ୍ରମ ପ୍ରତି ଆକୃଷ୍ଟ ହୋଇ ବିଭିନ୍ନ ଦଳର କର୍ମୀମାନେ ବିଜେପିରେ ସାମିଲ ହେଉଛନ୍ତି ବୋଲି ସେମାନେ କହିଥିଲେ।

ଏହାପରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଜଟାଶଙ୍କର ଗୁପ୍ତା, ଦେବତୋଷ ନାଏକ, ବଳାରାମ ହୋତା, ସଂଗୀତା ଦୀପ, ମହମ୍ମଦ ସବୀରଙ୍କ ସମେତ ବହୁ ସଂଖ୍ୟାରେ ବିଜେଡି ଓ କଂଗ୍ରେସ କର୍ମୀ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟା ନୂତନ ଯୋଗଦାନକାରୀମାନଙ୍କୁ ବିଜେପିର ଗାମୁଛା ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ। ଏହି ଅବସରରେ ବିଧାୟକ ସନତ କୁମାର ଗଡ଼ତୀୟା କହିଥିଲେ ଯେ, ଦେଶରେ ମୋଦି ସରକାର ଓ ରାଜ୍ୟରେ ମୋହନ ମାଝୀଙ୍କ ସରକାରଙ୍କ ହାତକୁ ଆହୁରି ସୁଦୃଢ କରିବା ପାଇଁ ସମସ୍ତ ନୂତନ କର୍ମୀ ଓ ନେତାମାନେ ଏକତାର ସହ କାମ କରିବେ ବୋଲି ସେ ଆଶା ପ୍ରକଟ କରିଥିଲେ। ସେ କହିଥିଲେ ଯେ, ଆଗାମୀ ଦିନରେ ବରପାଲି ଅଞ୍ଚଳରେ ବିଜେପି ସଂଗଠନକୁ ଆହୁରି ଶକ୍ତିଶାଳୀ କରାଯିବ।କାର୍ଯ୍ୟକ୍ରମ ଶେଷରେ ଯୋଗଦାନକାରୀ ନୂତନ କର୍ମୀମାନେ ବିଜେପିର ନୀତି ଓ ଆଦର୍ଶକୁ ଗାଁଗାଁରେ ପହଞ୍ଚାଇବା ସହ ସଂଗଠନକୁ ମଜବୁତ କରିବା ପାଇଁ ସଂକଳ୍ପ ନେଇଥିଲେ। ବହୁ ସଂଖ୍ୟାରେ ଦଳୀୟ କର୍ମୀ, ସମର୍ଥକ ଓ ସାଧାରଣ ଲୋକଙ୍କ ଉପସ୍ଥିତିରେ ସମଗ୍ର କାର୍ଯ୍ୟକ୍ରମ ଉତ୍ସାହମୟ ପରିବେଶରେ ସମାପ୍ତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like