-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ

30-May-2026



ବଲାଙ୍ଗୀର (ପ୍ରେରଣା ଖବର): “ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ସମାରୋହ  ଉତ୍ସାହ ଉଦ୍ଦୀପନା ର ସହ ପାଳିତ ହୋଇଯାଇଛି। ସୁଶ୍ରୀ ସଂଯୁକ୍ତା ମିଶ୍ରଙ୍କ ସଭାପତିତ୍ୱ ଓ ତତ୍ୱାବଧାନରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ମୁନିସିପାଲିଟି ପୌରାଧକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦେଇ ମହିଳା ସଶକ୍ତିକରଣ ଓ ସମାଜସେବା କ୍ଷେତ୍ରରେ ପରିଷଦର ଦୀର୍ଘ ୨୫ ବର୍ଷର ଅବଦାନକୁ ଭୁୟସୀ ପ୍ରଶଂସା କରିଥିଲେ।

ସମ୍ମାନୀୟ ଅତିଥି ଭାବେ  ବଲାଙ୍ଗୀର ସି ଡି ଏମ ଓ ଡା. ପୁଷ୍ପାଞ୍ଜଳି ମିଶ୍ର, ପୂର୍ବତନ ମହିଳା କମିଶନର ଜ୍ୟୋତିର୍ମୟୀ ପାଣିଗ୍ରାହୀ, ସାଇବର ଇନ୍ସପେକ୍ଟର ଭାରତୀ ନାଏକ ଓ ପ୍ରଧାନ ଶିକ୍ଷକ  ନରେନ୍ଦ୍ର ମିଶ୍ର ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମ ଗଣେଶ ବନ୍ଦନାରେ ଆରମ୍ଭ ହୋଇଥିବା ବେଳେ ସଂସ୍ଥାର ଫାଉଣ୍ଡର ଦୀନବନ୍ଧୁ ମିଶ୍ରଙ୍କୁ ସ୍ୱାଗତ ଜଣାଯାଇଥିଲା।

ସମାରୋହର ଏକ ଭାବବିହ୍ୱଳ ମୁହୂର୍ତ୍ତରେ ପରଲୋକଗତ ମଞ୍ଜୁଳା ମିଶ୍ରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ତାଙ୍କର ସମାଜସେବା ଓ ନାରୀ ଜାଗରଣ ପ୍ରତି ଅବଦାନକୁ ସ୍ମରଣ କରି ଏକ ସ୍ମୃତିଚାରଣ ପତ୍ର ତାଙ୍କ ସ୍ୱାମୀ ଶ୍ରୀ ନରେନ୍ଦ୍ର ମିଶ୍ରଙ୍କୁ ପ୍ରଦାନ କରାଯାଇଥିଲା।

ଏହି ଅବସରରେ ରାମସ୍ୱାମୀ ମହିଳା କମିଟି,  ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ, ଆଦ୍ୟାଶକ୍ତି ମହିଳା ସଂଗଠନ, କବୟିତ୍ରୀ ଡା. ବାସନ୍ତୀ ହନୁମାନ, ସମାଜସେବୀ ରୋଲିନି ଦାଶ, ପଦ୍ମାବତୀ ମେହେର ଓ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କୁ ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା।
ସମାରୋହକୁ ଆହୁରି ଆକର୍ଷଣୀୟ କରିଥିଲା ବିଭିନ୍ନ ପ୍ରକାରର ପ୍ରତିଯୋଗିତା। ରଙ୍ଗୋଳି, ଶଙ୍ଖ ଧ୍ୱନି, ହୁଳହୁଳି, ମ୍ୟୁଜିକାଲ

ଚେୟାର ଓ ନୃତ୍ୟ ପ୍ରତିଯୋଗିତାରେ ବହୁ ମହିଳା ଓ ଯୁବତୀ ଅଂଶଗ୍ରହଣ କରିଥିଲେ। ଶେଷରେ ବିଜୟୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ରୌପ୍ୟ ଜୟନ୍ତୀ ସମାରୋହ ମାଧ୍ୟମରେ “ଉତ୍କଳ ମହିଳା ବିକାଶ ପରିଷଦ” ନାରୀ ସଶକ୍ତିକରଣ, ସାମାଜିକ ସଚେତନତା ଓ ସେବାର ଯେଉଁ ଉଜ୍ଜ୍ୱଳ ଦୃଷ୍ଟାନ୍ତ ସୃଷ୍ଟି କରିଛି, ତାହାକୁ ସମସ୍ତ ଅତିଥି ଓ ଉପସ୍ଥିତ ଜନସାଧାରଣ ଭୁୟସୀ ପ୍ରଶଂସା କରି ଥିଲେ। ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ରଂଜିତା ମିଶ୍ର ପରିଚାଳନା କରିଥିଲେ ଓ ସଭାନେତ୍ରୀ ଶ୍ରୀମତୀ କସ୍ତୁରୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ, ଆଡ଼ଭୋକେଟ ସବିତା ରାଣୀ ମିଶ୍ର, ମାଧୁରୀ ସ୍ୱାଇଁ, ମମତା ମିଶ୍ର, ଦେବବ୍ରତ ମିଶ୍ର, ରଞ୍ଜନ କୁମାର ମିଶ୍ର ସୁବାସିନୀ ମିଶ୍ର ମିଳନ ମିଶ୍ର, ନିହାରିକା ମିଶ୍ର, ରାଜଶ୍ରୀ ତ୍ରିପାଠୀ, ମମତା ସୁନା, ସୁଜାତା ନନ୍ଦ, ସଂଗୀତା ଦେଓ, ସ୍ୱରଣିକା ପଣ୍ଡା, ଶିଲା ରଥ ଏବଂ ଉତ୍କଳ ମହିଳା ବିକାଶ ପରିଷଦର ସମସ୍ତ ସଭ୍ୟା  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like