-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ସଂଗଠକ ବିଇଓ ନୀଳମଣି ପଟେଲଙ୍କ ଅବସର

01-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଦୀର୍ଘ ବର୍ଷର ସଫଳ ଓ କର୍ମମୟ ଚାକିରୀ ଜୀବନର ଅବସାନ ଘଟାଇ ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ଗତ ମେ ୩୧ ତାରିଖରେ ସରକାରୀ ସେବାରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ସହିତ ବଲାଙ୍ଗୀର ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଏକ ଉଜ୍ଜ୍ୱଳ ଅଧ୍ୟାୟର ପରିସମାପ୍ତି ଘଟିଛି। ଜଣେ ଦକ୍ଷ ଶିକ୍ଷକ,ବିଜ୍ଞାନ ପ୍ରଚାରକ,ସଫଳ ପ୍ରଶାସକ ଓ ଦାୟିତ୍ୱବାନ ଅଧିକାରୀ ଭାବେ ସେ ସବୁବେଳେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଶ୍ରୀ ପଟେଲ ନିଜର ଶିକ୍ଷକତା ଜୀବନ ନିଧିସାଗର ହାଇସ୍କୁଲ, ବୁବେଲ ଠାରୁ ଆରମ୍ଭ କରିଥିଲେ।ବିଜ୍ଞାନ ଶିକ୍ଷକ ଭାବେ ସେ କେବଳ ଶ୍ରେଣୀଗୃହ ମଧ୍ୟରେ ପାଠଦାନରେ ସୀମିତ ରହି ନଥିଲେ,ବରଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶୃଙ୍ଖଳା, ବିଜ୍ଞାନମନସ୍କତା ଓ ନୈତିକ ମୂଲ୍ୟବୋଧର ବିକାଶ ପାଇଁ

ନିରନ୍ତର ପ୍ରୟାସ କରିଥିଲେ।ତାଙ୍କର କର୍ମନିଷ୍ଠା ଓ ଶିକ୍ଷା ପ୍ରତି ଅଙ୍ଗୀକାର ତାଙ୍କୁ ଶିକ୍ଷକ ମହଲ ଏବଂ ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରିୟ କରିଥିଲା।ପରବର୍ତ୍ତୀ ସମୟରେ ସେ ଲୋଇସିଂହା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ କୁସଙ୍ଗକୁ ବଦଳି ହୋଇ ଯାଇ ଥିଲେ। ସେଠାରେ ମଧ୍ୟ ନିଜର ଦକ୍ଷତା,ପରିଶ୍ରମ ଓ ସମର୍ପଣ ମାଧ୍ୟମରେ ବିଦ୍ୟାଳୟର ଶିକ୍ଷାଗତ ପରିବେଶକୁ ଆହୁରି ସୁଦୃଢ କରିଥିଲେ। ବିଶେଷକରି ବିଜ୍ଞାନ ଶିକ୍ଷା ପ୍ରତି ତାଙ୍କର ଆଗ୍ରହ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ଚେତନା ଜାଗ୍ରତ କରିବାର ପ୍ରୟାସ ସବୁଠାରେ ପ୍ରଶଂସିତ ହୋଇଥିଲା। ତାଙ୍କର ଦକ୍ଷତାକୁ ସ୍ୱୀକୃତି ଦେଇ ପରେ ତାଙ୍କୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ରେ ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ଭାବେ ଦାୟିତ୍ୱ ଦିଆଯାଇ ଥିଲା।ଏହି ପଦରେ ରହି ସେ ବଲାଙ୍ଗୀର ଜିଲ୍ଲାରେ ବିଜ୍ଞାନ ଶିକ୍ଷାର ପ୍ରସାର ଓ ବିକାଶ ପାଇଁ ଉଲ୍ଲେଖନୀୟ ଅବଦାନ ରଖିଥିଲେ। ବିଭିନ୍ନ ବିଜ୍ଞାନ ପ୍ରଦର୍ଶନୀ,ପ୍ରଶିକ୍ଷଣ ଶିବିର,ବିଜ୍ଞାନ ମେଳା ଓ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସେ ଜିଲ୍ଲାରେ ବିଜ୍ଞାନ ଚର୍ଚ୍ଚାକୁ ଏକ ନୂତନ ଦିଗ ଦେଇଥିଲେ। ତାଙ୍କ ପ୍ରଚେଷ୍ଟାରେ ଜିଲ୍ଲାର ଅନେକ ଛାତ୍ରଛାତ୍ରୀ ରାଜ୍ୟ ଓ ଜାତୀୟ ସ୍ତରର ବିଜ୍ଞାନ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇ ଥିଲେ ଓ ଜିଲ୍ଲା ପାଇଁ ଗୌରବ ଆଣିଥିଲେ। ଏହା ସହ ଜୁନିଅର ରେଡକ୍ରସ ସମ୍ପାଦକ ଭାବେ ଦାୟିତ୍ୱ ନିର୍ବାହ କରି ସେ ଅନେକ ଜନହିତକର ଓ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ। ତାଙ୍କ ନେତୃତ୍ୱରେ ଜୁନିଅର ରେଡକ୍ରସ ର ବିଭିନ୍ନ ସେବାମୂଳକ, ସଚେତନତାଧର୍ମୀ କାର୍ଯ୍ୟକ୍ରମ ଜିଲ୍ଲା ରେ ନୂତନ ଦିଗନ୍ତ ସୃଷ୍ଟି କରିଥିଲା।ପରେ ସେ ପୁଇଁତଲା ବ୍ଲକ ଅନ୍ତର୍ଗତ ବିନୋବା ହାଇସ୍କୁଲ ଛତାମଖନାର ପ୍ରଧାନ ଶିକ୍ଷକ ଭାବେ ଯୋଗଦେଇ ବିଦ୍ୟାଳୟର ଶିକ୍ଷାଗତ ଓ ପ୍ରଶାସନିକ ବିକାଶରେ ସଫଳ ନେତୃତ୍ୱ ପ୍ରଦାନ କରିଥିଲେ। ଜଣେ ଦୂରଦର୍ଶୀ ପ୍ରଧାନ ଶିକ୍ଷକ ଭାବେ ସେ ବିଦ୍ୟାଳୟର ଉନ୍ନତି ପାଇଁ ଅନେକ ଗଠନମୂଳକ ପଦକ୍ଷେପ ନେଇଥିଲେ।ଚାକିରୀ ଜୀବନର ଶେଷ ପର୍ଯ୍ୟାୟରେ ସେ ବଲାଙ୍ଗୀର ସଦର ବ୍ଲକ ଶିକ୍ଷା ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ବ୍ଲକ ଶିକ୍ଷା ଅଧିକାରୀ ଭାବେ ସେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଶିକ୍ଷାର ମାନୋନ୍ନତି, ଶିକ୍ଷକ ମାନଙ୍କ ମଧ୍ୟରେ

ସମନ୍ୱୟ ଏବଂ ସରକାରୀ ଯୋଜନାର କାର୍ଯ୍ୟକାରିତା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ତାଙ୍କର ସରଳ ବ୍ୟବହାର, ଦୃଢ଼ ନେତୃତ୍ୱ ଓ ନିଷ୍ଠାପର ସେବା ତାଙ୍କୁ ଶିକ୍ଷକ, ଅଧିକାରୀ ଓ ସାଧାରଣ ଲୋକଙ୍କ ମଧ୍ୟରେ ସମ୍ମାନର ପାତ୍ର କରିଥିଲା।ଅବସର ଉପଲକ୍ଷେ ଆୟୋଜିତ ବିଦାୟୀ ସମାରୋହରେ ଶିକ୍ଷାବିତ, ଅଧିକାରୀ, ସିଆରସିସି ଓ ଶିକ୍ଷକ ମାନେ ଶ୍ରୀ ପଟେଲଙ୍କ ଅବଦାନକୁ ସ୍ମରଣ କରି ତାଙ୍କ ସୁସ୍ଥ, ସୁଖମୟ ଓ ଦୀର୍ଘାୟୁ ଜୀବନ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like