-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ରାଜ୍ୟ

 ଆସନ୍ତା ୧୦ ରୁ ୧୫ ଦିନ ମଧ୍ୟରେ ଶତପ୍ରତିଶତ କାର୍ଡ ବଣ୍ଟନ ପାଇଁ ଯାଜପୁର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

04-Jun-2026



ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଆଜି ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲ୍ଲାର ବ୍ଲକୱାରୀ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା କାର୍ଡ’ ବଣ୍ଟନର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ସୂଚନା ଅନୁଯାୟୀ, ଜିଲ୍ଲାରେ ନୂତନ ଭାବେ ୩ ଲକ୍ଷ କାର୍ଡ ଯୋଡ଼ାଯିବା ପରେ ଜିଲ୍ଲାର ସଫଳତା ହାର ୭୧% ରୁ ହ୍ରାସ ପାଇ ୫୦% ହୋଇଯାଇଛି। ଅପରପକ୍ଷରେ, ଆୟୁଷ୍ମାନ ବୟୋ ବନ୍ଦନା କାର୍ଡର ସ୍ଥିତି ମାତ୍ର ୩୨% ରହିଛି। ଏହାକୁ ନେଇ ଜିଲ୍ଲାପାଳ କମନ୍ ସର୍ଭିସ୍ ସେଣ୍ଟରର ଜିଲ୍ଲା ପରିଚାଳକଙ୍କୁ ଭି.ଏଲ.ଇ ମାନଙ୍କ କାର୍ଯ୍ୟର ଅଗ୍ରଗତି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ପରିଚାଳକ ସୂଚନା ଦେଇଛନ୍ତି ଯେ, ବର୍ତ୍ତମାନ ଜିଲ୍ଲାରେ ୭୪୯ ଜଣ ସକ୍ରିୟ ଭି.ଏଲ.ଇ କାର୍ଯ୍ୟ କରୁଛନ୍ତି ଏବଂ ଆସନ୍ତା ୧ ରୁ ୨ ଦିନ ମଧ୍ୟରେ ଆଉ ୨୫୦ ରୁ ୩୦୦ ନୂତନ ଭାବେ ପଞ୍ଜୀକୃତ ହୋଇ ସେବା ଯୋଗାଇବେ।

ଜିଲ୍ଲାପାଳ ଆସନ୍ତା ୧୦ ରୁ ୧୫ ଦିନ ମଧ୍ୟରେ ଅବଶିଷ୍ଟ ପ୍ରାୟ ୫,୭୭,୬୨୯ ଟି କାର୍ଡ ବଣ୍ଟନ କରି ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଭି.ଏଲ.ଇମାନେ ଏହି କାର୍ଯ୍ୟରେ ସହଯୋଗ କରୁନାହାନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନାମ ସୁପାରିଶ କରିବାକୁ ସେ କହିଛନ୍ତି। ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଏବଂ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀମାନେ କାର୍ଡ ବଣ୍ଟନ ପ୍ରକ୍ରିୟାରେ ସକ୍ରିୟ ଭାବେ ସାମିଲ ହେବେ। ଡି.ପି.ଏମ ପ୍ରତିଦିନ ସନ୍ଧ୍ୟାରେ ଜିଲ୍ଲାପାଳଙ୍କୁ କାର୍ଡ ବଣ୍ଟନର ଅଗ୍ରଗତି ଏବଂ ବି.ପି.ଏମ. ମାନଙ୍କ ପ୍ରଦର୍ଶନ ବାବଦରେ ରିପୋର୍ଟ ପ୍ରଦାନ କରିବେ। ସେକ୍ଟର ସ୍ତରୀୟ ସୁପରଭାଇଜରମାନେ ଦୈନିକ ଭିତ୍ତିରେ କ୍ଷେତ୍ର ସ୍ତରୀୟ ଅନୁଧ୍ୟାନ କରିବେ ଏବଂ ପ୍ରତିଦିନ ଅତିକମରେ ୫ ରୁ ୬ ଟି କମନ୍ ସର୍ଭିସ୍ ସେଣ୍ଟର ପରିଦର୍ଶନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଶା କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ଦାୟିତ୍ୱ ଆଶା ମ୍ୟାନେଜରଙ୍କୁ ଆଶା କର୍ମୀଙ୍କ କାର୍ଯ୍ୟର ସମୀକ୍ଷା କରିବାକୁ କୁହାଯାଇଛି। ପ୍ରତ୍ୟେକ ଆଶା କର୍ମୀ ଗ୍ରାମାଞ୍ଚଳର ଲୋକମାନଙ୍କୁ ସି.ଏସ.ସି କେନ୍ଦ୍ରକୁ ଆଣିବା ପାଇଁ ସଚେତନ କରିବେ। ଏହା ସହିତ ସିଏଚଓ ଏବଂ ଏଏନଏମ୍ ମାନଙ୍କୁ ଘରକୁ ଘର ବୁଲି ଆୟୁଷ୍ମାନ ବୟୋ ବନ୍ଦନ ଯୋଜନା କାର୍ଯ୍ୟକ୍ରମ ଅଧୀନରେ ବୟସ୍କ ନାଗରିକଙ୍କ କାର୍ଡ ଜେନେରେଟ୍ କରିବା ପାଇଁ ବ୍ୟକ୍ତିଗତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହାସହ ବି.ପି.ଏମମାନେ ପଞ୍ଚାୟତ ସ୍ତରୀୟ ମାଇକ୍ରୋପ୍ଲାନ ପ୍ରସ୍ତୁତ କରି ସୁପରଭାଇଜରମାନଙ୍କୁ ପ୍ରଦାନ କରିବେ, ଯଦ୍ଦ୍ୱାରା ଅଧିକ କାର୍ଯ୍ୟଭାର ଥିବା ଏବଂ କମ୍ ପ୍ରଦର୍ଶନ କରୁଥିବା କେନ୍ଦ୍ରଗୁଡ଼ିକ ଉପରେ ବିଶେଷ ଧ୍ୟାନ ଦିଆଯାଇପାରିବ। ଆସନ୍ତା ସୋମବାର ଅପରାହ୍ନରେ ଏହି

ଅଗ୍ରଗତିର ପୁନଃ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ଦ୍ୱାରା କରାଯିବ। ପ୍ରତି ବ୍ଲକ ପାଇଁ ନିୟୋଜିତ ହୋଇଥିବା ବ୍ଲକ ନୋଡାଲ ଅଧିକାରୀମାନଙ୍କ ସହାୟତାରେ ସମଗ୍ର ପ୍ରକ୍ରିୟାର ତଦାରଖ ଓ ଲକ୍ଷ୍ୟ ହାସଲ କରିବା ପାଇଁ ସିଡିଏମଓଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ ବିଜୟ କୁମାର ମିଶ୍ର, ଡି.ପି.ଏମ ଜାତୀୟ ସ୍ୱାସ୍ଥ୍ୟ ମିଶନ, ସହକାରୀ ପରିଚାଳକ କମ୍ୟୁନିଟି ପ୍ରୋସେସ୍, ଏସଏଚଏଏସ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ଏବଂ କମନ୍ ସର୍ଭିସ୍ ସେଣ୍ଟରର ଜିଲ୍ଲା ପରିଚାଳକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like