-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ

05-Jun-2026



ଅତାବିରା(ଆକାଶ ମିଶ୍ର): ରାଜଧାନୀ ଭୁବନେଶ୍ୱର  ସ୍ଥିତ ଗୀତ ଗୋବିନ୍ଦ ସଦନଠାରେ ଜାତୀୟ କବି ଓ ଲେଖକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଭବ୍ୟ ସାରସ୍ୱତ କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ, ପ୍ରକୃତି ବନ୍ଧୁ ତଥା ବିଶିଷ୍ଟ କବୟିତ୍ରୀ ଅନୁସୂୟା ଦେବତାଙ୍କୁ ତାଙ୍କର ଉଲ୍ଲେଖନୀୟ ସାହିତ୍ୟିକ କୃତି ଓ ସାରସ୍ୱତ ସାଧନା ପାଇଁ ପ୍ରତିଷ୍ଠିତ "ଜାତୀୟ କବି ସାରସ୍ୱତ ସମ୍ମାନ-୨୦୨୬" ରେ ସମ୍ବର୍ଦ୍ଧିତ କରାଯାଇଛି।
ସଂଗଠନର ସଭାପତି ଯଜ୍ଞେଶ୍ୱର ପଣ୍ଡାଙ୍କ ସଭାପତିତ୍ୱ ଏବଂ ପ୍ରତିଷ୍ଠାତା ସମ୍ପାଦକ ଦୀନବନ୍ଧୁ ବେଜ୍‌ଙ୍କ ସୁଚାରୁ ସମ୍ପାଦନାରେ ଆୟୋଜିତ ଏହି ସମାରୋହରେ ଓଡ଼ିଶାର ବହୁ ବିଶିଷ୍ଟ ପ୍ରତିଭା ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ପ୍ରଫେସର ତଥା ଓଡ଼ିଆ ସିନେମା ସଂଳାପକାର ରଜନୀ ରଞ୍ଜନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଆ ସିନେମା ଓ ନାଟ୍ୟ ନିର୍ଦ୍ଦେଶକ ତଥା ସ୍ତମ୍ଭକାର ବିଜୟ ଦାସ, ବିଶିଷ୍ଟ କବୟିତ୍ରୀ ମନୋରମା ମହାପାତ୍ର ଏବଂ ବିଶିଷ୍ଟ ଲେଖକ ତଥା ମାନ୍ୟବର ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ରକ୍ଷକ ନାଏକ, ବିଶିଷ୍ଟ କବି କରୁଣାକର ମଲ୍ଲିକ, ଗୋଦାବରୀଶ ଦାସ, ପ୍ରମୁଖ ଉପସ୍ଥିତ ଥିଲେ। 
"ସାହିତ୍ୟ ସମାଜର ଦର୍ପଣ ଏବଂ ଶିକ୍ଷକତା ସହ ସାରସ୍ୱତ ସାଧନାକୁ ଜାରି ରଖିଥିବା ପ୍ରତିଭାମାନେ ହିଁ ସମାଜକୁ ଦିଗଦର୍ଶନ ଦେଇଥାନ୍ତି" ବୋଲି ଅତିଥି ମାନେ ନିଜ ନିଜ ବକ୍ତବ୍ୟ ରେ କହିଥିଲେ ।
ଏହି ସମାରୋହକୁ ସଫଳ କରିବାରେ ସଂଗଠନର ଉପଦେଷ୍ଟା ତଥା ଭଞ୍ଜ ସାହିତ୍ୟ ଗବେଷକ କୁଳମଣି ବାରିକ, ଅନନ୍ତ ସାହୁ, ପଙ୍କଜ ରାଉତ, ମୃତ୍ୟୁଞ୍ଜୟ ସାହୁ ଏବଂ ଦେବଯାନୀ ଆଚାର୍ଯ୍ୟ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ସଂଯୋଜକ ଜଗଦୀଶ ମହାନ୍ତି ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ରାଜ୍ୟସ୍ତରୀୟ ମହାସଭାରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଶତାଧିକ ପ୍ରତିଷ୍ଠିତ କବି, କବୟିତ୍ରୀ ଓ ସାହିତ୍ୟ ପ୍ରେମୀ ଯୋଗଦେଇ କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିଥିଲେ। ଶ୍ରୀମତୀ ଅନୁସୂୟା ଦେବତାଙ୍କର ଏହି ସଫଳତା ପାଇଁ ଅତାବିରା ଅଞ୍ଚଳ ସମେତ ସମଗ୍ର ବରଗଡ଼ ଜିଲ୍ଲାରେ ଆନନ୍ଦର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like