-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଙ୍କ ପରଲୋକ,ରେ ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

06-Jun-2026



(ଚିନ୍ତାମଣି  ନାଏକ )
:ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ସେ ଶେଷନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି। ନିଜ ପରିବାର ସହିତ ସେ ଦକ୍ଷିଣ ଭାରତ ଭ୍ରମଣରେ ଯାଇଥିଲେ। ହେଲେ ଶନିବାର ସକାଳେ ସେ ଉଠିବା ପରେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ଏକ କପ ଚା’ ପିଇ ଶୋଇପଡ଼ିଥିଲେ ଯେ ଆଉ ଉଠି ନ ଥିଲେ। ଏହା ଥିଲା ତାଙ୍କର ଚିରନିଦ୍ରା। ଡ. ପଲଉ ପ୍ରଧାନ କଳାହାଣ୍ଡି ଜିଲାର ଧର୍ମଗଡ଼,ଜୟପାଟଣା ଭବାନୀପାଟଣା ଓ ପାଷ୍ଟିକୁଡି ଭଳି ବିଭିନ୍ନ ଡାକ୍ତର ଖାନାରେ ରହି ନିଜ କାର୍ଯ୍ୟକୁ ସୂଚାରୁ ରୁପେ ପ୍ରତିପାଦନ କରିଥିଲେ। କେବଳ ସେ ଜଣେ ଡାକ୍ତର ନ ଥିଲେ, ବରଂ ଅନେକଙ୍କ ପାଇଁ ଏକ ଆଶାର ଆଲୋକ ଥିଲେ। ତାଙ୍କର କାର୍ଯ୍ୟଦକ୍ଷତା, ଦୟା ଏବଂ ନିଃସୱାର୍ଥପର ସେବା ସମାଜରେ ସ୍ବାସ୍ଥ୍ୟସେବାର ମାନକୁ ବଢ଼ାଇଥିଲା। ଆଜିର ଯୁଗରେ ଯେଉଁଠାରେ ଡାକ୍ତରୀ ଚିକିତ୍ସା ପ୍ରାୟତଃ ତରବରିଆ ହୋଇଯାଇଛି, ସେଠାରେ ଡାକ୍ତର ପ୍ରଧାନ ପ୍ରତ୍ୟେକ ଶିଶୁଙ୍କୁ ସମ୍ମାନର ସହ ଦେଖି, ତାଙ୍କ କଥାକୁ ଗଭୀର ଭାବରେ ଶୁଣି ଏବଂ ପ୍ରକୃତ ଯତ୍ନ ନେଇ ସମସ୍ତଙ୍କଠାରୁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ପରଲୋକ ଖବର ଶୁଣି କଳାହାଣ୍ଡି ଜିଲାରେ ଶୋକର ଛାୟା ଖେଳି ଯାଇଛିl ତାଙ୍କରୀ ବିୟୋଗ ରେ କଳାହାଣ୍ଡି ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଅମଲା ଭବନ ଠାରେ ଏକ ସୃତି ସଭା ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ସିଡିଏମ୍ଓ ନିହାରେନ୍ଦ୍ର ପଣ୍ଡା, ଅବସର ପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହକାରୀ ନିର୍ଦ୍ଦେଶକ ଅଶୋକ କୁମାର ପାତ୍ର, ବରିଷ୍ଟ ସାମ୍ବାଦିକ ଉମା ଶଙ୍କର କର, ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଶାନ୍ତନୁ କୁମାର ବେହେରା, କଳାହାଣ୍ଡି ବଣିକ ସଂଘ ସଭାପତି ବିଜୟ କୁମାର ସାହୁ, କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏସନର ପୂର୍ବତନ ରାଜ୍ୟ ସମ୍ପାଦକ ହୃଷୀକେଶ ମିଶ୍ର, ଜିଲ୍ଲା ଯୋଜନା କମିଟି ସଦସ୍ୟ ପ୍ରଶାନ୍ତ ଠାକୁର, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସମ୍ପାଦକ ଶରତ ଚନ୍ଦ୍ର ନାୟକ, କଳାହାଣ୍ଡି ପେଷାଦାର ସାମ୍ବାଦିକ ସଂଘ ସଭାପତି ରଜନୀ କାନ୍ତ ମିଶ୍ର,ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ବିଶି, ପ୍ରଶାନ୍ତ ପଣ୍ଡା, ସମାଜ ସେବୀ ଭବାନୀ ଶଙ୍କର ନିଆଲ, ଲକ୍ଷ୍ମୀ ନାରାୟଣ ପଣ୍ଡା, ଭବାନୀ ମନହୀରା, ଅମରେଶ ପାଢ଼ୀ, ତାପସ ମହାନ୍ତି, ଶୁଭମ ରହିଲା, ଚିତ୍ତ ରଞ୍ଜନ ବିଶି, ଶିବ ଶଙ୍କର ନାଏକ, ପୃଥ୍ୱୀରାଜ ନିଆଲ, ଛବିଲାଲ ନିଆଲ, ମନ ପ୍ରଧାନ,ଅଜୟ କୁମାର ଡ଼ାକୁଆ, ଯଶକେତନ ଡ଼ି ମାଝୀ,ଆଇନ ଜୀବି ଦୀପକ କୁମାର ସାହୁ ନର୍ଲା ପ୍ରେସ ଏଶୋଶେଷନ ସଭାପତି ଚିନ୍ତାମଣି ନାଏକ ପ୍ରମୁଖ ସ୍ବର୍ଗତ ଡାକ୍ତର ପଲଉ ପ୍ରଧାନଙ୍କ ସ୍ମୃତି ଚାରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like