-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମଲମୁଣ୍ଡାର ନୂତନ ଭବନର ଶିଳାନ୍ୟାସ ସମ୍ପନ୍ନ

08-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ମଲମୁଣ୍ଡାର ନୂତନ ବିଦ୍ୟାଳୟ ଭବନର ଶିଳାନ୍ୟାସ ଉତ୍ସବ ଆଜି ବହୁ ଉତ୍ସାହ ଓ ଜନସହଭାଗିତା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଡି ଆର ଡି ଏ ପ୍ରତିନିଧି ରାଜେନ୍ଦ୍ର ବିଜୟ ସାହୁ; ଜୋନ ୧୮  ଜିଲ୍ଲା ପରିଷଦ ସଦସ୍ୟ କୁମରମଣି ସେଠ,  ମଲମୁଣ୍ଡ ସରପଞ୍ଚ ବିଷ୍ଣୁ ପ୍ରସାଦ ପଟେଲ,  ପଂଚାୟତ ସମିତି ସଭ୍ୟ ସତ୍ୟାନନ୍ଦ ରାଉତ, ନନ୍ଦଲାଲ ସେଠ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି;  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ,  ପୁଇଁତଳା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଏବଂ ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିତ୍ୟାନନ୍ଦ ଗଣ୍ଡ (ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ), ପୃଥ୍ୱୀରାଜ ହରିଚନ୍ଦନ (ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ), ସୁରେଶ ପୂଜାରୀ (ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ), ଏନ୍. ତିରୁମଲା ନାୟକ, କମିଶନର ତଥା ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନନ୍ୟା ଦାସ, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା, ଓସେପା ଯୋଗ ଦେଇ ବିଦ୍ୟାଳୟର ଉତ୍ତରୋତ୍ତର ପ୍ରଗତି ପାଇଁ ଶୁଭେଚ୍ଛା ଜଣାଇଥିଲେ।

ଅତିଥିମାନେ ନିଜ ଅଭିଭାଷଣରେ ମୂଳଭିତ୍ତିକ ଶିକ୍ଷାର ସୁଦୃଢ଼ୀକରଣ ଓ ବିଦ୍ୟାଳୟ ଭିତ୍ତିଭୂମିର ଉନ୍ନତି ପ୍ରତି ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ନୂତନ ବିଦ୍ୟାଳୟ ଭବନ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧୁନିକ, ନିରାପଦ ଓ ଶିଶୁ-ବନ୍ଧବ ଶିକ୍ଷା ପରିବେଶ ସୃଷ୍ଟି କରିବ ବୋଲି ସେମାନେ ଆଶାବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମକୁ ବିଆରଟି ଅଳକା ଦାଶ ସୁନ୍ଦର ଭାବେ ସଂଚାଳନା କରିଥିଲେ। ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସିଆରସିସି ପ୍ରମୋଦ କୁମାର ପଟେଲ ଧନ୍ୟବାଦ ଅର୍ପଣ କରି ସମସ୍ତ ଶିକ୍ଷକ, ଅତିଥି, ଅଧିକାରୀ, ଅଭିଭାବକ, ଗ୍ରାମବାସୀ ଏବଂ ଶୁଭେଚ୍ଛୁମାନଙ୍କୁ କୃତଜ୍ଞତା ଜଣାଇଥିଲେ। ଏହି ଶିଳାନ୍ୟାସ ଉତ୍ସବରେ ସ୍ଥାନୀୟ ଜନସାଧାରଣ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଏବଂ ଶିକ୍ଷା ସହ ଜଡିତ ବିଭିନ୍ନ ମହଳର ବ୍ୟାପକ ଉପସ୍ଥିତି ଦେଖିବାକୁ ମିଳିଥିଲା। ମଲମୁଣ୍ଡା ଗ୍ରାମର ଶିକ୍ଷା କ୍ଷେତ୍ରରେ ଏହା ଏକ ଐତିହାସିକ ଓ ମାଇଲଖୁଣ୍ଟ ସଦୃଶ ପଦକ୍ଷେପ ବୋଲି ମନେ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like