-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା ଆଇ ଟି ଡି ଏ  ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ  ପୁଳାପୁଳା ସମ୍ପତ୍ତି ଠାବ କଲା ଭିଜିଲାନ୍ସ

08-Jun-2026



ବାଲିଗୁଡା:(ସୁଶୀଳ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି। ଭୁବନେଶ୍ବରରେ ୪ଟି ସ୍ଥାନ ସମେତ ବାରିପଦା, ଯାଜପୁରର ଧର୍ମଶାଳା ଏବଂ ବାଲିଗୁଡା ସରକାରୀ ବାସ ଭବନ ରେ ମଧ୍ୟ ରେଡ କରାଯାଉଛି। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ କରିଛି ଭିଜିଲାନ୍ସ। ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧିକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ଶ୍ରୀ ବେହେରାଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ଚାଲିଛି ରେଡ୍। ବୈକୁଣ୍ଠ ନାଥ ବେହେରାଙ୍କ ବିରୋଧରେ ବଡ଼ ଧରଣର ତଦନ୍ତ ଆରମ୍ଭ କରିଛି ଓଡ଼ିଶା ଭିଜିଲାନ୍ସ। ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରୁଛି। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ଥିକ ଦଲିଲର ଯାଞ୍ଚ କରାଯାଉଥିବା ଜଣାପଡ଼ିଛି। ତେବେ ତଦନ୍ତ ଚାଲିଥିବାରୁ ଏପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ସେନେଇ ଭିଜିଲାନ୍ସ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like