-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ର ଶୁଭାରମ୍ଭ ଉପଲକ୍ଷେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

13-Jun-2026



 


  ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ )ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡିଶା ସରକାର ଶ୍ରୀ ମୋହନ ଚରଣ ମାଝୀ ଆଜି  ଭୁବନେଶ୍ୱର ଠାରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ର ଶୁଭାରମ୍ଭ କରିଛନ୍ତି । ଏହି ଅବସରେରେ ସମ୍ବଲପୁର ଜିଲ୍ଲା ପ୍ରଶାସନ ଆନୁକୁଲ୍ୟ ରେ ସ୍ଥାନୀୟ ତପସ୍ଵିନୀ ପ୍ରେକ୍ଷାଳୟ ଠାରେ ଏକ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି- ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ଙ୍କ ଲୋକପ୍ରତିନିଧି ଶ୍ରୀ ବିଭୂତି କଲ୍ୟାଣ ପଟେଲ,  ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଭା.ପ୍ର. ସେ),  ଅତିରିକ୍ତ ଜିଲ୍ଲପାଳ(ସାଧାରଣ) ଶ୍ରୀ ଅଶୋକ ଭୋଇ, ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ରେହାନ କ୍ଷତ୍ରି(ଆଇ.ଏ.ଏସ.) ଙ୍କ ସମେତ ମୁଖ୍ୟ ଯୋଗାଣ ଅଧିକାରୀ, ଅନ୍ୟ ବିଭାଗୀୟ ଅଧିକାରୀ, ଜନସାଧାରଣ  ପ୍ରମୁଖ ଉପସ୍ଥିତ ରହି ଆଭାସୀ ମାଧ୍ୟମରେ ସମାରୋହ ରେ ଯୋଗ ଦେଇଥିଲେ।

ସମ୍ବଲପୁର ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ଏହି ଫ୍ଲାଗସିପ୍ କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ସମସ୍ତ ଯୋଗ୍ୟ ରେସନ ହିତାଧାରୀଙ୍କୁ ସେମାନଙ୍କ ନିୟମିତ ପ୍ରାପ୍ୟ ବ୍ୟତୀତ ମାସିକ ମୁଣ୍ଡପିଛା (ପ୍ରତି ହିତାଧିକାରୀ) ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ସମ୍ପୂର୍ଣ୍ଣ ବିନା ମୂଲ୍ୟରେ ପ୍ରଦାନ କରାଯିବ।
ରାଜ୍ୟ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ଏବଂ ଏହା ଦ୍ୱାରା ଜିଲ୍ଲାର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଆହୁରି ସଦୃଢ଼ ହେବ ବୋଲି ଜିଲ୍ଲାପାଳ କହିଥିଲେ।କେବଳ ସେତିକି ନୁହେଁ ସାରା ଭାରତ ରେ ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଏହି ଯୋଜନା ରେ ପ୍ରତି ହିତାଧିକାରୀ ଙ୍କୁ  ୧୦ କେଜି ଚାଉଳ ସରକାର ଙ୍କ ଦ୍ଵାରା ପ୍ରଦାନ କରାଯିବ ବୋଲି ସୂଚନା ଦେଇଥିଲେ।  ଖାଦ୍ୟ ସୁରକ୍ଷା ଯୋଜନା ସହ ସରକାରଙ୍କ ଡିଜିଟାଲ୍ ସଶକ୍ତିକରଣ କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର ଅଙ୍ଗନବାଡ଼ି କର୍ମୀମାନଙ୍କୁ ସ୍ମାର୍ଟଫୋନ୍ (Smartphones) ବିତରଣ କରାଯାଉଛି। ଏହାଦ୍ୱାରା ଆମର ଅଙ୍ଗନବାଡ଼ି ଦିଦିମାନେ ଆହୁରି "ସ୍ମାର୍ଟ" ହେବା ସହ ସରକାରୀ ଯୋଜନାଗୁଡ଼ିକର ଡିଜିଟାଲ୍ ପରିଚାଳନା ତଥା ତୃଣମୂଳ ସ୍ତରରେ ଶିଶୁ ଓ ମହିଳାମାନଙ୍କ ବିକାଶ କାର୍ଯ୍ୟ ଅଧିକ ସ୍ୱଚ୍ଛ ଏବଂ ଦ୍ରୁତ ହୋଇପାରିବ ବୋଲି କହିଥିଲେ।
ଜିଲ୍ଲାପାଳ ସମ୍ବଲପୁରବାସୀଙ୍କୁ ଏହି ସମସ୍ତ ଜନକଲ୍ୟାଣକାରୀ ଯୋଜନାର ସଦୁପଯୋଗ କରିବାକୁ ଅନୁରୋଧ କରିଛନ୍ତି ଏବଂ ଏହି ସଫଳ ଶୁଭାରମ୍ଭ ପାଇଁ ସମସ୍ତ ଜିଲ୍ଲାବାସୀ ଓ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 ବିନା ମୂଲ୍ୟରେ ଅତିରିକ୍ତ ଚାଉଳ- ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (NFSA-PMGKAY) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (SFSS) ଅନ୍ତର୍ଗତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ କେଜି ଚାଉଳ ପାଇଁ ଗୋଟିଏ ହେଲେ ଟଙ୍କା ଦେବାକୁ ପଡ଼ିବ ନାହିଁ।
  ଏହି ଯୋଜନା ଚଳିତ ବର୍ଷ ଏପ୍ରିଲ ମାସଠାରୁ ଲାଗୁ କରାଯାଇଛି। ହିତାଧିକାରୀମାନେ ଏକକାଳୀନ ଏପ୍ରିଲ, ମେ ଏବଂ ଜୁନ ମାସର ମୋଟ ୧୫ କିଲୋଗ୍ରାମ ଚାଉଳ  ସେମାନଙ୍କ ନିକଟସ୍ଥ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରରୁ ପାଇପାରିବେ।
 ଏହି ଯୋଜନା ରେ ସମ୍ବଲପୁର ଜିଲ୍ଲାରୁ ଉପକୃତ ହେବେ ୭.୫ ଲକ୍ଷରୁ ଅଧିକ ଜନସାଧାରଣ। ସମ୍ବଲପୁର ଜିଲ୍ଲାର ମୋଟ ୨,୩୭,୨୩୮ ଟି ରେସନ କାର୍ଡଧାରୀ ପରିବାରର ୭,୫୪,୮୨୨ ଜଣ ହିତାଧିକାରୀ ଏହି ଯୋଜନାର ପ୍ରତ୍ୟକ୍ଷ ଲାଭ ପାଇବେ।
 ଏହି ଯୋଜନା ମାଧ୍ୟମରେ ଜିଲ୍ଲା ପାଇଁ ମାସିକ ପ୍ରାୟ ୩୭ ଲକ୍ଷ କିଲୋଗ୍ରାମ (୩୭,୭୪୧.୧୦ କ୍ୱିଣ୍ଟାଲ) ଚାଉଳ ଆବଣ୍ଟନ କରାଯାଉଛି।

ସମ୍ବଲପୁର ଜିଲ୍ଲାର ମୋଟ ୨୧୦ ଟି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ଏହି ଚାଉଳ ବଣ୍ଟନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like