-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଲହଣ୍ଡାରେ ପୁଣି ବସିବ ସାପ୍ତାହିକ ବଜାର

13-Jun-2026



 

ବରପାଲି : (ସୁଦାମ ଦୀପ) ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ପୁନର୍ବାର ସାପ୍ତାହିକ ବଜାର ବସାଇବାକୁ ନେଇ ଗ୍ରାମବାସୀ ଓ ପଞ୍ଚାୟତ ପକ୍ଷରୁ ସକ୍ରିୟ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାକୁ ନେଇ ଲହଣ୍ଡା ବଜାର ପ୍ରାଙ୍ଗଣରେ ପୂର୍ବତନ ସରପଞ୍ଚ ଦୟାସାଗର ମେଣ୍ଡଳୀଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଗ୍ରାମର ବହୁ ବୁଦ୍ଧିଜୀବୀ, ଜନପ୍ରତିନିଧି ଓ ସାଧାରଣ ଲୋକ ଯୋଗଦେଇ ବଜାର ପୁନରୁଦ୍ଧାର ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।ସୂଚନାଯୋଗ୍ୟ ଯେ, କିଛି ବର୍ଷ ପୂର୍ବରୁ ଲହଣ୍ଡା ଗ୍ରାମରେ ପ୍ରତି ମଙ୍ଗଳବାର ସାପ୍ତାହିକ ବଜାର ବସୁଥିଲା। ଏହି ବଜାର ଅଞ୍ଚଳର ଚାଷୀ, କ୍ଷୁଦ୍ର ବ୍ୟବସାୟୀ ଏବଂ ସାଧାରଣ ଲୋକଙ୍କ ପାଇଁ ଜୀବିକା ଓ କିଣାବିକାର ଏକ ପ୍ରମୁଖ କେନ୍ଦ୍ର ଥିଲା। ସ୍ଥାନୀୟ ଉତ୍ପାଦିତ ପନିପରିବା, ଶସ୍ୟ ଓ ଅନ୍ୟାନ୍ୟ ସାମଗ୍ରୀର ବିକ୍ରିବଟା ଏଠାରେ ହେଉଥିବାରୁ ଚାଷୀମାନେ ସିଧାସଳଖ ଭାବେ ଉପକୃତ ହେଉଥିଲେ। ତେବେ କୌଣସି କାରଣବଶତଃ ଏହି ବଜାର ବନ୍ଦ ହୋଇଯାଇଥିଲା। ଫଳସ୍ୱରୂପ ଗ୍ରାମବାସୀଙ୍କୁ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଅତାବିରା ଗୋଡ଼ଭଗା ବଜାର ଉପରେ ନିର୍ଭର କରିବାକୁ ପଡୁଥିଲା।ବୈଠକରେ ଉପସ୍ଥିତ ସଦସ୍ୟମାନେ ମତ ପ୍ରକାଶ କରିଥିଲେ ଯେ, ସାପ୍ତାହିକ ବଜାର ପୁନର୍ବାର ଆରମ୍ଭ ହେଲେ ସ୍ଥାନୀୟ ବ୍ୟବସାୟ ବୃଦ୍ଧି ପାଇବା ସହ ଅଞ୍ଚଳର ଆର୍ଥିକ କାର୍ଯ୍ୟକଳାପ ମଧ୍ୟ ତ୍ୱରାନ୍ୱିତ ହେବ। ଏହା ସହିତ ଚାଷୀମାନେ ନିଜ ଉତ୍ପାଦକୁ ସ୍ଥାନୀୟ ସ୍ତରରେ ବିକ୍ରି କରିପାରିବେ ଏବଂ ଗ୍ରାମବାସୀମାନେ ସହଜରେ ଆବଶ୍ୟକ ସାମଗ୍ରୀ ପାଇପାରିବେ।ଗ୍ରାମର ସାମଗ୍ରିକ ବିକାଶ, ସ୍ଥାନୀୟ ବ୍ୟବସାୟକୁ ପ୍ରୋତ୍ସାହନ ଓ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବଜାର ପୁନର୍ବାର ଆରମ୍ଭ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ବଜାରକୁ ଶୃଙ୍ଖଳିତ ଓ ସୁପରିଚାଳିତ ଭାବେ ପରିଚାଳନା କରିବା ପାଇଁ ଏକ ୧୫ ଜଣିଆ ପରିଚାଳନା କମିଟି ଗଠନ କରାଯିବ ବୋଲି ମଧ୍ୟ ବୈଠକରେ ସ୍ଥିର କରାଯାଇଥିଲା।ଏହି ବୈଠକରେ ସରପଞ୍ଚ ଅର୍ଜୁନ ନାୟକ, କ୍ଷୀରେଶ୍ୱର ବେହେରା, ଯୋଗେନ୍ଦ୍ର ଥପା, ଟଙ୍କଧର ମାଝୀ, ହରିହର ପ୍ରଧାନ, ମୂଳଜୀ ପ୍ରଧାନ, ସୁଶାନ୍ତ ଶତପଥୀ, ଗୋପାଳ ପ୍ରଧାନ, ସଦାଶିବ ସାହୁ, ନାରାୟଣ ବର୍ଗ ପ୍ରମୁଖଙ୍କ ସମେତ ବହୁ ପଞ୍ଚାୟତବାସୀ ଉପସ୍ଥିତ ରହି ବଜାର ପୁନଃ ଆରମ୍ଭ ନିଷ୍ପତ୍ତିକୁ ସ୍ୱାଗତ କରିଥିଲେ। ଗ୍ରାମବାସୀଙ୍କ ଆଶା, ବହୁ ବର୍ଷ ପରେ ଲହଣ୍ଡାରେ ପୁଣିଥରେ ସାପ୍ତାହିକ ବଜାର ବସିବା ଦ୍ୱାରା ଅଞ୍ଚଳର ଆର୍ଥିକ ଓ ସାମାଜିକ ବିକାଶରେ ଏକ ନୂଆ ଅଧ୍ୟାୟର ସୂଚନା ମିଳିବ। ବଜାର ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଏକତା ଓ ଉଦ୍ୟମ ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like