-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବିଧାୟକ କଳିକେଶଙ୍କ ପ୍ରତାପସାଗର ଓ ମହାରାଣୀସାଗର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା

13-Jun-2026



ବଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀର ସହରର ଐତିହାସିକ ପ୍ରତାପସାଗର ଓ ମହାରାଣୀସାଗର ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା ପାଇଁ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଆଜି ପୌରାଧ୍ୟକ୍ଷା ଲିକା ସାହୁଙ୍କ ସହ ସ୍ଥଳ ପରିଦର୍ଶନ କରିଥିଲେ। ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହେବା ପରେ ଏହା ତାଙ୍କର ଦ୍ୱିତୀୟ ପରିଦର୍ଶନ ଥିଲା।ପ୍ରତାପସାଗର ପରିଦର୍ଶନ ସମୟରେ ବିଧାୟକ ସ୍ଥାନୀୟଲୋକଙ୍କ ସହ ଆଲୋଚନା କରିଥିଲେ। ରୁଗୁଡିପଡା ଅଞ୍ଚଳରୁ ଆସୁଥିବା ବର୍ଷାଜଳ ବନ୍ଧ ମଧ୍ୟକୁ ପ୍ରବେଶ ନକରି ଭିନ୍ନ ମାର୍ଗରେ ନିସ୍କାସନ ହେବା ପାଇଁ ସ୍ଥାନୀୟ ବାସିନ୍ଦାମାନେ ଦାବି ରଖିଥିଲେ। ବର୍ଷା ଋତୁ ଆସିଥିବାରୁ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ବିଧାୟକ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରତାପସାଗରରେ ଦୀର୍ଘଦିନ ଧରି ଜମି ରହିଥିବା ବିପୁଳ ପରିମାଣର ପଙ୍କକୁ ପୌରପାଳିକା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉତ୍ତୋଳନ କରାଯାଇଛି। ଏହି କାର୍ଯ୍ୟ ସମୟରେ କିଛି ସ୍ଥାନରେ ରାସ୍ତା ଉପରେ ମାଟି ପଡିଥିବା ନେଇ ଉଠିଥିବା ଅଭିଯୋଗ ପ୍ରସଙ୍ଗରେ ପୌରାଧ୍ୟକ୍ଷା ଲିକା ସାହୁ ସାମୟିକ ଅସୁବିଧାକୁ ସହଯୋଗର ମନୋଭାବ ସହ ଗ୍ରହଣ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ବିଧାୟକ ମଧ୍ୟ ସହରର ଦୀର୍ଘମିଆଦି ଉନ୍ନୟନ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିବା ବେଳେ ବନ୍ଧ ଗୁଡିକର ସୁରକ୍ଷା ପାଇଁ ସମସ୍ତ ପଡାରେ ଏକଏକ ବରିଷ୍ଠ ନାଗରିକ ମାନଙ୍କୁ ନେଇ ସୁରକ୍ଷା କମିଟି ଗଠନ କରିବାକୁ ପୌରପରିଷଦ କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାପରେ ବିଧାୟକ ମହାରାଣୀସାଗର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ଦୁଇ ବର୍ଷ ପୂର୍ବରୁ ଏଠାରେ ହୋଇଥିବା ମାଟି ଉନ୍ନୟନ କାର୍ଯ୍ୟର ସକାରାତ୍ମକ ଫଳାଫଳ ଏବେ ଦୃଶ୍ୟମାନ ହୋଇଛି। ସାଗରରେ ସ୍ୱଚ୍ଛ ଓ ନିର୍ମଳ ଜଳ ସଂରକ୍ଷିତ ରହିଥିବାବେଳେ ପ୍ରତିଦିନ ହଜାର ହଜାର ଲୋକ ଏହାର ସୁବିଧା ଉପଭୋଗ କରୁଛନ୍ତି। ଖରାଦିନରେ ମଧ୍ୟ ଲୋକମାନେ ଥଣ୍ଡା ଜଳରେ ସ୍ନାନ କରୁଥିବା ଦେଖି ବିଧାୟକ ସନ୍ତୋଷ ବ୍ୟକ୍ତ କରିଥିଲେ।ମହାରାଣୀସାଗରରେ ବାହାର ଜଳ ପ୍ରବେଶ ରୋକିବା ପାଇଁ

ଏକ ବଡ଼ ଡ୍ରେନ ନିର୍ମାଣ କାର୍ଯ୍ୟ ଚାଲିଛି। ଉପରମୁଣ୍ଡରୁ ନାଳ ଦେଇ ଆସୁଥିବା ପାଣିକୁ ସାଗର ଭିତରକୁ ନପଠାଇ ତଳମୁଣ୍ଡ ପର୍ଯ୍ୟନ୍ତ ନେବା ପାଇଁ ଏହି ବ୍ୟବସ୍ଥା କରାଯାଉଛି। ବର୍ତ୍ତମାନ ଏହି ଡ୍ରେନର କଂକ୍ରିଟକରଣ କାମ ଚାଲିଥିବା ବିଧାୟକ ଅନୁଧ୍ୟାନ କରିଥିଲେ।

ଏହି ପରିଦର୍ଶନ ସମୟରେ ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, କାଉନସିଲର ଗାଙ୍ଗାଧର ଚାନ୍ଦ, ଶମ୍ଭୁ ନାଗ, ଶତୃଘ୍ନ ବାଗ, ନନ୍ଦିନୀ ପୋଢ଼, ସନ୍ତୋଷିନୀ ପୋଢ଼, ବରିଷ୍ଠ ନେତା ବିଧୁଭୂଷଣ ତ୍ରୀପାଠୀ, ଛାତ୍ର ବିଜେଡି ସଭାପତି ସୁମନ ନନ୍ଦ, ମିଡିଆ ସେଲ ସଦସ୍ୟ ବିଭୂତିଭୂଷଣ ମିଶ୍ରଙ୍କ ସମେତ ଅନ୍ୟାନ୍ୟ ଜନପ୍ରତିନିଧି ଓ କର୍ମୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like