-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ

16-Jun-2026



ବରପାଲି (ସୁଦାମ ଦୀପ 
ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମ ପଞ୍ଚାୟତର ଆନ୍ଧ୍ର କ୍ୟାମ୍ପଠାରେ ଗଢ଼ିଉଠିଥିବା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଏବଂ ବିଶ୍ୱ ରକ୍ତଦାତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା।
ରକ୍ତଦାନ ଶିବିରକୁ ମୁଖ୍ୟ ବକ୍ତା ଡ଼. ସୁଜିତ ପୃଷେଠ ଏବଂ ସମ୍ମାନିତ ଅତିଥି ଭାବରେ ଡାକ୍ତର ଶ୍ରୀନିବାସ ଦେବତା, ବିଶିଷ୍ଠ ସମାଜ ସେବୀ ଗୌରହରି ମିଶ୍ର ଫିତା କାଟି ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ମୁଖ୍ୟ ଅତିଥି ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ ଷଡ଼ଙ୍ଗୀ ଶିବିରରେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ।ଏହି ରକ୍ତଦାନ ଶିବିରରୁ ବରଗଡ଼ ରକ୍ତଭଣ୍ଡାର ଦ୍ୱାରା ୩୧ ୟୁନିଟ୍ ଏବଂ ବୁର୍ଲା ରକ୍ତଭଣ୍ଡାର ଦ୍ୱାରା ୩୧ ୟୁନିଟ୍ ସହ ସର୍ବମୋଟ ୬୨ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା।ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ତଥା ଜିଲ୍ଳା ଯୋଜନା ବୋର୍ଡ଼ ର ଅଧ୍ୟକ୍ଷ ଶ୍ରୀ ଅଶ୍ୱିନୀ ଷଡ଼ଙ୍ଗୀ, ସମ୍ମାନିତ ଅତିଥି ଭାବେ ଡାକ୍ତର ଶ୍ରୀନିବାସ ଦେବତା ଏବଂ ମୁଖ୍ୟ ବକ୍ତା ଭାବେ ଆଇଆଇଏମ୍ ସମ୍ବଲପୁରର ପ୍ରଫେସର ଡ଼. ସୁଜିତ ପୃଷେଠ ଯୋଗଦେଇ ସମାଜସେବା, ରକ୍ତଦାନ ଏବଂ ଯୁବଶକ୍ତିର ଭୂମିକା ସମ୍ପର୍କରେ ନିଜର ମତାମତ ବ୍ୟକ୍ତ କରିଥିଲେ।ଏହି ଅବସରରେ ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ “ନିଷ୍ଠା ସେବା ସମ୍ମାନ” ପ୍ରଦାନ କରାଯାଇଥିଲା। କଟକର ଶ୍ରୀ ଅଭିମନ୍ୟୁ ଦାସ, ବରଗଡ଼ର ଶ୍ରୀ ରତନ ପୂଜାହାରୀ, ବରଗଡ଼ ଫିଜିକାଲ୍ ଏକାଡେମୀର ପ୍ରତିଷ୍ଠାତା ଶ୍ରୀ ସୁରେଶ ଦାଶ ଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ସିଏମ୍ ଟ୍ରଫି ଚାମ୍ପିୟନ୍ ଟିମ୍ ବରଗଡ଼କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା।
ସଭାରେ ନିଷ୍ଠା ପରିବାରର ସଭାପତି ଶ୍ରୀ ଅଶ୍ୱିନୀ ତ୍ରିପାଠୀ ସଭାପତିତ୍ୱ କରିବା ସହ ଅନୁଷ୍ଠାନର ଉଦ୍ଦେଶ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ଆଲୋକପାତ କରିଥିଲେ। ମଞ୍ଚ ପରିଚାଳନା ସହ ସଂପାଦକ ଶ୍ରୀ ମଦନ ମୋହନ ଦାଶ କରିଥିବା ବେଳେ ଉପ ସଭାପତି ଶ୍ରୀ ସଚି ପଣ୍ଡା ଏବଂ ମହିଳା ଶାଖା ସଂଯୋଜିକା ଶ୍ରୀମତୀ ତ୍ରିପୁରା ସୁହୁଲା ନିଜର ମୂଲ୍ୟବାନ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ପାଦକ ଶ୍ରୀ ଲୋକନାଥ ସାହୁ ବିବରଣୀ ପାଠ କରିଥିବା ବେଳେ ଧନ୍ୟବାଦ ଅର୍ପଣ ଶ୍ରୀ ସଚି ପଣ୍ଡା କରିଥିଲେ।
ଏହି କାର୍ଯ୍ୟକ୍ରମର ସଫଳ ପରିଚାଳନାରେ ନିଷ୍ଠା ପରିବାରର କୋଷାଧ୍ୟକ୍ଷ ଶ୍ରୀ ଶ୍ୟାମ ସୁନ୍ଦର ସାହୁ, ଶ୍ରୀ ରକ୍ଷପାଳ ସାହୁ, ଶ୍ରୀ ବିଦ୍ୟାଧର ଭୋଇ, ଶ୍ରୀ ଜୟନ୍ତ ପ୍ରଧାନଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ସକ୍ରିୟ ସହଯୋଗ କରିଥିଲେ।ରକ୍ତଦାନ ଶିବିର ଓ କାର୍ଯ୍ଯକ୍ରମ କୁ ସଫଳ କରିବାରେ ସହଯୋଗ କରିଥିବା ସମସ୍ତ ରକ୍ତଦାତା, ସହଯୋଗୀ, ଶୁଭେଚ୍ଛୁ ଏବଂ ଅଞ୍ଚଳବାସୀଙ୍କୁ ନିଷ୍ଠା ପରିବାର ପକ୍ଷରୁ ଅନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like