-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ

20-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲାପାଳ କାର୍ଯାଳୟର ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉଭୟ ୧୪ ବର୍ଷରୁ କମ ଶିଶୁ ଏବଂ ୧୮ ବର୍ଷରୁ କମ କିଶୋର/କିଶୋରୀ ମାନଙ୍କର ବିପଦ ସଂକୁଳ ବୃତ୍ତି ବିଷୟରେ ଚର୍ଚ୍ଚା ହେବା ସହ ଶିଶୁ ଓ କିଶୋର ଶ୍ରମ ଆଇନ- ୧୯୮୬ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା |
କାର୍ଯକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ଶ୍ରମ ବିଭାଗର ଉଦ୍ଧାରକାରୀ ଦଳ ଦ୍ୱାରା ସମଗ୍ର ଜିଲ୍ଲାରେ ଚାଲିଥିବା କାର୍ଯ୍ୟକଳାପ ବିଷୟରେ ଚର୍ଚ୍ଚା ହେବା ଶହ ଶ୍ରମରେ ନିୟୋଜିତ କରୁଥିବା ଲୋକ ଉପରେ କଣ ଦଣ୍ଡ ବିଧାନ ରହିଛି ତାହା ମଧ୍ୟ ସୂଚିତ କରାଗଲା |
ଡିଭିଜନାଲ ଶ୍ରମ ଆୟୁକ୍ତ ଶ୍ରୀ ଦିଲେଶ୍ୱର ଖାଖା ଶିଶୁ ଶ୍ରମ ବିରୋଧୀ ଅଭିଯାନର ବିଭିନ୍ନ ଦିଗ ଉପସ୍ଥାପନ କରିବା ସହିତ ଶିଶୁ ଶ୍ରମିକରୁ ପାରା ଆରଚେରୀରେ ବିଶ୍ୱ ବିଜେତା ହୋଇଥିବା ପାୟଲ ନାଗଙ୍କ ପ୍ରେରଣାଦାୟକ ଯାତ୍ରା ବିଷୟରେ ଆଲୋକପାତ କରିଥିଲେ। ସେ ସମସ୍ତ ବିଭାଗକୁ ନିଜ ନିଜ କାର୍ଯ୍ୟକ୍ଷେତ୍ରରେ ଶିଶୁ ଶ୍ରମିକ ଚିହ୍ନଟ ହେଲେ ତୁରନ୍ତ ଜିଲ୍ଲା ଶ୍ରମ ବିଭାଗକୁ ଅବଗତ କରାଇବାକୁ ଅନୁରୋଧ କରିଥିଲେ, ଯାହାଦ୍ୱାରା ଶୀଘ୍ର ଉଦ୍ଧାର କାର୍ଯ୍ୟ ସମ୍ପାଦନ କରାଯାଇପାରିବ।
ଜିଲ୍ଲାପାଳ ଶ୍ରୀ ସାହୁ କହିଥିଲେ ଯେ ଶିଶୁ ଶ୍ରମ ଭଳି ସାମାଜିକ ସମସ୍ୟାର ସମାଧାନ ପାଇଁ ଏକ ସମ୍ବେଦନଶୀଳ ଓ ମାନବିକ ଆଭିମୁଖ୍ୟ ଅପରିହାର୍ଯ୍ୟ। ଶିଶୁମାନଙ୍କୁ କେବଳ ଶ୍ରମରୁ ଉଦ୍ଧାର କରିବା ନୁହେଁ, ବରଂ ସେମାନଙ୍କର ପୁନର୍ବାସ, ପୁନଃ ବିଦ୍ୟାଳୟରେ ନାମଲେଖା, ଦକ୍ଷତା ବିକାଶ ଏବଂ ଅଭିଭାବକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସେ କହିଥିଲେ। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ପୂର୍ବ ଦଶନ୍ଧି ତୁଳନାରେ ବର୍ତ୍ତମାନ ଦଶନ୍ଧିରେ ଶିଶୁ ଶ୍ରମ ଘଟଣାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ତଥାପି ନିଖୋଜ ଶିଶୁମାନଙ୍କ ସମସ୍ୟା ଉପରେ ବିଶେଷ ଧ୍ୟାନ ଦେବା ସହ ଉଦ୍ଧାର ପରେ କୌଣସି ଶିଶୁ ପୁନର୍ବାର ଶ୍ରମରେ ନିୟୋଜିତ ନ ହେବାକୁ ସୁନିଶ୍ଚିତ କରିବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଥିଲେ।
ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଚତୁର୍ଭୁଜ ଦାସ ଶିଶୁ ଶ୍ରମର ମୂଳ କାରଣ ଦୂରୀକରଣ ପାଇଁ ପରିବାରମାନଙ୍କ ଆର୍ଥିକ ସ୍ଥିତିକୁ ବୁଝିବା ଏବଂ ସେମାନଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଶିଶୁ ଶ୍ରମିକ ନିୟୋଜନ କରୁଥିବା ନିଯୁକ୍ତିଦାତାଙ୍କ ବିରୋଧରେ ଜରିମାନା ସମେତ କଠୋର ଦଣ୍ଡାତ୍ମକ ପଦକ୍ଷେପ ଗ୍ରହଣ କରାଗଲେ ଏହା ଏକ ପ୍ରଭାବଶାଳୀ ପ୍ରତିରୋଧକ ବ୍ୟବସ୍ଥା ଭାବେ କାର୍ଯ୍ୟ କରିବ ବୋଲି କହିଥିଲେ।

କାର୍ଯକ୍ରମକୁ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଦିବ୍ୟ ଶଙ୍କର ଧରୁଆ ପରିଚାଳନା କରିଥିଲେ, ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷା ଶ୍ରୀମତୀ ଲିନା ବାବୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ଡିଏସପି ଶ୍ରୀମତୀ ରେଣୁକା ସୁନା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଶିକ୍ଷା ବିଭାଗର ଅଧିକାରୀଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like