-+91-9937148622 |
prerana_bgr@rediffmail.com |
Sunday 21st June 2026 |
R.N.I. Regd No. ODIODI/2010/46693
Breaking News
21-Jun-2026
ତୁଷୁରା(ପ୍ରେରଣା ଖବର): ଅନ୍ତର୍ଜାତୀୟ ଯୋଗ ଦିବସ ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ଅଭିଭାବିକା ଅଂଶ ଗ୍ରହଣ କରିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ଦାଶ ଓ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଯୋଗ ଶିଖାଇଥିଲେ। ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ। ଶେଷରେ ଶିଶୁମାନଙ୍କୁ ବିସ୍କୁଟ ବଣ୍ଟନ କରି ଯୋଗ ଶିବିର ଉଦ୍ଯାପିତ କରିଥିଲେ।