-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି

25-Jun-2026



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିରରେ ଆସନ୍ତା ୪୮ତମ ରଥଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ପର୍ବ ଏବେ ବ୍ୟାପକ ଭାବେ ଚାଲିଥିବା ଲକ୍ଷ୍ୟ କରାଯାଉଛି। ରଥଯାତ୍ରା ଅବସରରେ ଜାତୀୟ ରାଜଧାନୀର ଏହି ପ୍ରମୁଖ ଧାର୍ମିକ ପୀଠସ୍ଥଳୀରେ ପ୍ରାୟ ଦେଢ଼ ଲକ୍ଷ ଭକ୍ତଙ୍କର ସମାଗମ ଘଟିବ ବୋଲି ଆକଳନ କରାଯାଉଛି। ମନ୍ଦିର ପରିଚାଳନା କମିଟି 'ଶ୍ରୀ ନୀଳାଚଳ ସେବା ସଂଘ' ଦ୍ୱାରା ଆୟୋଜନ କରାଯାଉଥିବା ଏହି ବାର୍ଷିକ ଧାର୍ମିକ, ଆଧ୍ୟାତ୍ମିକ,

ସାମାଜିକ ଓ ସାଂସ୍କୃତିକ ମହାକୁମ୍ଭରେ ରାଜଧାନୀ ନୂଆଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ମାନ୍ୟଗଣ୍ୟ ଓଡ଼ିଆ ଏବଂ ଅଣ ଓଡ଼ିଆ ଶ୍ରଦ୍ଧାଳୁ ଯୋଗଦେବେ ବୋଲି ଜଣାଯାଇଛି। ସମସ୍ତ ଆୟୋଜନକୁ ଶାନ୍ତି, ଶୃଙ୍ଖଳା ଏବଂ ସକ୍ଷମତାର ସହିତ ସମ୍ପନ୍ନ କରାଯିବା ପାଇଁ ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ ବ୍ୟକ୍ତିଗତ ଭାବେ ଅନୁଧ୍ୟାନ କରୁଥିବା ଦେଖାଯାଉଛି। ଏହି ପବିତ୍ର ପ୍ଲାବନ ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିରକୁ ଆକର୍ଷକ ରଙ୍ଗରେ ସଜ୍ଜିତ ଓ ନବୀକରଣ କରାଯାଇ ନୂଆ ସ୍ୱରୂପ ପ୍ରଦାନ କରାଯାଉଛି।

ଚଳିତ ମାସ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ଠାରୁ ଉତ୍ସବ ପ୍ରକ୍ରିୟାର ଶୁଭାରମ୍ଭ ଘଟିବାକୁ ଯାଉଛି। ଜୁଲାଇ ମାସ ୧୪ ତାରିଖରେ ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନ ତଥା ୧୬ ତାରିଖରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ୨୪   ତାରିଖରେ ବାହୁଡ଼ା ଯାତ୍ରା, ୨୫ ତାରିଖରେ ସୁନାବେଶ ଏବଂ ୨୭ ତାରିଖରେ ନୀଳାଦ୍ରି ବିଜେ ଆଦି ଦିଅଁ ମାନଙ୍କର ପୂଜାର୍ଚ୍ଚନା କାର୍ଯ୍ୟକ୍ରମ ବିଧି ମୁତାବକ ସମାପନ କରାଯିବ ବୋଲି ଶ୍ରୀ ପ୍ରଧାନ ସୂଚନା ପ୍ରଦାନ କରିଛନ୍ତି। ୧୮ ଫୁଟ ଉଚ୍ଚତା ଏବଂ ୧୦ ଚକା ବିଶିଷ୍ଟ ରଥର ନିର୍ମାଣ ରଥଖଳାରେ ଏବେ ଜୋରସୋରରେ ଚାଲିଥିବା ସେ ଜଣାଇଛନ୍ତି। ସମଗ୍ର ରଥଯାତ୍ରା ଉତ୍ସବକୁ ସୁରୁଖୁରୁରେ ଆୟୋଜନ କରାଯିବା ପାଇଁ ମନ୍ଦିର ତରଫରୁ ପରିଚାଳନା କମିଟିର ସମସ୍ତ ସଦସ୍ୟ ତଥା ପ୍ରାୟ ୭୦୦ ଜଣ ସ୍ୱେଚ୍ଛାସେବକ ଦାୟିତ୍ୱ ନିର୍ବାହ କରିବେ ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି। ରଥଯାତ୍ରାର ଟିକିନିଖି ଜୀବନ୍ତ ଧାରା ବିବରଣୀ ଭଗିରଥ ଝା ଓ ଲକ୍ଷ୍ମୀ ନାରାୟଣ ବେବର୍ତ୍ତା ପ୍ରଦାନ  କରିବେ।

ଚଳିତ ବର୍ଷର ରଥଯାତ୍ରାରେ ଦିଲ୍ଲୀର ଉପ-ରାଜ୍ୟପାଳ ତରଣଜୀତ ସିଂହ ସାନ୍ଧୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛେରାପହଁରା କାର୍ଯ୍ୟ ତୁଲାଇବେ। ରଥଯାତ୍ରାରୁ ବାହୁଡ଼ା ଯାତ୍ରା ଏବଂ  ସୁନା ବେଶ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ମନ୍ଦିର

ପରିସରରେ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହେବ। ଏହି ମହୋତ୍ସବରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ପ୍ରତିଷ୍ଠିତ କଳାକାରମାନେ ସେମାନଙ୍କର ସୃଜନଶୀଳ ପ୍ରତିଭା ଓ ପାରଦର୍ଶିତାର ଯାଦୁଗରୀ ପ୍ରଦର୍ଶନ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିବାର କାର୍ଯ୍ୟକ୍ରମ ସ୍ଥିର କରା ଯାଇଛି।ଏହି ଅବସରରେ ନିଜର ଅନନ୍ୟ କଳା ଚାତୁର୍ଯ୍ୟ ପ୍ରଦର୍ଶନ କରିବାକୁ ଯାଉଥିବା ସୁନାମଧନ୍ୟ କଳାକାରମାନଙ୍କ ମଧ୍ୟରେ ବଲିଉଡର ସଙ୍ଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦ, ଗାୟିକା ସୁସ୍ମିତା ଦାସ ଏବଂ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ ପ୍ରମୁଖ ଅନ୍ତର୍ଭୁକ୍ତ ଅଛନ୍ତି। ସାଂସ୍କୃତିକ ସମାରୋହରେ ସୁଦକ୍ଷ ଉପସ୍ଥାପିକା ସ୍ୱର୍ଣ୍ଣପ୍ରଭା ପତି ମଞ୍ଚ ପରିଚାଳନା କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like