-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ

26-Jun-2026



ଦେଓଗାଁ(ପ୍ରେରଣା ଖବର): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର ପ୍ରାୟ ସାତ ହଜାରରୁ ଉର୍ଦ୍ଧ୍ଵ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିଥିଲେ ଏବଂ ବର୍ତମାନ ରାଜ୍ୟ ଡବଲ ଇଂଜିନ ସରକାର ଅମଳରେ ମଧ୍ୟ ତାହା ଖୋଲିବା ତ ଦୁରର କଥା ବରଂ ବନ୍ଦ ହେବା ପ୍ରକ୍ରିୟା ଚାଲିଛି। ଅନ୍ୟପଟରେ ରାଜ୍ୟରେ ହଜାର ହଜାର ଶିକ୍ଷକ, ଶିକ୍ଷା କର୍ମଚାରୀ ପଦବୀ ଖାଲି ପଡ଼ିଛି। ରାଜ୍ୟର ପ୍ରାଥମିକ ଶିକ୍ଷା ସମ୍ପୂର୍ଣ୍ଣ ଭୁଷୁଡି ପଡିବା ଅବସ୍ଥାରେ। ତେଣୁ ଆଜି ରାଜ୍ୟର ଜନଗଣ ସରକାରୀ ଅନୁଷ୍ଠାନ ପ୍ରତି ଆସ୍ଥା ହରେଇବାରେ ଲାଗିଛନ୍ତି। ସରକାରୀ ଶିକ୍ଷାର ଏହିପରି ପରିସ୍ଥିତିରେ ଜାତୀୟ ଶିକ୍ଷାନୀତି - ୨୦୨୦ ଆଧାରରେ  ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ପରିବର୍ତ୍ତନ କରି ନୂତନ ପୁସ୍ତକ ପ୍ରସ୍ତୁତ କରିବା ଏବଂ ସେହିସବୁ ପାଠ୍ୟପୁସ୍ତକରେ ମୋଟ ୨୬୦୦ ଟି ଭୁଲ ପରିଲକ୍ଷିତ ହେବା ସରକାରୀ ଶିକ୍ଷା ବ୍ୟବସ୍ଥା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଟିକେ ନିରିଖେଇ ଦେଖିଲେ ଆହୁରି ଅଧିକ ସଂଖ୍ୟକ ଭୁଲ ମଧ୍ୟ ବାହାରିବ। ମୂଳତଃ ପାଠ୍ୟକ୍ରମରେ ଅନେକ ଅବୈଜ୍ଞାନିକ, ଅଯୌକ୍ତିକ ତଥା ମନଗଢ଼ା କାହାଣୀକୁ ଭର୍ତ୍ତି କରାଯାଇ ପାଠ୍ୟକ୍ରମର ଏକ ମୌଳିକ ଭିତ୍ତିଗତ ପରିବର୍ତ୍ତନ କରାଯାଇଛି । ଏହାଦ୍ୱାରା ଛାତ୍ରଛାତ୍ରୀମାନେ କେବଳ ତଥ୍ୟଗତ ଭାବେ ଭୁଲ ଶିକ୍ଷା ପାଇବେ ନାହିଁ ଆହୁରି ମଧ୍ୟ ବିକୃତ ଶିକ୍ଷା ପାଇବେ, ଯଦ୍ୱାରାକି ସେମାନଙ୍କର ଚିନ୍ତା କରିବାର କ୍ଷମତା ମଧ୍ୟ ଭୟଙ୍କର ଭାବେ ବାଧାପ୍ରାପ୍ତ ହେବ। ଫଳରେ ଏହିପରି ଅବୈଜ୍ଞାନିକ ତଥା ଭୁଲ ଶିକ୍ଷା ଗ୍ରହଣ କରି ରାଜ୍ୟର ଲକ୍ଷ ଲକ୍ଷ କୋମଳମତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଯେ ଅନ୍ଧକାରମୟ ହେବ କେବଳ ସେତିକି ନୁହେଁ ଆହୁରି ମଧ୍ୟ ସେମାନେ ଅନ୍ଧତା, କୂପମଣ୍ଡୁକତାର ଶୀକାର ହେବେ ଏବଂ ଏହା ସରକାରୀ ଶିକ୍ଷାକୁ ଧ୍ଵଂସ କରି ଶିକ୍ଷାର ଘରୋଇକରଣ, ବେପାରୀକରଣର ରାସ୍ତା ସୁଗମ କରିବାରେ ସହାୟକ ହେବ। ଫଳସ୍ଵରୂପ ଗରିବ ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାର ସୁଯୋଗ ଆକାଶ କଇଁଆ ଭଳି ହେବ।
ଏଣୁ  ଜାତୀୟ ଶିକ୍ଷାନୀତି ୨୦୨୦ ଆଧାରରେ ପ୍ରସ୍ତୁତ ଅବୈଜ୍ଞାନିକ ପାଠ୍ୟକ୍ରମ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର କରି ନୂତନ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀମାନଙ୍କୁ ବିତରଣ କରିବା, ଗଣଶିକ୍ଷା ମନ୍ତ୍ରୀ ସମେତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶନରେ ସମ୍ପୃକ୍ତ ସମସ୍ତ ଅଧିକାରୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯିବା, ବିଜ୍ଞାନସମ୍ମତ ପାଠ୍ୟକ୍ରମ ଭିତ୍ତିକ ନିର୍ଭୁଲ ପାଠ୍ୟ ପୁସ୍ତକ ପ୍ରସ୍ତୁତ ନ ହେବା ଯାଏ ଗତ ବର୍ଷର ବହିରେ ଶିକ୍ଷା ଦାନ କରିବା,ଶିକ୍ଷା ଧ୍ବଂସକାରୀ ଜାତୀୟ ଶିକ୍ଷା ନୀତି ୨୦୨୦କୁ ସଂପୂର୍ଣ୍ଣ ବାତିଲ କରିବା ଦାବିରେ ଅଲ ଇଣ୍ଡିଆ ଡେମୋକ୍ରାଟିକ ସ୍ଟୁଡେଣ୍ଟସ ଅର୍ଗାନାଇଯେସନ ଏଆଇଡିଏସଓ (AIDSO) ଦେଓଗାଁ ବ୍ଲକ ଆଞ୍ଚଳିକ କମିଟି ପକ୍ଷରୁ ଦେଓଗାଁ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦେଓଗାଁ ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ)ଙ୍କ ଜରିୟାରେ ଦାବିପତ୍ର ପ୍ରଦାନ କରିଥିଲେ | ଏହି ବିକ୍ଷୋଭ ସଭାରେ ଏଆଇଡିଏସଓ ର ରାଜ୍ୟ ଉପ-ସଭାପତି  ସୁନିଲ କୁମାର ଭୋଇ, ଜିଲ୍ଲା ସମ୍ପାଦିକା ଗୌରି ରାଉତ, ଜିଲ୍ଲା ସଭାପତି ମଧୁସୁଦନ ବାଗ, ଜିଲ୍ଲା ଉପ ସଭାନେତ୍ରୀ ଅହଲ୍ୟା ସାହୁ, ପ୍ରଭାସିନୀ ଭୋଇ, ଜିଲ୍ଲା କମିଟି ସଭ୍ୟ ତଥା ଦେଓଗାଁ ବ୍ଲକ ସଂଗଠକ ତୁଳସୀକ ବାଗ,ନିରଞ୍ଜନ ରଣା, ରଜତ ପ୍ରଧାନ, ଶ୍ରୀତମ ରଣା, ଆଲୋକ ରଣା ଅଭିଭାବକ- ପିଙ୍କି ରଣା, ରୀନା ରଣା, ସିମା ରଣା, ଉର୍ମିଲା ରଣାଙ୍କ ସହିତ ବହୁ ଛାତ୍ରଛାତ୍ରୀ ସାମିଲ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like