-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||     

HOME   ଜିଲ୍ଲା

ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

27-Jun-2026



ବଲାଙ୍ଗିର:  ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରେକ୍ଷାଳୟରେ ଏକ ଜିଲ୍ଲାସ୍ତରୀୟ ସମାରୋହ ଆୟୋଜିତ ହୋଇଥିଲା । ଏହି ସମାରୋହରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍ (HSC) ଏବଂ ସିବିଏସଇ (CBSE) ବୋର୍ଡ ପରୀକ୍ଷାରେ ଅସାଧାରଣ କୃତୀତ୍ୱ ହାସଲ କରି ସମଗ୍ର ରାଜ୍ୟ ଓ ନିଜ ଅଞ୍ଚଳକୁ ଗୌରବାନ୍ୱିତ କରିଥିବା ୨୧୧ ଜଣ A1 ଗ୍ରେଡ୍ ପ୍ରାପ୍ତ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ସମାରୋହରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ, ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ, 

ମାନ୍ୟବର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାର, ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ମିଶ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା, ରିନା ବେହେରା, ସେବାଶ୍ରୀ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ ।  ସମାରୋହକୁ ସମ୍ବୋଧିତ କରି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଛାତ୍ରଛାତ୍ରୀ ମାନଙ୍କର କଠିନ ପରିଶ୍ରମ, ନିଷ୍ଠା ଓ ଏକାଗ୍ରତାର ଭୂୟସୀ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ, ଯୁବପିଢ଼ି ହେଉଛନ୍ତି ଦେଶ ଓ ରାଜ୍ୟର ପ୍ରକୃତ ସମ୍ପଦ ଏବଂ ଆଗାମୀ ଦିନରେ ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନରେ ଏହି ମେଧାବୀ ଯୁବମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ, ପ୍ରଶାସନ ଓ ସରକାରଙ୍କ ମିଳିତ ପ୍ରୟାସରେ ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବ କେବଳ ଉତ୍ତୀର୍ଣ୍ଣ ହୋଇଥିବା ପିଲାମାନଙ୍କୁ ପ୍ରେରଣା ଦେବ ତାନୁହେଁ, ବରଂ ଆଗାମୀ ଦିନରେ ଅନ୍ୟାନ୍ୟ ବିଦ୍ୟାର୍ଥୀଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରି, ଶିକ୍ଷା କ୍ଷେତ୍ରରେ ନୂତନ ଜାଗରଣ ଆଣିବ । ସେହିପରି ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ କୃତୀ ଛାତ୍ରଛାତ୍ରୀମାନଙ୍କର ଏହି ଗୌରବମୟ ସଫଳତା ପଛରେ ଥିବା ପିତାମାତାଙ୍କର ନିରନ୍ତର ତ୍ୟାଗ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ଉପଯୁକ୍ତ ମାର୍ଗଦର୍ଶନକୁ ଗଭୀର ପ୍ରଶଂସା କରିଥିଲେ । ସେ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୀବନରେ ଆହୁରି ଆଗକୁ ବଢ଼ିବା ପାଇଁ ଉତ୍ସାହିତ କରିଥିଲେ । ମାନ୍ୟବର ମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଯୋଗ, ଧ୍ୟାନ, ଶିକ୍ଷା ସହିତ ସ୍ୱାସ୍ଥ୍ୟର ଉତ୍ତମ ସମନ୍ୱୟ ଓ ସୁସ୍ଥ ମାନସିକତା ହିଁ ସଫଳତାର ମୂଳ ଚାବିକାଠି ।  କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାର ଜିଲ୍ଲା ଓ ରାଜ୍ୟର ଶିକ୍ଷା କ୍ଷେତ୍ରରେ ହାସଲ ହୋଇଥିବା ଏହି ଅଭୂତପୂର୍ବ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ । ସେ ପିଲାମାନଙ୍କୁ କେବଳ ପାଠପଢ଼ାରେ ନୁହେଁ, ବରଂ ଖେଳକୁଦ, କଳା ଓ ସହ-ପାଠ୍ୟକ୍ରମ କାର୍ଯ୍ୟକଳାପରେ ସମାନ ମନୋନିବେଶ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳ ସୂଚନା ଦେଇଥିଲେ ଯେ, ପିଲାମାନଙ୍କ ମଧ୍ୟରେ ବଢ଼ୁଥିବା ଜୁଭେନାଇଲ୍ ଡାଇବେଟିସ୍ ଓ ହାଇପରଟେନସନ ଭଳି ସ୍ୱାସ୍ଥ୍ୟ ସମସ୍ୟାକୁ ରୋକିବା ପାଇଁ ଜିଲ୍ଲାର ସମସ୍ତ ସ୍କୁଲରେ ‘ସୁଗାର

ବୋର୍ଡ’ ସ୍ଥାପନ କରାଯିବାର ନୂତନ ପଦକ୍ଷେପ ନିଆଯାଇଛି । ପିଲାମାନଙ୍କର ଶିକ୍ଷାକୁ ସମୃଦ୍ଧ କରିବା ପାଇଁ ଶିକ୍ଷାଦାନରେ ଆଞ୍ଚଳିକ ବିଷୟବସ୍ତୁ ସାମିଲ କରାଯିବାକୁ ସେ କହିଥିଲେ । ଏହି ଯୋଜନାକୁ ସଫଳ କରିବା ପାଇଁ ଅଭିଭାବକ, ଶିକ୍ଷକ ଓ ସମାଜର ସହଯୋଗ କାମନା କରିଥିଲେ।  ସମାରୋହରେ ସ୍ୱାଗତ ଅଭିଭାଷଣ ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ମିଶ୍ର ପ୍ରଦାନ କରିଥିଲେ ଓ ଧନ୍ୟବାଦ ଅର୍ପଣ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା କରିଥିଲେ । ଏହି ଅବସରରେ ମଞ୍ଚାସୀନ ଅତିଥିମାନେ A1 ଗ୍ରେଡ୍ ପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରି ସେମାନଙ୍କୁ ଉତ୍ସାହିତ କରିଥିଲେ । ଏହି ସମାରୋହରେ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ବୁଦ୍ଧିଜୀବୀ, ସମାଜସେବୀ, ଛାତ୍ରଛାତ୍ରୀ ଓ ଅଭିଭାବକ ଓ ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026

You Might Also Like