-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ

01-Jul-2026



ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲାର ବିଞ୍ଝାରପୁର ମେଡ଼ିକାଲ ଛକଠାରେ 'ସମ୍ବାଦ' ପକ୍ଷରୁ ଆଜି ପରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରା ଯୋଗଦେଇ କହିଥିଲେ ଯେ, ପରିବେଶ ସୁରକ୍ଷା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ; ଏଥିପାଇଁ ପ୍ରତ୍ୟେକ ନାଗରିକଙ୍କ ସଚେତନତା ଓ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ। ପରିବେଶ ଅନୁକୂଳ ଜୀବନଶୈଳୀକୁ ଆପଣେଇବା ସମୟର ଆବଶ୍ୟକତା ବୋଲି ସେ କହିଥିଲେ।
ସମ୍ମାନିତ ଅତିଥି ଭାବେ ପରିବେଶବିତ୍ ଓ ସମାଜସେବୀ ପଦ୍ମାକର ଗୁରୁ, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପୂର୍ବତନ ସରପଞ୍ଚ ତଥା ସମାଜସେବୀ ଅବଦୁଲ କାଦିର ଖାନ, କଂଗ୍ରେସ ନେତା ଚନ୍ଦ୍ରଶେଖର ଧଳ ଓ ଟିଣା ପଞ୍ଚାୟତର ସରପଞ୍ଚ ବିଟାରଶ୍ମି ମଲ୍ଲିକ ଯୋଗଦେଇ ପରିବେଶ ସୁରକ୍ଷାକୁ ବର୍ତ୍ତମାନ ସମୟର ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି ମତ ପ୍ରକାଶ କରିଥିଲେ। ବିଶ୍ୱ, ମାନବଜାତି ଓ ସମଗ୍ର ଜୀବଜଗତର ସୁରକ୍ଷା ପାଇଁ ପରିବେଶ ସଂରକ୍ଷଣ ଅତ୍ୟନ୍ତ ଜରୁରୀ ବୋଲି ସେମାନେ କହିଥିଲେ। ଏଥିପାଇଁ ବ୍ୟାପକ ଜନଆନ୍ଦୋଳନ ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦୀର୍ଘମିଆଦି ଯୋଜନାର ଆବଶ୍ୟକତା ରହିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।
ଡ. ବେହେରା କହିଥିଲେ, ବ୍ୟାପକ ବୃକ୍ଷରୋପଣ, ଜଳ, ବାୟୁ ଓ ମୃତ୍ତିକା ସଂରକ୍ଷଣ ଯେପରି ଜରୁରୀ, ସେହିପରି ପ୍ଲାଷ୍ଟିକ, ଇ-ବର୍ଜ୍ୟ ଓ ନ୍ୟୁକ୍ଲିୟର ବର୍ଜ୍ୟର ସଠିକ୍ ପରିଚାଳନା ମଧ୍ୟ ଅତ୍ୟନ୍ତ ଆବଶ୍ୟକ। ଏହି ବର୍ଜ୍ୟଗୁଡ଼ିକର ସଠିକ୍ ରିସାଇକ୍ଲିଂ ନ ହେବା ବିଶ୍ୱ ପରିବେଶ ପାଇଁ ବଡ଼ ବିପଦ ସୃଷ୍ଟି କରୁଛି। ଏହାଛଡ଼ା ବିଶ୍ୱରେ ବଢ଼ୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟ ପରିବେଶ ଉପରେ ଗୁରୁତର ପ୍ରଭାବ ପକାଉଛି। ଏଲ୍-ନିନୋର ପ୍ରଭାବରେ ଗ୍ରାମାଞ୍ଚଳର ଲୋକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବାରୁ 'ସମ୍ବାଦ'ର 'ପୁନଶ୍ଚ ପୃଥିବୀ' ଅଭିଯାନକୁ ସେ ପ୍ରଶଂସା କରିଥିଲେ।
ମୁଖ୍ୟ ବକ୍ତା ପଦ୍ମାକର ଗୁରୁ ବିଞ୍ଝାରପୁରକୁ ପୁଣିଥରେ ଶସ୍ୟଶ୍ୟାମଳ ଓ ପ୍ରକୃତିସମୃଦ୍ଧ ଅଞ୍ଚଳରେ ପରିଣତ କରିବାକୁ ଆହ୍ୱାନ ଦେଇଥିଲେ। ସେ କହିଥିଲେ, ଯାଜପୁର ଜିଲ୍ଲାର ବିଭିନ୍ନ ନଦୀରୁ ବେଆଇନ ବାଲି ଉତ୍ତୋଳନ ଯୋଗୁଁ ଭୂତଳ ଜଳସ୍ତର ହ୍ରାସ ପାଉଛି ଓ ନଦୀପଠାର ବହୁ ଗଛ ନଷ୍ଟ ହୋଇଯାଉଛି। ବଜ୍ରପାତରୁ ସୁରକ୍ଷା ଦେଉଥିବା ତାଳଗଛ ଦିନକୁ ଦିନ ଲୋପ ପାଉଥିବା ବେଳେ ପରିବେଶର ସନ୍ତୁଳନ ରକ୍ଷା କରୁଥିବା ଅନେକ ପଶୁପକ୍ଷୀ ଓ ଜୀବଜନ୍ତୁ ବିଲୁପ୍ତି ଆଡ଼କୁ ଯାଉଛନ୍ତି। ଜୈବିକ ଚାଷର ପ୍ରସାର ଓ ଦେଶୀ ଗାଈର ସଂରକ୍ଷଣ ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ।
ସେ ଆହୁରି ପ୍ରସ୍ତାବ ଦେଇଥିଲେ ଯେ, ପରିବେଶ ସୁରକ୍ଷା ବିଷୟକୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ବାଧ୍ୟତାମୂଳକ କରାଯିବା ଉଚିତ୍। ଏ ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସେ ସାଂସଦଙ୍କୁ ଅନୁରୋଧ କରିଥିଲେ।

ଅବଦୁଲ କାଦିର ଖାନ କହିଥିଲେ, ପ୍ରକୃତି ଓ ପରିବେଶ ହିଁ ଆମ ଜୀବନର ମୂଳ ଆଧାର। କିନ୍ତୁ ପ୍ରକୃତିକୁ ସୁରକ୍ଷା କରିବା ପରିବର୍ତ୍ତେ ଆମେ ତାହାକୁ କ୍ଷତି ପହଞ୍ଚାଉଛୁ। ବର୍ତ୍ତମାନ ସମୟ ଆସିଛି ପ୍ରକୃତିକୁ କିଛି ଫେରାଇବାର। ଏଥିପାଇଁ ସମସ୍ତଙ୍କୁ ସଚେତନ ହେବାକୁ ସେ ଆହ୍ୱାନ ଦେଇଥିଲେ।

ଚନ୍ଦ୍ରଶେଖର ଧଳ ଓ ସରପଞ୍ଚ ବିଟାରଶ୍ମି ମଲ୍ଲିକ କହିଥିଲେ, ବିଞ୍ଝାରପୁରର ପରିବେଶର ସୁରକ୍ଷା ଓ ପୁନରୁଦ୍ଧାର ପାଇଁ ଦୀର୍ଘ ଦିନ ଧରି ବିଭିନ୍ନ ସ୍ତରରେ ପ୍ରୟାସ ଚାଲିଛି। ଗଣମାଧ୍ୟମର ସଚେତନତା ସୃଷ୍ଟିର ଭୂମିକା ପ୍ରଶଂସନୀୟ ହୋଇଥିବା ବେଳେ ଆଗାମୀ ଦିନରେ ଏହି ଅଭିଯାନକୁ ଆହୁରି ବ୍ୟାପକ କରିବାକୁ ସେମାନେ ଆହ୍ୱାନ ଜଣାଇଥିଲେ।

'ସମ୍ବାଦ'ର ଯାଜପୁର ସଂସ୍କରଣ ମୁଖ୍ୟ ଗଦାଧର ପଣ୍ଡା କାର୍ଯ୍ୟକ୍ରମର ସଂଯୋଜନା କରିବା ସହ ପରିବେଶ ପଞ୍ଚାୟତ ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲା ପ୍ରତିନିଧି ମନୋଜ କୁମାର ରାଉଳ ଅତିଥିମାନଙ୍କୁ ସ୍ୱାଗତ ଓ ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ସେକ୍ ଜାକିର ହୋସେନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like