-+91-9937148622 |
prerana_bgr@rediffmail.com |
Wednesday 19th August 2026 |
R.N.I. Regd No. ODIODI/2010/46693
Breaking News
01-Jul-2026
ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସର୍କିଟ ହାଉସ ଠାରେ ବିଜେପି ଯୁବ ମୋର୍ଚ୍ଚା ଓଡ଼ିଶା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା ଙ୍କ ଉପସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା।
ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ଶ୍ରୀ ସନ୍ତୋଷ ପ୍ରଧାନ ଙ୍କ ନେତୃତ୍ୱରେ ଆୟୋଜିତ ଏହି ବୈଠକରେ ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବା ସହିତ
ବୈଠକରେ ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ଼ କରିବା, ଅଧିକରୁ ଅଧିକ ଯୁବକ ଯୁବତୀ ଙ୍କୁ ସଂଗଠନ ସହ ଯୋଡ଼ିବା ଏବଂ ଡିଜିଟାଲ ମାଧ୍ୟମର ସଫଳ ବ୍ୟବହାର ମାଧ୍ୟମରେ ସଂଗଠନର କାର୍ଯ୍ୟକୁ ଆହୁରି ଗତିଶୀଳ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଆଜିର ଏହି ପ୍ରଶିକ୍ଷଣ ଶିବିର ରେ ଶତାଧିକ ଯୁବ ମୋର୍ଚ୍ଚା କର୍ମୀ ଯୋଗ ଦେଇଥିଲେ l