-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ

03-Jul-2026



ଜୁଲାଇ ୫ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର(ପ୍ରେରଣା ଖବର):  ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା  ଓଡ଼ିଶାର ୧୦ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ 'ଭୋଟର ତାଲିକା ପର୍ଯ୍ୟବେକ୍ଷକ' (Electoral Roll Observer) ଭାବେ ନିଯୁକ୍ତ କରାଯାଇଛି। ଏହି ସଂଶୋଧନ ପ୍ରକ୍ରିୟା ପାଇଁ ୦୧.୦୭.୨୦୨୬ କୁ ଯୋଗ୍ୟତା

ତାରିଖ  ଭାବେ ଧାର୍ଯ୍ୟ କରାଯାଇଛି।

ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ-ତଥା-ସ୍ୱତନ୍ତ୍ର ସଚିବ ଶ୍ରୀ ସୁଶାନ୍ତ କୁମାର ମିଶ୍ରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଏହି ଅଧିକାରୀମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ପ୍ରଦାନ କରାଯାଇଛି।

 *ଶ୍ରୀ ରାଜେଶ ପ୍ରଭାକର ପାଟିଲ, IAS (କମିଶନର ତଥା ସମବାୟ ବିଭାଗ ସଚିବ) ଙ୍କୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ,ଶ୍ରୀ ଅରବିନ୍ଦ ଅଗ୍ରୱାଲ, IAS (କମିଶନର ତଥା ଉଚ୍ଚଶିକ୍ଷା ବିଭାଗ ସଚିବ)ଙ୍କୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ,ଶ୍ରୀ ବଳବନ୍ତ ସିଂହ, IAS (କମିଶନର ତଥା ପର୍ଯ୍ୟଟନ ବିଭାଗ ସଚିବ) ଙ୍କୁ କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା,ଶ୍ରୀ ବି. ପରମେଶ୍ୱରନ, IAS (କମିଶନର ତଥା ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ସଚିବ)ଙ୍କୁ ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ,ଡ. ବିଜୟ କେତନ ଉପାଧ୍ୟାୟ, IAS (ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ)ଙ୍କୁ ଦେବଗଡ଼, ସମ୍ବଲପୁର, ବରଗଡ଼,ଶ୍ରୀ ଡି. ପ୍ରସନ୍ନ କୁମାର ରେଡ୍ଡୀ, IAS (ପ୍ରବନ୍ଧ ନିର୍ଦ୍ଦେଶକ, IDCO) ଙ୍କୁ ଗଞ୍ଜାମ, ଗଜପତି, ରାୟଗଡ଼ା,ଶ୍ରୀ ସୁଧାଂଶୁ ମୋହନ ସାମଲ, IAS (ଆରଡିସି, କେନ୍ଦ୍ରାଞ୍ଚଳ)ଙ୍କୁ କଟକ, ଢେଙ୍କାନାଳ, ଅନୁଗୋଳ,ଶ୍ରୀମତୀ ରଶ୍ମିତା ପଣ୍ଡା, IAS (କମିଶନର ତଥା MSME ବିଭାଗ ସଚିବ) ଙ୍କୁ ପୁରୀ, ଖୋରଧା ,ନୟାଗଡ଼, ଭୁବନେଶ୍ୱର,ମହମ୍ମଦ ସାଦିକ ଆଲମ, IAS (କମିଶନର ତଥା ସାଧାରଣ ଉଦ୍ୟୋଗ ବିଭାଗ ସଚିବ)ଙ୍କୁ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର, IAS (ଆରଡିସି, ଉତ୍ତରାଞ୍ଚଳ/ଦକ୍ଷିଣାଞ୍ଚଳ)ଙ୍କୁ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି।* 

ଏହି ସମସ୍ତ ପର୍ଯ୍ୟବେକ୍ଷକ ଭୋଟର ତାଲିକା ସଂଶୋଧନ ଅବଧି ମଧ୍ୟରେ ଦାୟିତ୍ୱ ଦିଆଯାଇଥିବା ନିଜ ନିଜ ଜିଲ୍ଲାକୁ ଅତିକମରେ ୩ ଥର ଗସ୍ତ କରି ସ୍ଥିତି ସମୀକ୍ଷା କରିବେ।
ପର୍ଯ୍ୟବେକ୍ଷକମାନେ କେବଳ ଜିଲ୍ଲା ମୁଖ୍ୟାଳୟ ମଧ୍ୟରେ ନିଜର ଗସ୍ତକୁ ସୀମିତ ନ ରଖି, ବିଭିନ୍ନ ବିଧାନସଭା ମଣ୍ଡଳୀର ମତଦାନ କେନ୍ଦ୍ର  ଗୁଡ଼ିକୁ ନିଜେ ପରିଦର୍ଶନ କରିବେ।ଗସ୍ତ ସମୟରେ ସେମାନେ ସେହି ଅଞ୍ଚଳର ସାଂସଦ ,ବିଧାୟକ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ କରିବେ। ଏହି ବୈଠକରେ ସେମାନଙ୍କର ଅଭିଯୋଗ ଓ ସମସ୍ୟା ଶୁଣିବା ସହ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ସେମାନଙ୍କର ସକ୍ରିୟ ସହଯୋଗ ଲୋଡ଼ିବେ।
ଭୋଟର ତାଲିକା ସମ୍ବନ୍ଧୀୟ ଯେକୌଣସି ସମସ୍ୟା ବା ଅଭିଯୋଗ ପାଇଁ ସାଧାରଣ ଜନତାଙ୍କୁ ମଧ୍ୟ ପର୍ଯ୍ୟବେକ୍ଷକଙ୍କୁ ସାକ୍ଷାତ କରିବାର ସୁଯୋଗ ଦିଆଯିବ।

ପର୍ଯ୍ୟବେକ୍ଷକମାନଙ୍କର ଗସ୍ତ ସୂଚୀ, ଟେଲିଫୋନ/ମୋବାଇଲ୍ ନମ୍ବର ଇତ୍ୟାଦି ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ବ୍ୟାପକ ଭାବେ ପ୍ରଚାର ଓ ପ୍ରସାର କରାଯିବ, ଯେପରି ସାଧାରଣ ଲୋକେ ସହଜରେ ଯୋଗାଯୋଗ କରିପାରିବାର ସୁଯୋଗ ପାଇବେ।

ଯେଉଁ ବିଧାନସଭା ମଣ୍ଡଳୀଗୁଡ଼ିକରେ ଭୋଟରଙ୍କ ନାମ ବାଦ୍ ପଡ଼ିବା(Deletion) କିମ୍ବା ନୂଆ ନାମ ସଂଯୋଗ ହେବା (Addition) ର ହାର ଜିଲ୍ଲାର ହାରାହାରି ତୁଳନାରେ ୧% ରୁ ଅଧିକ ଥିବ କିମ୍ବା କୌଣସି ନିର୍ଦ୍ଦିଷ୍ଟ ନିର୍ବାଚନ ମଣ୍ଡଳୀରେ ଏହା ୩% ରୁ ଅଧିକ ଥିବ, ସେଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ଙ୍କ ଦ୍ୱାରା ଦାଖଲ କରାଯାଇଥିବା ରିପୋର୍ଟ ଓ କାରଣକୁ ପର୍ଯ୍ୟବେକ୍ଷକମାନେ ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ଯାଞ୍ଚ କରିବେ।

କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ପରେ ସମସ୍ତ ପର୍ଯ୍ୟବେକ୍ଷକ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟକୁ ଏକ ବିସ୍ତୃତ ରିପୋର୍ଟ ପଠାଇବେ। ଯାହା ଫଳରେ କେହି ଜଣେ ବି ଯୋଗ୍ୟ ଭୋଟର ତାଲିକାରୁ ବାଦ୍ ପଡିବେ ନାହିଁ ଓ  ଅଯୋଗ୍ୟ ଭୋଟର  ସାମିଲ ହେବେ ନାହିଁ ଏବଂ ସମସ୍ତ ପ୍ରକ୍ରିୟା ସ୍ୱଚ୍ଛତାର ସହିତ ହେବ ତା ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଗୁରୁତ୍ୱାରୋପ କରିଛନ୍ତି।

ସେହିପରି ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ର ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କାର୍ଯ୍ୟର ସମାପ୍ତି  ପରେ  ଚିଠା ଭୋଟର ତାଲିକା ଆସନ୍ତା ଜୁଲାଇ ୦୫ ତାରିଖ ରେ  ପ୍ରକାଶ କରାଯିବ। ଚିଠା ​ଭୋଟର ତାଲିକା ପ୍ରକାଶ ପାଇଲା ପରେ କୌଣସି ପ୍ରକାରର ଆପତ୍ତି କିମ୍ବା ଅଭିଯୋଗ ଥିଲେ, ୦୫ ଜୁଲାଇ ରୁ ୦୪ ଅଗଷ୍ଟ ୨୦୨୬ ମଧ୍ୟରେ ଆପତ୍ତି ଦାଖଲ କରାଯାଇପାରିବ।

୦୫ ଜୁଲାଇ ପରେ ଯଦି ଚିଠା ଭୋଟର ତାଲିକାରେ କୌଣସି ତ୍ରୁଟି ପରିଲଖିତ ହୁଏ, ​ଫର୍ମ-୬ (Form 6)-ମାଧ୍ୟମରେ ନୂତନ ନାମ ଯୋଡ଼ିପାରିବେ,​ଫର୍ମ-୭ (Form 7) ଦେଇ ଭୋଟର ତାଲିକାରୁ ନାମ ବାଦ୍ ଓ ​ଫର୍ମ-୮ (Form 8) ମାଧ୍ୟମରେ ଯେକୌଣସି ପ୍ରକାରର ସଂଶୋଧନ କରିପାରିବେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like