-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା

03-Jul-2026



ବରପାଲି  (ସୁଦାମ ଦୀପ)ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଟଲି ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ଏହି ବୈଠକରେ ବରଗଡ଼ ଉପ-ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଅଧ୍ୟକ୍ଷତା କରିଥିଲେ। ଉପ-ଜିଲାପାଳ ପାଣ୍ଡେଙ୍କ ସୂଚନା ଅନୁଯାୟୀ, ଆସନ୍ତା ଜୁଲାଇ ୧୪ ତାରିଖରେ ନେତ୍ରୋତ୍ସବ ଓ ୧୫ ତାରିଖରେ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ଏହାପରେ ୧୬ ତାରିଖରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଏବଂ ୨୪ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଚଳିତ ବର୍ଷ ଦ୍ବିତୀୟ ଥର ପାଇଁ ଆସନ୍ତା ୨୫ ତାରିଖ ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ୨୬ ତାରିଖରେ ଅଧରପଣା ଭୋଗ ଲାଗି ହେବା ସହ ସେହିଦିନ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଉତ୍ସଵ ଅନୁଷ୍ଠିତ ହେବ। ବୈଠକ ପ୍ରାରମ୍ଭରେ ତହସିଲଦାର ରାମକୃଷ୍ଣ ମିଶ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରଥ ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ କାରିଗରମାନଙ୍କୁ ଅନୁରୋଧ କରାଯାଇଛି। ଭଟଲି ଗ୍ରାମ ପଞ୍ଚାୟତ ଏବଂ ବ୍ଳକ ପ୍ରଶାସନର ମିଳିତ ଉଦ୍ୟମରେ ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ କରାଯିବ ଓ ବଡ଼ଦାଣ୍ଡ ରାସ୍ତାର ମରାମତି କରାଯିବ। ବଡ଼ଦାଣ୍ଡ ରାସ୍ତାର ଜବରଦଖଲ ଉଚ୍ଛେଦ ପାଇଁ ରଥଯାତ୍ରା ପରିଚାଳନା କମିଟି ସଦସ୍ୟଙ୍କ ସହ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO), ସ୍ଥାନୀୟ ରାଜସ୍ବ ନିରୀକ୍ଷକ (RI) ଓ ପୋଲିସ ଅଧିକାରୀ ମିଳିତ ଭାବେ ନିରୀକ୍ଷଣ କରି ବିହିତ ପଦକ୍ଷେପ ନେବେ। ମାଉସୀ ମାଁ ମନ୍ଦିର ପରିସରରେ ନିଶା କାରବାର ରୋକିବା, ପାର୍କିଂ ସ୍ଥାନରେ ବିଦ୍ୟୁତ ବ୍ୟବସ୍ଥା ଏବଂ ଯାନବାହନ ଚଳାଚଳର ସୁବନ୍ଦୋବସ୍ତ ପାଇଁ ପୋଲିସ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ଚୋରି ଓ ପକେଟମାର୍ ଭଳି ଅଘଟଣ ରୋକିବାକୁ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯିବ।ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସଡିପିଆରଓ ସନତ ପାଢ଼ୀ, ଏସଡିପିଓ ପଦାରବିନ୍ଦ ତ୍ରିପାଠୀ, ଭଟଲି ଥାନାଧିକାରୀ ବିଭୁତି ଭୁଷଣ ଦଳେଇ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଜିତ ହାଁସଦା ମଞ୍ଚାସୀନ ଥିଲେ। ଏଥିସହିତ ମନ୍ଦିର ପୂଜକ ଗୌରଚନ୍ଦ୍ର ରଥ, ମନ୍ଦିର ଟ୍ରଷ୍ଟ ବୋର୍ଡର ନୂତନ ମ୍ୟାନେଜିଂ ଟ୍ରଷ୍ଟି ମୋତିଲାଲ ବନଛୋର, ପୂର୍ବତନ ସରପଞ୍ଚ ପ୍ରହଲ୍ଲାଦ ପଧାନ, ପିଇଓ ଭୁବନେଶ୍ୱର ପଧାନ, ବରିଷ୍ଠ ନାଗରିକ ସଂଘ ସଭାପତି ଜଗଦିଶ ସାହୁ ଏବଂ ବନପାଳ କଂଗ୍ରେସ ସୁନା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like