-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ

03-Jul-2026



ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କ ନାମ ତାଲିକା ଉପଲବ୍ଧ ହେବ। କେବଳ  ଅନୁପସ୍ଥିତ, ସ୍ଥାନାନ୍ତରିତ, ମୃତ, ନକଲି ଏବଂ ବିଦେଶୀ ନଗରିକଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆ ଯିବ। ଏ ଦିଗରେ ସମସ୍ତେ ଯତ୍ନବାନ ହେବା ଉଚିତ। ଲୋକଙ୍କୁ ଏ ନେଇ ସଚେତନ କରାଇବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନୂଆଦିଲ୍ଲୀସ୍ଥିତ ‘ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକସନ ମ୍ୟାନେଜମେଣ୍ଟ’ (IIIDEM) ପରିସରରେ ଭାରତୀୟ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା ଗଣମାଧ୍ୟମ ଏବଂ ଯୋଗାଯୋଗ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀକୁ ସମ୍ବୋଧିତ କରି ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ଜ୍ଞାନେଶ କୁମାର ଏହା କହିଛନ୍ତି। ଆଗାମୀ ନିର୍ବାଚନ ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଦେଶର ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସମେତ ଆଗାମୀ ଦିନରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକର ମିଡିଆ ନୋଡାଲ ଅଫିସର (Media Nodal Officers) ଏବଂ ଜିଲ୍ଲା ମିଡିଆ ନୋଡାଲ ଅଫିସର ମାନଙ୍କ ପାଇଁ ଏକ ଦିନିକିଆ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ପରିଚାଳିତ ହୋଇଥିଲା।ଓଡିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ(ବୈଷୟିକ)ଶ୍ରୀ ଗୁରବୀର ସିଂ, ଯୁଗ୍ମ- ନିର୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ,ଓଡ଼ିଶା ବିଧାନସଭା ର ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିଭୁତି ଭୂଷଣ ନାୟକ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିଜୟାନନ୍ଦ ମଲ୍ଲିକଙ୍କ ସମେତ ୧୩ଜଣ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏଥିରେ ଯୋଗ ଦେଇଥିଲେ।

ଆଗାମୀ ନିର୍ବାଚନ ସମୟରେ ଗଣମାଧ୍ୟମ ସହ ସମନ୍ୱୟ ରକ୍ଷା କରି ସଠିକ୍ ତଥ୍ୟ ଲୋକମାନଙ୍କ ପାଖରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହ ଭୋଟରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଦିଗରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମତପ୍ରକାଶ ପାଇଛି। ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ବିଷୟରେ ଜନସାଧାରଣ ଙ୍କୁ ସଚେତନ କରିବା ଏବଂ ଗଣମାଧ୍ୟମ ମାଧ୍ୟମରେ ସ୍ୱଚ୍ଛ ସୂଚନା ପ୍ରଦାନ କରିବା ନେଇ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।

ନିର୍ବାଚନ ସମୟରେ ସୋସିଆଲ ମିଡିଆ କିମ୍ବା ଅନ୍ୟାନ୍ୟ ମାଧ୍ୟମରେ ପ୍ରସାରିତ ହେଉଥିବା ମିଥ୍ୟା  ଓ ଭ୍ରମାତ୍ମକ ଖବରକୁ ଚିହ୍ନଟ କରିବା ଏବଂ ତା’ର ତୁରନ୍ତ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଛି। ଗଣମାଧ୍ୟମ ଏ ଦିଗରେ ନିଜର ବିଶ୍ୱାସନିୟତା ବଜାୟ ରଖିବା ଏବଂ ଖବର ପ୍ରକାଶନ ବା ପ୍ରଚାର ପୂର୍ବରୁ କୌଣସି ତଥ୍ୟର ସତ୍ୟାସତ୍ୟ ପରୀକ୍ଷା କରିବାକୁ ଅନୁରୋଧ କରାଯାଇଛି।

ନିର୍ବାଚନ ପ୍ରକ୍ରିୟାରେ ଗଣମାଧ୍ୟମ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ମିଡିଆ ନୋଡାଲ ଅଫିସରମାନଙ୍କର ଏହି ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଗାମୀ ଦିନରେ ଏକ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ଦିଗରେ ବେଶ୍ ସହାୟକ ହେବ।

ଏହି ସମ୍ମିଳନୀରେ ନିର୍ବାଚନ କମିଶନର ଡା ବିବେକ ଯୋଶୀ, ଓ ବିଷୟ ବିଶେଷଜ୍ଞମାନେ ଉଦବୋଧନ ଦେଇଥିଲେ। ଓଡିଶାରୁ ଅନୁଗୋଳର ଭାରପ୍ରାପ୍ତ  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଜିତ୍ ଧଳ, ରାଜେନ୍ଦ୍ର କୁମାର ମାଝୀ- ଡିଆଇପିଆରଓ,ବଲାଙ୍ଗୀର, ମନୋରଞ୍ଜନ ସୁତାର- ଡିଆଇପିଆରଓ, ଦେବଗଡ଼, ଅଭିଷେକ ବେହେରା-ଡିଆଇପିଆରଓ ଢେଙ୍କାନାଳ, ଶ୍ରୀମତୀ ସୁଜାତା ସାହୁ- ଭାରପ୍ରାପ୍ତ ଡିଆଇପିଆରଓ, ନୟାଗଡ଼, ଦିନେଶ କୁମାର କହଁର-ଭାରପ୍ରାପ୍ତ ଡିଆଇପିଆରଓ , କଳାହାଣ୍ଡି, ନଳିନୀକାନ୍ତ ସାହୁ-ଭାରପ୍ରାପ୍ତ ଡିଆଇପିଆରଓ, କନ୍ଧମାଳ, ଫକୀର ମୋହନ ମାଝୀ-ଡିଆଇପିଆରଓ, କେନ୍ଦ୍ରାପଡ଼ା,ଶିଶିର କୁମାର ମୁଣ୍ଡାୟା- ଭାରପ୍ରାପ୍ତ ଡିଆଇପିଆରଓ,ମୟୂରଭଞ୍ଜ, ରମାକାନ୍ତ ବିଶ୍ୱାସ- ଭାରପ୍ରାପ୍ତ ଡିଆଇପିଆରଓ, ନୂଆପଡ଼ା,  ଦେବରାଜ ଟାକ୍ରି- ଭାରପ୍ରାପ୍ତ ଡିଆଇପିଆରଓ, ରାୟଗଡ଼ା, କୁମାରୀ ପ୍ରୀତି ସୁନା- ଭାରପ୍ରାପ୍ତ ଡିଆଇପିଆରଓ,ସୁବର୍ଣ୍ଣପୁର ଓ ରାଧାରାଣୀ ସରକାର-ଏସଡିଆଇପିଆରଓ, କୋରାପୁଟ ପ୍ରମୁଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like