-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
09-Feb-2021
ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲ୍ଲା ପାଇଁ ଦୁଇଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦିତ ହେବା ପରେ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ୱାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ସରୋଜ କର୍ଣ୍ଣ ଅଧ୍ୟକ୍ଷତା କରିଥିବା ବେଳେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ରାଜ୍ୟ ପରିଷଦ ସଦସ୍ୟ କୃଷ୍ଣ ମୋହନ ପାଣିଗ୍ରାହୀ, ବାଲିଗୁଡ଼ା ବ୍ଲକ ସଭାପତି ଟୁନା ଦାସ,ତୁମୁଡିବନ୍ଧ ସାଂସଦ ପ୍ରତିନିଧି ପ୍ରମୋଦ କୁମାର ସାହୁ, ବରିଷ୍ଠ ଆଇନଜୀବୀ ସେକ୍ ସାଦିକ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟ କ୍ୟାବିନେଟ ରେ କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ଟିକାବାଲି ବ୍ଲକ ଓ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ର ବାଲିଗୁଡ଼ା ବ୍ଲକ ପାଇଁ ଦୁଇଟି ମେଗା ପ୍ରକଳ୍ପ ଘୋଷଣା ହୋଇଥିବା ବେଳେ ମୋଟ ୧୮୫କୋଟି ୯୨ଲକ୍ଷ । ଟିକାବାଲି ବ୍ଲକ ର ୧୨୯ଗାଁ ଓ ବାଲିଗୁଡା ବ୍ଲକ ର ୨୦୦ଟି ଗାଁ ର ଲକ୍ଷାଧିକ ଜନସାଧାରଣ ଉପକୃତ ହେବେ। ଏ ନେଇ ଏହି ସମ୍ମିଳନୀରେ କନ୍ଧମାଳ ଜିଲ୍ଲା ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଯାଇଛି l