-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ଜିଲ୍ଲା

*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -

05-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ପୁନରୀକ୍ଷଣ-୨୦୨୬ (Special Intensive Revision-2026) କାର୍ଯ୍ୟକ୍ରମ ଅନ୍ତର୍ଗତ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ଚିଠା ବା ଖସଡ଼ା ଭୋଟର ତାଲିକା (Draft Electoral Roll) ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ଦ୍ଵାରା ପ୍ରକାଶ କରାଯାଇଛି। ଉକ୍ତ ଚିଠା  ବା ଖସଡ଼ା ଭୋଟର ତାଲିକା ର ଏକକିତା ରାଜନୈତିକ ଦଳ ଙ୍କ ସଭାପତି/ ପ୍ରତିନିଧି ମାନଙ୍କ ଅବଗତି ନିମନ୍ତେ ପ୍ରଦାନ କରାଗଲା।  
ଏହି ଖସଡ଼ା ତାଲିକା ସମ୍ପୃକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ERO), ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀ (AERO), ସମସ୍ତ ବୁଥ୍ ସ୍ତରୀୟ ଅଧିକାରୀ (BLO)ଙ୍କ ନିକଟରେ ଏବଂ ନିର୍ଦ୍ଧାରିତ ସ୍ଥାନରେ ସର୍ବସାଧାରଣଙ୍କ ଅବଲୋକନ ପାଇଁ ଉପଲବ୍ଧ ରହିବ।
ମୁଁ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ମତଦାତାଙ୍କୁ ଅନୁରୋଧ କରୁଛି ଯେ, ସେମାନେ ନିଜର ନାମ, ଫଟୋ ଓ ଅନ୍ୟାନ୍ୟ ବିବରଣୀ ଖସଡ଼ା ଭୋଟର ତାଲିକାରେ ଯାଞ୍ଚ କରନ୍ତୁ। ଯଦି କୌଣସି ତ୍ରୁଟି ଥାଏ, ନାମ ଛାଡ଼ିଯାଇଥାଏ, ଅଯୋଗ୍ୟ ନାମ ଅନ୍ତର୍ଭୁକ୍ତ ହୋଇଥାଏ କିମ୍ବା କୌଣସି ସଂଶୋଧନର ଆବଶ୍ୟକତା ଥାଏ, ତେବେ ନିର୍ଦ୍ଧାରିତ ସମୟସୀମା ୦୫.୦୭.୨୦୨୬ ରୁ ୦୪.୦୮.୨୦୨୬ ମଧ୍ୟରେ ଦାବି ଓ ଆପତ୍ତି ଦାଖଲ କରନ୍ତୁ।  ଉପରୋକ୍ତ ସମୟ ସୀମା ମଧ୍ୟରେ ହସ୍ତଗତ ହୋଇଥିବା ସମସ୍ତ ଆପତ୍ତି ଓ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ  ନିର୍ବାଚକ ପଞ୍ଜିକରଣ ଅଧିକାରୀ ଙ୍କ ଦ୍ଵାରା ତଦନ୍ତ/ ଯାଞ୍ଚ ପରେ  ନିୟମାନୁଯାୟୀ ଆଗାମୀ ତା୦୫.୦୭.୨୦୨୬ ରୁ ୦୨.୦୯.୨୦୨୬ରିଖ ମଧ୍ୟରେ ଫଏସଲା କରାଯିବ ।ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ BLO, ERO ଓ AEROମାନଙ୍କୁ ଏହି ପ୍ରକ୍ରିୟାକୁ ସ୍ୱଚ୍ଛ, ନିରପେକ୍ଷ ଓ ସୁଗମ ଭାବେ ସମ୍ପନ୍ନ କରିବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରାଯାଇଛି। ଜନସାଧାରଣଙ୍କ ସୁବିଧା ପାଇଁ ସମସ୍ତ ସମ୍ଭବ ସହାୟତା ମଧ୍ୟ ଯୋଗାଇ ଦିଆଯିବ।
ଏକ ନିର୍ଭୁଲ, ସ୍ୱଚ୍ଛ ଏବଂ ସର୍ବସମାବେଶୀ ଭୋଟର ତାଲିକା ଗଣତନ୍ତ୍ରର ମୂଳ ଆଧାର। ତେଣୁ ମୁଁ ସମସ୍ତ ରାଜନୈତିକ ଦଳ, ଜନପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି, ସାମାଜିକ ସଂଗଠନ ଏବଂ ସର୍ବସାଧାରଣଙ୍କୁ ଏହି କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିବା ସହ ନିଜ ନିଜ ଅଞ୍ଚଳରେ ସଚେତନତା ସୃଷ୍ଟି କରିବାକୁ ଅନୁରୋଧ କରୁଛି।

ସମସ୍ତଙ୍କ ସହଯୋଗରେ ଆମେ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଏକ ସଠିକ୍, ତ୍ରୁଟିମୁକ୍ତ ଓ ବିଶ୍ୱସନୀୟ ଭୋଟର ତାଲିକା ପ୍ରସ୍ତୁତ କରିପାରିବା।              ଏହି ଚିଠା ବା ଖସଡ଼ା ଭୋଟର ତାଲିକା ପ୍ରକାଶନ ସମୟରେ ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ରାଜନୈତିକ ଦଳର ସଭାପତି ଓ ପ୍ରତିନିଧିମାନେ ଯଥା ଭାରତୀୟ ଜନତା ପାର୍ଟି ର ସଭାପତି ଶ୍ରୀ ବେଣୁଧର ଦାସ, ଶ୍ରୀ ପ୍ରମୋଦ କୁମାର ମହାପାତ୍ର, ସୁଶାନ୍ତ କୁମାର ସାହୁ, ଭାରତୀୟ ଜାତୀୟ କଂଗ୍ରେସ ର ଶ୍ରୀ ସୁଧିର କୁମାର ପଣ୍ଡା ଓ ବିଜୁ ଜନତା ଦଳ ର ଶ୍ରୀ କଇଁରୁ ସ୍ୱାଇଁ ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଓ ଡେପୁଟି କଲେକ୍ଟର, ନିର୍ବାଚନ, ସୁବର୍ଣ୍ଣପୁର, ଚିଠା ଭୋଟର ତାଲିକା ପ୍ରକାଶନ, ଆପତ୍ତି ଓ ଅଭିଯୋଗ ନିର୍ଦ୍ଧାରିତ ଫର୍ମ ରେ ଦାଖଲ ଓ ତାହାର ଅବଧି, ହସ୍ତଗତ ହୋଇଥିବା ଆପତ୍ତି ଓ ଅଭିଯୋଗ ପତ୍ର ଗୁଡ଼ିକ ର ଫଏସଲା  ବିଷୟରେ ବିଶଦ ଭାବେ ଅବଗତ କରାଇଥିଲେ । ଏହି ଅବସରରେ ବିଭିନ୍ନ ସମ୍ବାଦ ପତ୍ର ଓ ବିଦ୍ୟୁତ ଗଣ ମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like