-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା    (06-Sep-2026)       ||      ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||     

HOME   ଜିଲ୍ଲା

ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ

08-Jul-2026



କଟକ(ପ୍ରେରଣା ଖବର)-ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି ବ୍ୟବସ୍ଥାର ଉଦ୍‌ଘାଟନ କରିଥିଲେ।ସାଇବର ଆର୍ଥିକ ଠକେଇ ଘଟଣା ବଢ଼ୁଥିବାରୁ ଅଭିଯୋଗ ପଞ୍ଜୀକରଣକୁ ଅଧିକ ଦ୍ରୁତ, ସରଳ ଓ ପ୍ରଭାବଶାଳୀ କରିବା ସହ ଠକେଇ ହୋଇଥିବା ଅର୍ଥ ଉଦ୍ଧାରର ସମ୍ଭାବନା ବଢ଼ାଇବା

ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏହା ନାଗରିକଙ୍କୁ ଅଧିକ ସ୍ୱଚ୍ଛ, ଦକ୍ଷ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି ବ୍ୟବସ୍ଥାରେ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ (SCRB) ଜାତୀୟ ସାଇବର ହେଲ୍ପଲାଇନ୍ ୧୯୩୦କୁ CCTNS ସହ ସମନ୍ୱୟ କରିଛି।

ନୂତନ ବ୍ୟବସ୍ଥା ଅନୁଯାୟୀ, ୧୦ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ସାଇବର ଆର୍ଥିକ ଠକେଇ ସମ୍ବନ୍ଧୀୟ ଅଭିଯୋଗ ୧୯୩୦ରେ ପଞ୍ଜୀକୃତ ହେଲେ, CCTNSରେ ସ୍ୱୟଂଚାଳିତ ଭାବେ e-Zero FIR ଅନୁରୋଧ ସୃଷ୍ଟି ହେବ ଏବଂ ତାହା ଅପରାଧ ଶାଖାର ସାଇବର ପୋଲିସ ଷ୍ଟେସନ୍‌କୁ ପଠାଯିବ।

ପ୍ରାଥମିକ ଯାଞ୍ଚ ପରେ ସାଇବର ପୋଲିସ ଷ୍ଟେସନ୍ ନିୟମିତ ଏଫ୍‌ଆଇଆର୍ ପଞ୍ଜୀକରଣ କରି ତଦନ୍ତ ଆରମ୍ଭ କରିପାରିବ। ପ୍ରୟୋଜନ ଅନୁଯାୟୀ ମାମଲାକୁ ସମ୍ପୃକ୍ତ ଥାନାକୁ ସ୍ଥାନାନ୍ତର, ଜିରୋ ଏଫ୍‌ଆଇଆର୍ ଭାବେ ପଞ୍ଜୀକରଣ, ପୂର୍ବରୁ ଥିବା ମାମଲା ସହ ସଂଯୋଗ କିମ୍ବା ନିର୍ଦ୍ଧାରିତ ମାନଦଣ୍ଡ ପୂରଣ ନ କରୁଥିବା ଅଭିଯୋଗକୁ ବନ୍ଦ କରାଯାଇପାରିବ।

ଏହି ବ୍ୟବସ୍ଥା ମାଧ୍ୟମରେ ମାମଲା ପଞ୍ଜୀକରଣ ଓ ସୂଚନା ଆଦାନ-ପ୍ରଦାନ ଅଧିକ ଦ୍ରୁତ ଏବଂ ସୁବ୍ୟବସ୍ଥିତ ହେବ। ଅଭିଯୋଗକାରୀମାନେ ମଧ୍ୟ ନିଜ ମାମଲାର ଅଗ୍ରଗତି ସମ୍ପର୍କରେ ସହଜରେ ସୂଚନା ପାଇପାରିବେ।

ଏହି ଅବସରରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ କହିଥିଲେ, “ସାଇବର ଅପରାଧର ମୁକାବିଲା ପାଇଁ ଆଧୁନିକ ପ୍ରଯୁକ୍ତିର ସର୍ବାଧିକ ବ୍ୟବହାର କରି ନାଗରିକଙ୍କୁ ତ୍ୱରିତ, ସ୍ୱଚ୍ଛ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ କରିବାକୁ ଓଡ଼ିଶା ପୋଲିସ ପ୍ରତିବଦ୍ଧ।

ସେ ସାଧାରଣ ଲୋକଙ୍କୁ ଅନୁରୋଧ କରିଥିଲେ ଯେ, ସାଇବର ଆର୍ଥିକ ଠକେଇର ଶିକାର ହେଲେ ବିଳମ୍ବ ନ କରି ତୁରନ୍ତ ୧୯୩୦ରେ ଅଭିଯୋଗ କରନ୍ତୁ। ଶୀଘ୍ର ଅଭିଯୋଗ କଲେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇପାରିବ ଏବଂ ଠକେଇ ହୋଇଥିବା ଅର୍ଥ ଫେରିପାଇବାର ସମ୍ଭାବନା ମଧ୍ୟ ବଢ଼ିବ।

ଡିଜିପି ଏହି ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ପାଇଁ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ, ଅପରାଧ ଶାଖା ଓ ସମ୍ପୃକ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ।

‘ଇ-ଜିରୋ ଏଫ୍‌ଆଇଆର୍’ ବ୍ୟବସ୍ଥା ଓଡ଼ିଶା ପୋଲିସର ପ୍ରଯୁକ୍ତିନିର୍ଭର, ଆଧୁନିକ ଓ ଦକ୍ଷ ପୋଲିସିଂ ବ୍ୟବସ୍ଥା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ସାଇବର ଅପରାଧର  ମୁକାବିଲା ସହ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନରେ ସହାୟକ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା   06-Sep-2026
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026

You Might Also Like