-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||     

HOME   ଜିଲ୍ଲା

ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା

11-Jul-2026



ଭୁବନେଶ୍ୱର(ପ୍ରେରଣା ଖବର) ଆସନ୍ତା ଜୁଲାଇ ୧୬ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ପୂର୍ବାହ୍ନରେ ପୁରୀସ୍ଥିତ ଟାଉନ୍‌ହଲ୍ ପରିସରରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ପୋଲିସ୍ ପ୍ରଶାସନ ସମ୍ପୂର୍ଣ ଭାବେ ସଜାଗ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମତବ୍ୟକ୍ତ କରିଛନ୍ତି ।  ଚଳିତ ବର୍ଷ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି ।  ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ 8ଟି ସ୍ଥାନରେ ନୂତନ ପାର୍କିଂସ୍ଥଳ ପ୍ରସ୍ତୁତ କରାଯାଇଛି। ଭକ୍ତଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ଡିଜିପି ଶ୍ରୀ ଖୁରାନିଆ ଗୁରୁତ୍ୱାରୋପ କରିଛନ୍ତି । ଏହାସହ ଭକ୍ତଙ୍କ ପ୍ରତି ସହନଶୀଳ ମନୋଭାବ ପ୍ରଦର୍ଶନ କରିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ଶୃଙ୍ଖଳିତ ଦର୍ଶନ ଏବଂ ରଥଯାତ୍ରାର ସୁପରିଚାଳନା ନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ରଥଯାତ୍ରା ଡ୍ୟୁଟିରେ ଅଭିଜ୍ଞତା ସମ୍ପନ୍ନ ପୋଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଅଘଟଣ ମୁକ୍ତ ରଥଟଣା ଏବଂ ରଥଯାତ୍ରା ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ କରାଯାଇଛି ବୋଲି ଡିଜିପି କହିଛନ୍ତି । ଉତ୍ତରା ଛକରୁ ଆରମ୍ଭ କରି ପୁରୀ ,ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ମଧ୍ୟ କ୍ୟାମେରା ବ୍ୟବସ୍ଥା କରାଯାଇଛି।   ଯାହା ଫଳରେ ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ  ସୁବିଧା ମିଳିପାରିବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

 

  ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର୍. ପି. କୋଚେ  ଟ୍ରାଫିକ୍ ନିୟନ୍ତ୍ରଣ, ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଗମନାଗମନ, ଭିଡ଼ ନିୟନ୍ତ୍ରଣ ଏବଂ କର୍ଡନ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ସମନ୍ୱିତ କରିବା ପାଇଁ କାର୍ଯ୍ୟରତ ସମସ୍ତ ଅଧିକାରୀମାନଙ୍କୁ ନିଜ ନିଜ ମଧ୍ୟରେ ନିରନ୍ତର ଯୋଗାଯୋଗ ରକ୍ଷା କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ସମସ୍ତ କର୍ମଚାରୀଙ୍କୁ ସେବା ମନୋବୃତ୍ତି ନେଇ କାର୍ଯ୍ୟ ସମ୍ପାଦନ କରିବା ସହ ଭକ୍ତମାନଙ୍କ ପ୍ରତି ସୌହାର୍ଦ୍ୟପୂର୍ଣ୍ଣ, ଭଦ୍ର ବ୍ୟବହାର ପ୍ରଦର୍ଶନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କର୍ତ୍ତବ୍ୟର ନିଷ୍ଠାପୂର୍ଣ୍ଣ ସମ୍ପାଦନକୁ ସର୍ବୋଚ୍ଚ ଦାୟିତ୍ୱ ଭାବେ ଗ୍ରହଣ କରିବା ସହ କୌଣସି ପରିସ୍ଥିତିରେ ମଧ୍ୟ ନିଜ ନିର୍ଦ୍ଧାରିତ ଡ୍ୟୁଟି ସ୍ଥଳ (Duty Spot) ଛାଡ଼ି ନଯିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି। ପ୍ରତିକୂଳ ପାଗ ପରିସ୍ଥିତି ଉପୁଜିଲେ ମଧ୍ୟ କର୍ମଚାରୀମାନେ ନିଜ ଦାୟିତ୍ୱ ପ୍ରତି ଅଟଳ ରହି ଶୃଙ୍ଖଳାର ସହିତ କର୍ତ୍ତବ୍ୟ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି।ରଥଟଣା ସମୟରେ ଭକ୍ତଙ୍କ ପ୍ରବଳ ସମାଗମକୁ ଲକ୍ଷ୍ୟ କରି ଭିଡ ନିୟନ୍ତ୍ରଣ କରିବାକୁ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ । ପ୍ରତିଟି ଭକ୍ତ ଯେମିତି ଭଲ ଅନୁଭୂତି ନେଇ ଫେରିବେ ସେ ଦିଗରେ ଯତ୍ନବାନ୍ ହେବାକୁ ସେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

 

ଟ୍ରାନ୍ସପୋର୍ଟ କମିଶନର ଶ୍ରୀ ଅମିତାଭ ଠାକୁର କହିଥିଲେ ଯେ, ଟ୍ରାଫିକ ପରିଚାଳନା, ଭିଡ଼ ନିୟନ୍ତ୍ରଣ, ଭିଆଇପି ଗସ୍ତ ଓ ଜନସାଧାରଣଙ୍କ ସୁରକ୍ଷା ପରସ୍ପର ସହ ଜଡ଼ିତ। ସମନ୍ୱିତ ପଦକ୍ଷେପ ମାଧ୍ୟମରେ ପ୍ରତ୍ୟେକ ଭକ୍ତ ଯେପରି ସୁରକ୍ଷିତ ଓ ସନ୍ତୋଷଜନକ ଅନୁଭୂତି ସହ ପୁରୀରୁ ଫେରିବେ, ସେଥିପାଇଁ ସମସ୍ତ ଅଧିକାରୀଙ୍କୁ ସମର୍ପଣର ସହ କାର୍ଯ୍ୟ କରିବାକୁ ସେ ଆହ୍ୱାନ କରିଥିଲେ।

 

ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ୍‌ଏପି) ଶ୍ରୀ ରାଜେଶ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡ଼ଃ ସାର୍ଥକ ଷଡ଼ଙ୍ଗୀ, ଆଇଜିପି (ଅପରେସନ) ଡ଼ଃ ଦୀପକ କୁମାର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ, ଆଇଜି (ଉତ୍ତର-କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟବ୍ରତ ଭୋଇ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ଏସ୍‌ଟିଏଫ୍) ଶ୍ରୀ କେ. ବିଶାଲ ସିଂହ, ଡିଆଇଜିପି (ପୂର୍ବାଞ୍ଚଳ) ଶ୍ରୀ ପିନାକ ମିଶ୍ର, ଡିଆଇଜିପି (କ୍ରାଇମବ୍ରାଞ୍ଚ) ଶ୍ରୀ ବି. ଗଙ୍ଗାଧରଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ବୈଠକର ପ୍ରାରମ୍ଭରେ ପୁରୀ ଏସ୍‌ପି ଶ୍ରୀ ପ୍ରତୀକ ସିଂ ଡିଜିପି ଓ ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ସ୍ୱାଗତ କରିଥିବା ବେଳେ, ଶେଷରେ ଆଇଜିପି (କେନ୍ଦ୍ରାଞ୍ଚଳ) ଡ଼ଃ ସତ୍ୟଜିତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026

You Might Also Like