-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ

14-Jul-2026



ବଲାଙ୍ଗିର(ପ୍ରେରଣା ଖବର)- ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ସହରରେ ଥିବା ବଲାଙ୍ଗିର ସରକାରୀ ମହାବିଦ୍ୟାଳୟ ସମସ୍ୟା ବୁଝିବା ପାଇଁ କଲେଜ ଅଧ୍ୟକ୍ଷ, ଅଧ୍ୟାପକ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସହ ଏକ ବାର୍ତ୍ତା ବିନିମୟ କରିଛନ୍ତି । ଶ୍ରୀ ମିଶ୍ର ନିଜେ ଆଇନମନ୍ତ୍ରୀ ଥିବା ବେଳେ ସେ ସମୟରେ କେବଳ ଏହି ଗୋଟିଏ କଲେଜକୁ ସରକାରୀ ମାନ୍ୟତା ପ୍ରଦାନ କରିଥିଲେ । ପରବର୍ତ୍ତୀ ସମୟରେ ଏହି କଲେଜ ପୁଇଁନ୍ତଲା ସୋନପୁର ରାସ୍ତାରେ ଏହାର ନିଜସ୍ୱ କୋଠା

ପାଇଥିଲା କିନ୍ତୁ ସରକାରୀ ଓ ପ୍ରଶାସନି ଅବହେଳା ଯୋଗୁଁ କଲେଜରେ ଛାତ୍ର ଛାତ୍ରୀ ସଂଖ୍ୟା ପୂର୍ଣ୍ଣମାତ୍ରାରେ ଥିଲେ ହେଁ ଅଧ୍ୟାପକ, ଅଣ ଶିକ୍ଷକ କର୍ମଚାରୀ ଓ ଭିତ୍ତିଭୂମି ଘୋର ଅଭାବ ଦେଖାଦେଇଛି । ଏହି କଲେଜର ଛାତ୍ର ମାନବଶାସ୍ତ୍ର ବିଭାଗରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଟପର ହୋଇଥିଲେ ହେଁ କଲେଜ ରେ ଆଜି ପର୍ଯ୍ୟନ୍ତ ମାନବଶାସ୍ତ୍ର ବିଭାଗରେ ଅଧ୍ୟାପକ ନାହାନ୍ତି । ଏହା ନିଶ୍ଚିତ ଭାବେ ଆଶ୍ଚର୍ଯ୍ୟଜନକ ଘଟଣା ବୋଲି ଶ୍ରୀ ମିଶ୍ର କ୍ଷୋଭର ସହ ନିଜ ପ୍ରତିକ୍ରିୟାରେ କହିଛନ୍ତି । କଲେଜରେ କେବଳ ଏହି ଗୋଟିଏ ବିଭାଗ ନୁହେଁ ଇତିହାସ, ଲାଇବ୍ରେରୀ ବିଜ୍ଞାନ, ମନସ୍ତତ୍ୱ ବିଜ୍ଞାନ ଏବଂ ସୋସିଓଲୋଜି ବିଭାଗ ମଧ୍ୟ ଅଧ୍ୟାପକ ସୁନ୍ୟ ଭାବେ ଚାଲିଛି । ଅନ୍ୟ ବିଭାଗ ଗୁଡିକ ମଧ୍ୟ ମଞ୍ଜୁରିପ୍ରାପ୍ତ ପଦବୀ ତୁଳନାରେ ଅନେକ ପଦବୀ ଖାଲି ପଡିଥିବାର ଅଭିଯୋଗ ଛାତ୍ର ଛାତ୍ରୀମାନେ କରିଥିଲେ । କଲେଜରେ ଆଜି ପର୍ଯ୍ୟନ୍ତ କ୍ରୀଡା ଶିକ୍ଷକ ନାହାନ୍ତି । ଛାତ୍ର ଛାତ୍ରୀଙ୍କ ନିରାପତ୍ତା ପାଇଁ କଲେଜରେ ଚାରିଆଡେ ପାଚେରି ନାହିଁ । ସାଇକେଲ ଷ୍ଟାଣ୍ଡ ନାହିଁ । ନାହିଁ ନାହିଁ ରେ ଥିବା ଏହି କଲେଜ କୁ ସରକାର ର ଉଚ୍ଚ ଶିକ୍ଷା ବିଭାଗ କାହିଁକି ଗୁରୁତ୍ୱ ଦେଉନାହିଁ ସେ ସବୁର ଉତ୍ତର ମଗାଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା ବେଳେ ଛାତ୍ର ଓ ଛାତ୍ରୀଙ୍କ କମନ ରୁମ ନ ଥିବା ଜଣାପଡିଥିଲା । ତା ସହ ଶିକ୍ଷକ

ଅଣଶିକ୍ଷକ କର୍ମଚାରୀଙ୍କ ପାଇଁ ଘର ଏବଂ କଲେଜର ଅନେକ ବିଭାଗରେ ନାମ ଲେଖା ହେଉଥିବାରୁ ଶ୍ରେଣୀ ଗୃହ ଦରକାର ବୋଲି କଲେଜ ତରଫରୁ ବିଭାଗିୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ ବୋଲି ଛାତ୍ର ଛାତ୍ରୀ ତଥା ଅଧ୍ୟାପକମାନେ ଅଭିଯୋଗ କରିଥିଲେ । ସବୁ ସମସ୍ୟା ଶୁଣି ସାରିଲା ପରେ ଶ୍ରୀ ମିଶ୍ର ଯାହା ସବୁ ଅସୁବିଧା ଅଛି ସେ ସବୁ କୁ ନେଇ ଏକ ଚିଠି ପ୍ରଦାନ କରିବାକୁ କହିବା ସହ ପ୍ରାଥମିକତା ଭିତ୍ତିରେ ସମସ୍ୟା ଗୁଡିକର ସମାଧାନ ପାଇଁ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିଲେ । ଏହି ଆଲୋଚନାରେ କଲେଜର ଅଧ୍ୟକ୍ଷ କୌତୁକ ପନ୍ଦର ଙ୍କ ସମେତ ଅନ୍ୟାନ୍ୟ ବିଭାଗର ଅଧ୍ୟାପକ, ଅଧ୍ୟାପିକା ଛାତ୍ର ଛାତ୍ରୀ ତଥା ଅଣ ଶିକ୍ଷକ କର୍ମଚାରୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like