-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

15-Jul-2026



ଭୁବନେଶ୍ୱର(ମୁରଲି ମିଶ୍ର): ଲୋକଭବନ ଭୁବନେଶ୍ୱରସ୍ଥିତ ଅଭିଷେକ ହଲ ଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ୨୦୨୩ ବ୍ୟାଚର ଓଡ଼ିଶା ପ୍ରଶାସନିକ ସେବା ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କରିଛନ୍ତି I ଏହି ଅବସରରେ ପ୍ରଶିକ୍ଷାର୍ଥୀମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ବିଶଦ ଭାବେ ଜ୍ଞାନ ଅର୍ଜନ କରି ସରକାର ଏବଂ ନାଗରିକଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରି ଉନ୍ନତ ସେବା ପ୍ରଦାନ କରିବାକୁ ରାଜ୍ୟପାଳ ଆହ୍ୱାନ ଜଣାଇଛନ୍ତି। 

ଏହି ଅବସରରେ ରାଜ୍ୟପାଳ କହିଥିଲେ ଯେ, ଅଧିକାରୀମାନେ ତୃଣମୂଳସ୍ତରର ବାସ୍ତବତା ବିଷୟରେ ସ୍ପଷ୍ଟ ଧାରଣା ରଖିବା ଉଚିତ। କଲ୍ୟାଣକାରୀ କାର୍ଯ୍ୟକ୍ରମଗୁଡ଼ିକର ସଠିକ ରୂପାୟନ ଏବଂ ଏଥିରେ ଯୋଗ୍ୟ ହିତାଧିକାରୀଙ୍କ ଅନ୍ତର୍ଭୁକ୍ତିକୁ ସୁନିଶ୍ଚିତ କରିବା ପାଇଁ ଏହି ଜ୍ଞାନ ଅତ୍ୟନ୍ତ ଜରୁରୀ। 

ଆଲୋଚନା ସମୟରେ ମାନ୍ୟବର ରାଜ୍ୟପାଳ ପ୍ରଶିକ୍ଷାର୍ଥୀଙ୍କୁ ପିଏମ୍‌ଏସ୍‌ବିୱାଇ, ପିଏମ୍‌ଜେଜେବିୱାଇ ଏବଂ ପିଏମ୍ ସୂର୍ଯ୍ୟ ଘର: ମୁକ୍ତ ବିଜୁଳି ଯୋଜନା ଭଳି ପ୍ରମୁଖ ଯୋଜନାଗୁଡିକ ବିଷୟରେ ଅବଗତ ହେବାକୁ ପରାମର୍ଶ ଦେଇଥିଲେ। ସଚେତନ ଏବଂ ସକ୍ରିୟ ଅଧିକାରୀମାନେ ଲୋକ ସେବା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟପାଳ କହିଥିଲେ । ଏଥି ସହ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ ନିଜକୁ ପଞ୍ଜିକୃତ କରାଇବା ସହିତ ଏହି ଯୋଜନାଗୁଡ଼ିକର ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ରାଜ୍ୟପାଳ ପରାମର୍ଶ ଦେଇଥିଲେ।

ସମ୍ପ୍ରତି ବିଶ୍ୱ ଅର୍ଥନୈତିକ ପ୍ରତିବନ୍ଧକଗୁଡ଼ିକ ଉପରେ ଉଲ୍ଲେଖ କରି ରାଜ୍ୟପାଳ ପଶ୍ଚିମ ଏସିଆରେ ଭୂ-ରାଜନୈତିକ ଉତ୍ତେଜନା ଏବଂ ଦେଶର ଅଶୋଧିତ ତୈଳ ଆମଦାନି କ୍ଷେତ୍ରରେ ମାତ୍ରାଧିକ ନିର୍ଭରଶୀଳତାରୁ ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ଉପରେ ପଡିଥିବା ପ୍ରଭାବ ବିଷୟରେ ଆଲୋକପାତ କରିଥିଲେ। ବ୍ୟକ୍ତିଗତ ସ୍ତରରେ ଆଚରଣ ପରିବର୍ତ୍ତନ, ବିଶେଷ କରି ପେଟ୍ରୋଲ ଏବଂ ଡିଜେଲ ଯାନ ବଦଳରେ କ୍ରମଶଃ ଇଲେକ୍ଟ୍ରିକ ଯାନ ବ୍ୟବହାରକୁ ଉତ୍ସାହିତ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ। 

ସ୍ୱଚ୍ଛ ଗତିଶୀଳତାକୁ ନବୀକରଣଯୋଗ୍ୟ ଶକ୍ତି ସହ ଯୋଡ଼ି ରାଜ୍ୟପାଳ ପିଏମ୍ ସୂର୍ଯ୍ୟ ଘର ଯୋଜନାର ଗୁରୁତ୍ୱ ଏବଂ ଛାତ ଉପରେ ସୌର ପ୍ୟାନେଲ୍ ସ୍ଥାପନ ସହ ଇଭି ଚାର୍ଜିଙ୍ଗ୍ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଲୋକ ଭବନ 'ସବୁଜ ପ୍ରମାଣପତ୍ର' (ଗ୍ରୀନ ସାର୍ଟିଫିକେସନ) ହାସଲ ଦିଗରେ ଅଗ୍ରସର ହେଉଥିବାର ପ୍ରସଙ୍ଗ ରାଜ୍ୟପାଳ ପ୍ରଶିକ୍ଷାର୍ଥୀମାନଙ୍କୁ କହିଥିଲେ।

କୋଭିଡ୍-୧୯ ମହାମାରୀ ସମୟ ସମ୍ପର୍କରେ ଉଲ୍ଲେଖ କରି ରାଜ୍ୟପାଳ କହିଥିଲେ ଯେ, ଆତ୍ମନିର୍ଭରତା, ଉଦ୍ଭାବନ ଏବଂ ଡିଜିଟାଲ୍ ରୂପାନ୍ତରଣ ମାଧ୍ୟମରେ ଦେଶ ଆହ୍ୱାନକୁ ସୁଯୋଗରେ ପରିଣତ କରିଥିଲା। ଅନାବଶ୍ୟକ ଭାବେ ସୁନା କ୍ରୟ, ବିଦେଶ ଯାତ୍ରା ଏବଂ ଖାଦ୍ୟ ତୈଳ ବ୍ୟବହାର ହ୍ରାସ ଇତ୍ୟାଦି କ୍ଷେତ୍ରରେ ଖର୍ଚ୍ଚ ନିୟନ୍ତ୍ରଣ କରି ବିଦେଶୀ ମୁଦ୍ରା ଭଣ୍ଡାର ଉପରେ ଚାପ କମ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ ।ପ୍ରାରମ୍ଭରେ ଗୋପବନ୍ଧୁ ଏକାଡେମୀ ଅଫ ଆଡମିନିଷ୍ଟ୍ରେସନର ଉପ ମହାନିର୍ଦେଶକ ଡଃ ମୋନାଲିସା ଲେଙ୍କା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ପ୍ରଶିକ୍ଷାର୍ଥୀଙ୍କ ତାଲିମ କାର୍ଯ୍ୟକ୍ରମର ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like