-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ

15-Jul-2026



ଭୁବନେଶ୍ୱର(ପ୍ରେରଣା ଖବର): ଓଡ଼ିଆ ଅସ୍ମିତା, ସାଂସ୍କୃତିକ ମହାଚେତନା ଓ ଆଧ୍ୟାତ୍ମର ଶ୍ରେଷ୍ଠ ପରିଚିତି ପୁରୀର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା  ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇ ଯାଇଛି। ଲୋକସମ୍ପର୍କ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ରଥଯାତ୍ରାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଉପରେ ନ୍ୟସ୍ତ ଦାୟିତ୍ୱକୁ ଶୃଙ୍ଖଳିତ ଓ ସୂଚାରୁ ରୂପେ ସମ୍ପାଦନ କରିବା ଉପରେ ଆଲୋଚନା କରାଯାଇଥିଲା। ଏହି ମର୍ମରେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ।

  ବୈଠକରେ ଆସନ୍ତା ରଥଯାତ୍ରା ପାଇଁ ବିଭାଗ ପକ୍ଷରୁ ଆୟୋଜନ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା  । ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ପ୍ରାରମ୍ଭିକ ବକ୍ତବ୍ୟ ରଖିଥିବା ବେଳେ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂହ ଏବଂ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଗତ ବର୍ଷ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଚଳିତ ବର୍ଷର ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ  । ପୂର୍ବ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଆବଶ୍ୟକତା ଅନୁଯାୟୀ ପୁରୀର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ନିର୍ଦ୍ଦେଶ  ଦେଇଛନ୍ତି । ସହରର ପ୍ରମୁଖ ସ୍ଥାନ ଯଥା, ସିଂହଦ୍ୱାର, ବଳଗଣ୍ଡି, ବଡ଼ଶଙ୍ଖ, ଜଗନ୍ନାଥ ବଲ୍ଲଭ ମଠ, ଦିଗବାରେଣୀ, ଗୁଣ୍ଡିଚାବାଡ଼ି, ମାଳତିପାଟପୁର, ସୁଭାଷବୋଷ ଛକ, ପାନ୍ଥଭବନ, ତାଳବଣିଆ, ରେଳ ଷ୍ଟେସନ,ଶ୍ରୀଦାଣ୍ଡ , ମାଟିଆପଡା ଛକ, ଅଠରନଳା ଏବଂ ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥଳଠାରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି  । 

  ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ପାଇଁ ଉଭୟ ସ୍ଥାନୀୟ ଏବଂ ଜାତୀୟ ବୈଦ୍ୟୁତିକ ଗଣମାଧ୍ୟମରେ ରଥଯାତ୍ରାର ସିଧା ପ୍ରସାରଣ, ଲାଇଭ କମନ ଫିଡ୍ ବ୍ୟବସ୍ଥା, ବିଶିଷ୍ଟ ଅତିଥିମାନଙ୍କ ସତ୍କାର ପାଇଁ ବିଭାଗ ପକ୍ଷରୁ ବନ୍ଦୋବସ୍ତ କରାଯିବ  । ପୁରୀର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସହଯୋଗରେ ସୂଚନା କେନ୍ଦ୍ରଗୁଡ଼ିକରେ ଉଚ୍ଚମାନର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ପାଲା, ଦାସକାଠିଆ, ଘୋଡାନାଚ ଭଳି ପାରମ୍ପରିକ ଲୋକକଳାର ପ୍ରଦର୍ଶନ ସହ ପ୍ରତ୍ୟହ ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରସିଦ୍ଧ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କରାଯିବ  । ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ରଥଯାତ୍ରା ବିଶେଷାଙ୍କ ତଥା ଜଗନ୍ନାଥ ଜଣାଣ ପ୍ରକାଶନ କରାଯାଇ ବିକ୍ରୟ କରାଯିବ  । ଟେଲିଭିଜନ ଓ ଫଟୋ କଭରେଜ, ରେଡ଼ିଓ ଜିଙ୍ଗଲ ଏବଂ ବିଜ୍ଞାପନ ପ୍ରସାରଣ ବ୍ୟବସ୍ଥା ସହିତ କଟକ-ପୁରୀ ଜାତୀୟ ରାଜପଥର ନିର୍ଦ୍ଧାରିତ ସ୍ଥାନମାନଙ୍କରେ ରଥଯାତ୍ରା ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କିତ ବିବରଣୀ ହୋର୍ଡିଂ ମାଧ୍ୟମରେ ପ୍ରଦର୍ଶିତ ହେବ  । ଖବରକାଗଜରେ ବିଜ୍ଞାପନ ଏବଂ ସାମାଜିକ ଗଣମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ  ।

ଅନୁରୂପ ଭାବେ ଭକ୍ତମାନଙ୍କ ନିକଟରେ ବିଭିନ୍ନ ଆବଶ୍ୟକୀୟ ଜରୁରୀ ସୂଚନା ତତକ୍ଷଣାତ ପହଂଚାଇବା ପାଇଁ ପୁରୀ ସହର ସମେତ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାର୍ଶ୍ଵରେ ଏଲଇଡି ସ୍କ୍ରିନ/ଡିସପ୍ଲେ ସ୍ଥାପନ ଓ ପରିଚାଳନା ନିମନ୍ତେ ପ୍ରଥମ ଥର ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଛି। ଭକ୍ତମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହାର ଉତ୍ତମ ପରିଚାଳନା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ଗୁରୁତ୍ୱାରୋପ କରିଥିଲେ। ରଥଯାତ୍ରା ଅବସରରେ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ପୁରୀ ଗସ୍ତ ପାଇଁ ବିଭାଗ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ବିଭିନ୍ନ ଜିଲ୍ଲାରେ ଅନୁଷ୍ଠିତ ହେଉଥିବା ରଥଯାତ୍ରାରେ ସୂଚନା କେନ୍ଦ୍ର ଖୋଲିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ସମସ୍ତ କାର୍ଯ୍ୟକୁ ସୁବ୍ୟବସ୍ଥିତ ଢଙ୍ଗରେ ସମ୍ପାଦନ କରି ଏହାକୁ ସଫଳ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସମସ୍ତଙ୍କ ସହଯୋଗ କାମନା କରିଥିଲେ । ବୈଠକରେ ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା କର ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ପୁରୀ ଶ୍ରୀ ସନ୍ତୋଷ କୁମାର ସେଠୀଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like