-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||     

HOME   ରାଜ୍ୟ

ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ

17-Jul-2026



ନୀତି ନିୟମକୁ ଜଳାଞ୍ଜଳି, ବିନା ଟାହିଆରେ ବାହାରିଲେ ଜଗନ୍ନାଥ

ଭୁବନେଶ୍ୱର: ପୁରୀରେ ରଥଯାତ୍ରା ଦଳାଚକଟା ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ଘଟଣାକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ଏପରି ଘଟଣାର ଯେଭଳି ପୁନରାବୃତ୍ତି ନହୁଏ ତଥା ଏହାକୁ ରୋକିବା ପାଇଁ ଓଡ଼ିଶା ସରକାର ସତର୍କ ରହି ଜନସମାଗମର ଉଚିତ ପରିଚାଳନା କରିବାକୁ ଅନୁରୋଧ କରିଛନ୍ତି।

ଏହି ଘଟଣାରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତ ଚରଣ ଦାସ ବିଶ୍ବବିଦିତ ରଥଯାତ୍ରା ସମୟରେ ପୁଣିଥରେ ହୋଇଥିବା ଅବ୍ୟବସ୍ଥା ଓ ସୁରକ୍ଷା ବିଫଳତା ପାଇଁ ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପୂର୍ବରୁ ଘଟିଥିବା ଦୁଃଖଦ ଭିଡ଼ ଦୁର୍ଘଟଣାରେ ଭକ୍ତମାନଙ୍କ ପ୍ରାଣହାନି ଓ ଶତାଧିକ ଲୋକ ଆହତ ହେବା ପରେ, ସେ ଏହି ଦୁର୍ଘଟଣା ପାଇଁ  ପ୍ରଶାସନିକ ଅବହେଳାକୁ ଦାୟୀ କରିଛନ୍ତି।

ଜଗତର ନାଥ ଜଗନ୍ନାଥଙ୍କ ରଥଯାତ୍ରା ସମୟରେ ବଡ଼ଦାଣ୍ଡର  ମରିଚିକୋଟ ଛକ ନିକଟରେ ଆଜି ଅତ୍ୟଧିକ ଭିଡ଼ ଯୋଗୁଁ ଅନିଲଙ୍କୁ ଶ୍ୱାସରୁଦ୍ଧ ଅନୁଭବ ହୋଇଥିଲା। ପୋଲିସ କର୍ଡନରୁ ପ୍ରାୟ ୧୦୦ ଫୁଟ ଦୂରରେ ସେ ତଳେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା, କିନ୍ତୁ ସେଠାରେ ଡାକ୍ତର ଙ୍କୁ ମୃତ ଘୋଷଣା କରିଥିଲେ।ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲାର ଅନିଲ ଦାସ ।କଂଗ୍ରେସ ସଭାପତି ଶ୍ରୀ ଦାସ କହିଛନ୍ତି ଯେ,ରଥ ଯାତ୍ରାସମୟରେ ଏଭଳି ବାରମ୍ବାର ଘଟଣା ଘଟିବା ଅତ୍ୟନ୍ତ ଚିନ୍ତାଜନକ କଥା ଏବଂ ଏହାର ପୁନର୍ବାର ସତର୍କ ସମୀକ୍ଷା କରାଯିବାର ଆବଶ୍ୟକତା ରହିଛି ।

କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ ବିବୃତିରେ କହିଛନ୍ତି ଯେ, ରଥଯାତ୍ରା ସମୟରେ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ମଧ୍ୟରେ ଜଣେ ଭକ୍ତଙ୍କ ପ୍ରାଣହାନି ଖବରରେ ସେ ଗଭୀର ଭାବେ ମର୍ମାହତ ହୋଇଛନ୍ତି । ସେ ପ୍ରାଣ ହରାଇଥିବା ଭକ୍ତଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହ ଆହତ ହୋଇଥିବା ଶତାଧିକ ଭକ୍ତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଶ୍ରୀ ଦାସ୍ କହିଛନ୍ତି ଯେ, ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ପବିତ୍ର ଧାର୍ମିକ ପର୍ବମାନଙ୍କ ମଧ୍ୟରୁ ଗୋଟିଏ, ଯାହା ପ୍ରତିବର୍ଷ ଭାରତ ଏବଂ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତଙ୍କୁ ଆକର୍ଷିତ କରିଥାଏ। ଚଳିତ ବର୍ଷର ରଥଯାତ୍ରା ସମୟରେ ଘଟିଥିବା ଏହି ଦୁର୍ଭାଗ୍ୟଜନକ ଘଟଣା ସାରା ବିଶ୍ୱରେ ପ୍ରଭୁ ଜଗନ୍ନାଥଙ୍କ ଭକ୍ତମାନଙ୍କୁ ଗଭୀର ଭାବେ ଦୁଃଖିତ ଓ ସ୍ତବ୍ଧ କରିଦେଇଛି ବୋଲି ସେ କହିଛନ୍ତି।

ସେ ଗଭୀର ଶୋକ ପ୍ରକାଶ କରି ଏହି ଦୁର୍ଘଟଣାକୁ ଅକ୍ଷମଣୀୟ ବୋଲି କହିବା ସହ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ସମୟରେ ଜଣେ ଭକ୍ତଙ୍କ ପ୍ରାଣହାନି ଘଟିଥିବା ବେଳେ ଭିଡ଼ଜନିତ ଘଟଣା ,ଶ୍ବାସରୁଦ୍ଧ ଓ ଅନ୍ୟାନ୍ୟ କାରଣ ଯୋଗୁଁ ୧୫୦ରୁ ଅଧିକ ଭକ୍ତ ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଊଥିବା ଖବର ମିଳୁଛି।

ସେ ସ୍ମରଣ କରାଇଛନ୍ତି ଯେ, ଗତ ୨୯ ଜୁନ୍ ୨୦୨୫ରେ ପୁରୀ ରଥଯାତ୍ରା ସମୟରେ ଅନ୍ୟ ଏକ ବଡ଼ ଦଳାଚକଟା ଘଟଣା ଘଟିଥିଲା। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଭିଡ଼ର ଚାପ ବଢ଼ିଯିବାରୁ ଦୁଃଖଦ ଭାବେ ତିନିଜଣ ଭକ୍ତଙ୍କ ପ୍ରାଣହାନି ଘଟିଥିଲା ଏବଂ ଏଥିରେ ୫୦ରୁ ଅଧିକ ଲୋକ ଆହତ ହୋଇଥିଲେ। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୮୦ ବର୍ଷୀୟ ବ୍ୟକ୍ତି ଏବଂ ଖୋର୍ଦ୍ଧା ଜିଲ୍ଲାର ଦୁଇଜଣ ମହିଳା ଥିଲେ।
କଂଗ୍ରେସ ସଭାପତି ଶ୍ରୀ  ପୁନର୍ବାର ଦୋହରାଇ କହିଛନ୍ତି ଯେ, ଆବଶ୍ୟକତାଠାରୁ ଅଧିକ କର୍ଡନ ପାସ, ଆରଏସଏସ ସ୍ବେଛାସେବୀଙ୍କୁ କେଉଁ ଆଧାରରେ କର୍ଡନ ଭିତରକୁ ଅନୁମତି ଆଦି ମଧ୍ୟ ବିଭ୍ରାଟର ଅନ୍ୟ ଏକ କାରଣ ବୋଲି ଶ୍ରୀ ଦାସ କହିଛନ୍ତି l ପୁଣି ସମସ୍ତ ନୀତି ନିୟମକୁ ଜଳାଞ୍ଜଳି ଦେଇ ମହାପ୍ରଭୁଙ୍କୁ ବିନା ଟାହିଆରେ ଶ୍ରୀ ମନ୍ଦିରରୁ ରଥକୁ ପହଣ୍ଡି କରିବା ସମସ୍ତ ଓଡ଼ିଆ ଜାତିକୁ ବ୍ୟଥିତ କରିଛି l
ତେବେ ଓଡ଼ିଆଙ୍କ ପ୍ରାଣ ପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପରିଚାଳନା ସମୟରେ ଭକ୍ତମାନଙ୍କ ସୁରକ୍ଷା ଓ କଲ୍ୟାଣ ସର୍ବୋଚ୍ଚ ପ୍ରାଥମିକତା ହେବା ଉଚିତ ବୋଲି କହିବା ସହ ମନ୍ଦିର ପ୍ରଶାସନିକ ଅଧିକାରୀଙ୍କୁ ତୁରନ୍ତ ବହିଷ୍କାର କରନ୍ତୁ ଏବଂ ଜଗନ୍ନାଥଙ୍କ ପ୍ରତି ଯଦି ସାମାନ୍ୟ ଭକ୍ତି ଅଛି ତେବେ ଆଇନମନ୍ତ୍ରୀ ନିଜ ପଦବୀରୁ ଇସ୍ତଫା ଦିଅନ୍ତୁ ବୋଲି ସଭାପତି ଶ୍ରୀ ଦାସ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026

You Might Also Like