-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

17-Jul-2026



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

 ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆନ୍ତଃ-ବିଭାଗୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦର(ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ରେହାନ କ୍ଷତ୍ରି(ଭା.ପ୍ର.ସେ), ଅତିରିକ୍ତ ଜିଲ୍ଲାପାଳ ରାଜାସ୍ୱ ଶ୍ରୀ ସୁଧାଂଶୁ କୁମାର ଭୋଇ, ଉପଜିଲ୍ଲାପାଳ ଡ. ପୁଷ୍ପାଞ୍ଜଳି ପଣ୍ଡା, ସମ୍ବଲପୁର ମହାନଗର ନିଗମ ର ଅନ୍ୟ ଅଧିକାରୀ, ଜଳସେଚନ ବିଭାଗ, ପୂର୍ତ୍ତ ବିଭାଗ (R&B), ଏବଂ ଟାଉନ ପ୍ଲାନିଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଉକ୍ତ ବୈଠକରେ ସହରାଞ୍ଚଳ ଜଳିବନ୍ଦୀ ସମସ୍ୟାର ତୁରନ୍ତ ଏବଂ ସ୍ଥାୟୀ ସମାଧାନ, ୱାର୍ଡଭିତ୍ତିକ ସ୍ଥିତିର ବିଶ୍ଳେଷଣ, ସମନ୍ୱିତ ପଦକ୍ଷେପ ଏବଂ ମାଷ୍ଟର ପ୍ଲାନରେ ଆବଶ୍ୟକ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।

 

ବୈଠକରେ ଜିଲ୍ଲାପାଳ ସହରର ବିଭିନ୍ନ ୱାର୍ଡରେ ଥିବା ଜଳବନ୍ଦୀ ସମସ୍ୟାର ସମୀକ୍ଷା କରିବା ସହ ଏହାର ତୁରନ୍ତ ଏବଂ ସ୍ଥାୟୀ ପ୍ରତିକାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସହରର କେଉଁ କେଉଁ ସ୍ଥାନରେ ଜଳବନ୍ଦୀ ହେଉଛି, ତାର ପ୍ରକୃତ କାରଣ ଏବଂ କେଉଁ ବିଭାଗ ଦ୍ୱାରା କେବେ ସୁଦ୍ଧା କାର୍ଯ୍ୟ ଶେଷ ହେବ (Action & Timeline), ତାର ଏକ ସ୍ପଷ୍ଟ ବିବରଣୀ ଫର୍ମାଟରେ ତୁରନ୍ତ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ବର୍ଷା ଦିନେ ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପାଇଁ ତୁରନ୍ତ ସମସ୍ତ ପ୍ରମୁଖ ଏବଂ ଶାଖା ଡ୍ରେନଗୁଡ଼ିକରୁ ପଙ୍କୋଦ୍ଧାର (Desilting) ଏବଂ ଜରୁରୀକାଳୀନ ଡ୍ରେନ ପ୍ରସ୍ତୁତ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବାକୁ କହିଛନ୍ତି। ଏହି କାର୍ଯ୍ୟରେ ଅବହେଳା କରୁଥିବା ଅଧିକାରୀ କିମ୍ବା ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

 

 

 ସହରର ପ୍ରାକୃତିକ ନାଳ ଏବଂ ଡ୍ରେନ ଉପରେ ହୋଇଥିବା ବେଆଇନ ଜବରଦଖଲ ଯୋଗୁଁ ଜଳ ନିଷ୍କାସନ ବାଧାପ୍ରାପ୍ତ ହେଉଛି। ଏଥିପାଇଁ ଏକ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ କରି ତୁରନ୍ତ ଜବରଦଖଲ ଉଚ୍ଛେଦ (Encroachment Removal) କରିବାପାଇଁ ଏବଂ ପ୍ରତିବନ୍ଧକ ସାଜୁଥିବା ବେଆଇନ ନିର୍ମାଣକୁ ଭାଙ୍ଗିବା ପାଇଁ ମହାନଗର ନିଗମ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ କହିଛନ୍ତି। ରେଡ୍‌ କିମ୍ବା ଅରେଞ୍ଜ ୱାର୍ଣ୍ଣିଂ (Red/Orange Warning) ସମୟରେ ତଳିଆ ଅଞ୍ଚଳରେ ପାଣି ଜମି ରହିଲେ, ତୁରନ୍ତ ପାଣି ପମ୍ପ (Water Lifting Pump) ଏବଂ ଜେସିବି (JCB) ମେସିନ ସହାୟତାରେ ଜଳ ନିଷ୍କାସନ କରାଯିବ। ସେଥିପାଇଁ ଅଗ୍ରୀମ ଭାବେ SMC ପକ୍ଷରୁ ସମସ୍ତ ୱାର୍ଡରେ ମାନବ ସମ୍ବଳ ଏବଂ ଯନ୍ତ୍ରପାତି ପ୍ରସ୍ତୁତ ରଖାଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣା କୁ ଏଡ଼ାବା ପାଇଁ ବର୍ଷା ସମୟରେ କାମ କରୁଥିବା ସମସ୍ତ ସଫେଇ ଓ ବୈଷୟିକ କର୍ମଚାରୀମାନେ ବାଧ୍ୟତାମୂଳକ ଭାବେ ବ୍ଲିଙ୍କିଙ୍ଗ ଲାଇଟ୍ ଥିବା ସ୍ପେଶାଲ ରିଫ୍ଲେକ୍ଟିଭ ଜ୍ୟାକେଟ୍ (Reflective Safety Jacket) ପିନ୍ଧିବାର ବ୍ୟବସ୍ତା କରିବା ପାଇଁ କହିଛନ୍ତି।

 

ବୈଠକରେ ୱାର୍ଡ ନମ୍ବର ୧୩ ବିହାରୀପଡା, ପୋଦ୍ଦାର ପଡା( Biharipada, Poddar Colony), ୱାର୍ଡ ନମ୍ବର ୧୪, ୱାର୍ଡ ନମ୍ବର ୧୫, ୱାର୍ଡ ୧୬ ଚମାରପଡ଼ା (Chamarpada), ୱାର୍ଡ ୧୮, ୱାର୍ଡ ୧୯ ଗୋପାଲମଲ, କୁଲାଟପଡା, ଦାନିପାଲି(Gopalmal, Kultapada, Danipali), ୱାର୍ଡ ୨୦, ୱାର୍ଡ ୨୨ ମୋଦିପଡା (Modipada), ୱାର୍ଡ ୨୩, ୱାର୍ଡ ଏବଂ ୱାର୍ଡ ୨୭ ବରୁଣ ଏନକ୍ଲେଭ ଜଗନ୍ନାଥ କଲୋନୀ, ଏକ୍ଜିକୁଇଟିଭ କଲୋନୀ (Varun Enclave, Jagannath Mandir Colony, Executive Colony) ୱାର୍ଡ ୨୮, ୱାର୍ଡ ୩୨, ୱାର୍ଡ ୩୬, ୱାର୍ଡ ୩୭, ୱାର୍ଡ ୩୮ ଆଦି ଅଞ୍ଚଳର ଜଳ ନିଷ୍କାସନ ସମସ୍ୟା 

ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଧନୁପାଲି ଛକ ଏବଂ ଆର.ଏନ.ବି (R&B) ରାସ୍ତା ପାର୍ଶ୍ୱରେ ଥିବା କଲଭର୍ଟଗୁଡ଼ିକୁ ତୁରନ୍ତ ସଫା କରିବା ସହ ପ୍ରତିଟି ମୁଖ୍ୟ ଡ୍ରେନର ଓସାର ଏବଂ ଗଭୀରତା ଅତିକମରେ ୧ ମିଟର ରଖିବା ପାଇଁ ଉପଦେଶ ନିଆଯାଇଛି। ଏହା ସହିତ ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଭୟ ପାର୍ଶ୍ୱରେ ଥିବା ବିଦ୍ୟୁତ ଖୁଣ୍ଟ ଓ ପାଇପଲାଇନ ସ୍ଥାନାନ୍ତର କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର ସହରବାସୀଙ୍କ ବର୍ଷା ଦିନେ ଜଳବନ୍ଦୀ ସମସ୍ୟାର ସମାଧାନ କରିବା ପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରତିବଦ୍ଧ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026

You Might Also Like