-+91-9937148622 |
prerana_bgr@rediffmail.com |
Saturday 4th July 2026 |
R.N.I. Regd No. ODIODI/2010/46693
Breaking News
10-Feb-2021
ରାଉରକେଲା (ପ୍ରେରଣା ଖବର) : ରାଉରକେଲା ସହରର ପ୍ଲାଣ୍ଟ ସାଇଟ ଥାନା ଅନ୍ତର୍ଗତ ଡିଏଭି ଲେନ ଅଞ୍ଚଳରେ ଜଣେ ହୋଟେଲ ମାଲିକ ତଥା ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗତ ମଧ୍ୟ ରାତିରେ ହୋଟେଲ ମାଲିକ ନିଜ ଵାସଭବନ ଭିତରକୁ ପସୁଥିବା ବେଳେ କିଛି ଦୁର୍ବୃତ ବାରଣ୍ଡାରେ ମରଣାନ୍ତକ ଆକ୍ରମଣ କରିଥିଵା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଇସ୍ପାତ ଜେନେରାଲ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଲୁହା ରଡରେ ପିଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପ୍ଲାଣ୍ଟ ସାଇଟ ଥାନା ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ମୃତକ ହୋଟେଲ ମାଲିକ ସଜନ ମିତ୍ତଲ ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି। ହତ୍ୟା ର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁର୍ଵ ଶତୃତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।