-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*

20-Jul-2026



ରୋଡ଼ସ ଆଇଲ୍ୟାଣ୍ଡ : ଯୁକ୍ତରାଷ୍ଟ୍ର ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡ ରାଜ୍ଯରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି।ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ସୁନ୍ଦର ଭାବରେ ସଜା ଯାଇଥିବା ଦେଖା ଯାଇଥିଲା। ଏଠାରେ ସକାଳେ ମୁଖ୍ୟ ପୂଜାରୀ ଚନ୍ଦ୍ର ଶେଖରଙ୍କ ଦ୍ୱାରା ମଙ୍ଗଳ ଆରତୀ, ହୋମ ଓ ସ୍ୱତନ୍ତ୍ର ପୂଜାର୍ଚ୍ଚନା ତଥା

ନୀତିକାନ୍ତି ଆଦି ଧାର୍ମିକ ବିଧି ଅନୁଯାୟୀ ସମ୍ପନ୍ନ କରାଯାଇଥିଲା। ରୋଡ଼ସ ଆଇଲ୍ୟାଣ୍ଡରେ ନବମ    ଥର ପାଇଁ ଅନୁଷ୍ଠିତ ହେଉଥିବା ରଥଯାତ୍ରା ମହୋତ୍ସବକୁ କେନ୍ଦ୍ର କରି ଉପସ୍ଥିତ ଶତାଧିକ ଭକ୍ତଗଣଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ, ଅସୀମ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା। ଚଳିତବର୍ଷ ଘୋଷ ଯାତ୍ରାରେ ରୋଡ଼ସ ଆଇଲ୍ୟାଣ୍ଡର ଶ୍ରଦ୍ଧାଳୁମାନଙ୍କ ସହିତ ସୁଦୂର ପେନସିଲଭାନିଆ, ନିୟୁଜର୍ସି, କନେକ୍ଟିକଟ ଓ ମାସାଚ୍ୟୁଟସ ଆଦି ସ୍ଥାନରୁ ବହୁ ସଂଖ୍ୟାରେ ଓଡ଼ିଆ ଓ ଅଣଓଡ଼ିଆ ଭକ୍ତ, ସେମାନଙ୍କର ପରିବାରବର୍ଗ ଓ ବନ୍ଧୁ ପରିଜନଙ୍କ ସହିତ ଆସି ଭାଗ ନେଇଥିବାର ଲକ୍ଷ୍ୟ କରାଯାଇଥିଲା। ଦିନ ସାଢେ଼ ୧୧ ଟାରେ ମନ୍ତ୍ରର ଗହଗହ ଉଚ୍ଚାରଣ, ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନି ତଥା ଶଙ୍ଖ, ଘଣ୍ଟ, କରତାଳ, ମର୍ଦଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଘୋର ଘର୍ଘର ସ୍ୱର ଝଙ୍କାର ଦ୍ୱାରା ଗଗନ ପବନ ପ୍ରକମ୍ପିତ ହେବା ମଧ୍ୟରେ ଚାରି ଠାକୁରଙ୍କର ଧାଡ଼ି ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତା'ପରେ ବଡଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବାଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସେବାୟତ ଓ ସଙ୍ଗଠକମାନେ ସାହି ରୋଷଣୀ କରି ମନ୍ଦିର ସାମ୍ନାରେ ଦଣ୍ଡାୟମାନ ସୁନ୍ଦର, ସୁରମ୍ୟ ଓ ବିଭିନ୍ନ ରଙ୍ଗବେରଙ୍ଗ କପଡାରେ ସୁସଜ୍ଜିତ ନବ ନିର୍ମିତ ରଥ ଉପରକୁ ନେଇ ଆସୀନ କରାଯାଇଥିଲା। ଏଠାରେ ମହିଳାମାନେ ଦେବୀ ସୁଭଦ୍ରାଙ୍କୁ ନଚେଇ ନଚେଇ ରଥ ଉପରକୁ ନେଉଥିବାର ଦୃଶ୍ୟ ଅତ୍ୟନ୍ତ ହୃଦୟସ୍ପର୍ଶୀ ଥିଲା। ରାଜଶ୍ରୀ ପଣ୍ଡା,   ରଞ୍ଜିତା ପରିଡା,ସୁଦୀପା ନାୟକ ଏବଂ ଶ୍ରଦ୍ଧା ନାୟକ ପ୍ରମୁଖ ଶ୍ରୀଜିଉମାନଙ୍କୁ ଓ ସେମାନଙ୍କ ରଥକୁ ଖୁବ ସୁନ୍ଦର ଭାବରେ ଫୁଲ ମାଳ ସହିତ ସଜ୍ଜାଇ ଥିଲେ।
                                                      ଶ୍ରୀ ସିଦ୍ଧି ବିନାୟକ ମନ୍ଦିରର ଅଧ୍ୟକ୍ଷ ନାଗେସ କାମସାନି ପାରମ୍ପରିକ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ।ଭଜନ, ଜଣାଣ ଓ କୀର୍ତ୍ତନର ତାଳେତାଳେ ଅପରାହ୍ନ ୧ଟା ବେଳେ ରଥଟଣା ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ରଥଟିକୁ ସିଦ୍ଧିବିନାୟକ ମନ୍ଦିରର ଚତୁଃପାର୍ଶ୍ଵରେ ଏକ କିଲୋମିଟର ଦୂର ପର୍ଯ୍ୟନ୍ତ ଟଣା ଯାଇ ପୁଣି ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା। ୱାରୱିକର ରାଜରାସ୍ତାରେ ରାଜକୀୟ ଠାଣିରେ ଚତୁର୍ଦ୍ଧା ମୂର୍ତ୍ତି ଆରୋହଣ କରିଥିବା ଅପରୂପ ଓ ଅନୁପମ ରଥଟି ଗଡ଼ି ଗଡ଼ି ଚାଲିବାର ଦୃଶ୍ୟ ଅନନ୍ୟ ଓ ଅବିସ୍ମରଣୀୟ ଥିଲା। ଭକ୍ତ ଓ ଭଗବାନଙ୍କର ମିଳନର ଏହା ବିରଳ ଅବସର ଥିଲା। ବିଶେଷ କରି

ଜଗତରନାଥ ଶ୍ରୀଜଗନ୍ନାଥଙ୍କୁ ରଥ ଉପରେ ଦର୍ଶନ କରି ଭାରତୀୟ ଏବଂ ବିଦେଶୀ ଶ୍ରଦ୍ଧାଳୁମାନେ କୃତ କୃତ୍ୟ ହେଉଥିବା ନଜରକୁ ଆସିଥିଲା ।ମନ୍ଦିରକୁ ଫେରିବା ପରେ ଦିଅଁ ମାନଙ୍କୁ ପୁରୀର ଆନନ୍ଦ ବଜାର ଶୈଳୀରେ ପ୍ରସ୍ତୁତ ସ୍ୱାଦିଷ୍ଟ ମହାପ୍ରସାଦ ଭୋଗ ଲଗାଯାଇଥିଲା। ଏହି ଭୋଗକୁ ଆଗନ୍ତୁକମାନଙ୍କ ମଧ୍ୟରେ ପରେ ବିତରଣ କରାଯାଇଥିଲା।

ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ମଧ୍ୟରେ ସନ୍ନି ମିଶ୍ର ଓ ପ୍ରଜ୍ଞା ବେହେରାଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ, ଅନ୍ୟରା ପଣ୍ଡା ଏବଂ ଅକାଂକ୍ଷା ପଟ୍ଟନାୟକଙ୍କ ଦ୍ବାରା ମର୍ମସ୍ପର୍ଶୀ ଓଡ଼ିଶୀ ନୃତ୍ୟ ପ୍ରସ୍ତୁତି,  ସୁକୃତି ଗୁପ୍ତାଙ୍କ ଦ୍ୱାରା ମନଲୋଭା କଥକ ନୃତ୍ୟ ପ୍ରଦର୍ଶନ ତଥା ଅକାଂକ୍ଷା ପଟ୍ଟନାୟକଙ୍କ ଦ୍ବାରା ଚଳନ୍ତି ରଥ ସମ୍ମୁଖରେ ସୁଲଳିତ ଜଣାଣ ଗାୟନ  ଆଦି ଅନ୍ତର୍ଭୁକ୍ତ ଥିଲା।ସମଗ୍ର ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୋମ୍ୟଶ୍ରୀ ଦାଶ ସୂଚାରୁ ରୂପେ ଉପସ୍ଥାପନା ଓ ସଂଯୋଜନା କରିଥିଲେ।

ୱାର୍ଲଡ୍ ଓଡ଼ିଶା ସୋସାଇଟିର ଆନ୍ତର୍ଜାତିକ ସଂଯୋଜକ ଅକ୍ଷୟ ମହାନ୍ତିଙ୍କର ସାମଗ୍ରିକ ତତ୍ତ୍ଵାବଧାନରେ ଆୟୋଜିତ ରଥଯାତ୍ରା ଉତ୍ସବକୁ ବିପୁଳ ଭାବେ ସଫଳ କରାଇବାରେ ସୁଦକ୍ଷ ସଂଗଠକ ବୃନ୍ଦ ଯଥା  ପଙ୍କଜ ପଣ୍ଡା, ବବିତା ମହାନ୍ତି, ମୁନମୁନ୍ ଦାସ, ମଣି ମହାପାତ୍ର, ଶୁଭ୍ରାଂଶୁ ମହାନ୍ତି, ସିମ୍ମୀ ମହାପାତ୍ର, ସରୋଜ ବେହେରା, ସୌରଭ ମିଶ୍ର, ସୋମ୍ୟଶ୍ରୀ ଦାଶ, ବିଶ୍ୱ ପଟ୍ଟନାୟକ, ଚନ୍ଦ୍ରଶେଖର ମହାନ୍ତି, ସନ୍ତୋଷ ବେହେରା, ଲୀନା ପଟ୍ଟନାୟକ, ସୁକାନ୍ତ ପାତ୍ର, କଳ୍ପନା ମହାନ୍ତି, କରୁଣା ମେହେଟ୍ଟା, ଦେବାଶିଷ ପଣ୍ଡା, ସ୍ୱରୂପାନନ୍ଦ ସ୍ୱାଇଁ, ମୌସୁମୀ ରାଉତ,ବିରଜା ଦାଶ ଏବଂ ବାସନ୍ତୀ ଦାଶ ପ୍ରମୁଖଙ୍କର ଭୂମିକା ବେଶ ଉଲ୍ଲେଖଯୋଗ୍ୟ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like