-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*

22-Jul-2026



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପି ସି ପିଏନଡିଟି (PCPNDT) ଉପଦେଷ୍ଟା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ମାଝୀ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ପାଇଁ ସମସ୍ତ ସଭ୍ୟ ସଭ୍ୟାମାନଙ୍କ ସହଯୋଗ ଓ ସକ୍ରିୟ ଅଂଶଗ୍ରହଣ ପାଇଁ ଆହ୍ୱାନ କରିଥିଲେ। ଏଥିପାଇଁ ପ୍ରଶାସନିକ ତତ୍ପରତା ସହିତ ବ୍ୟାପକ ଜନସଚେତନତାର ଆବଶ୍ୟକତା ରହିଛି ବୋଲି ସେ ସୂଚାଇଥିଲେ।

ଜିଲ୍ଲାରେ ବର୍ତ୍ତମାନ ମୋଟ ୧୫ଟି ଅଲ୍ଟ୍ରାସାଉଣ୍ଡ କ୍ଲିନିକ କାର୍ଯ୍ୟକ୍ଷମ ରହିଛି। ସେଥିମଧ୍ୟରୁ ୭ଟି ସରକାରୀ ଏବଂ ୮ଟି ଘରୋଇ (ବେସରକାରୀ) ଅଲ୍ଟ୍ରାସାଉଣ୍ଡ କ୍ଲିନିକ ରହିଛି।

ଓଡ଼ିଶାରେ ଜନ୍ମ ସମୟରେ ପ୍ରତି ୧୦୦୦ ପୁଅ ଶିଶୁରେ ୯୨୩ ଝିଅ ଶିଶୁ ଜନ୍ମ ହେଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରେ ଏହା ୮୯୬ ରହିଛି। ବିଶେଷକରି ଉଲୁଣ୍ଡା ବ୍ଲକରେ ପ୍ରତି ୧୦୦୦ ପୁଅ ଶିଶୁରେ ୮୬୮ ଝିଅ ଶିଶୁ ଏବଂ ତରଭା ବ୍ଲକରେ ପ୍ରତି ୧୦୦୦ ପୁଅ ଶିଶୁରେ ମାତ୍ର ୭୪୪ ଝିଅ ଶିଶୁ ରହିଥିବାରୁ ୨୦୨୫–୨୬ ବର୍ଷ ପାଇଁ ଏହି ଦୁଇଟି ବ୍ଲକର ପ୍ରଦର୍ଶନ ଅତ୍ୟନ୍ତ ଚିନ୍ତାଜନକ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ଆଗାମୀ ଦିନରେ ଏହି ବ୍ଲକଗୁଡ଼ିକରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ ନିବିଡ଼ ତଦାରଖ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହା ସହିତ, କନ୍ୟା ଭ୍ରୂଣ ହତ୍ୟା ସମ୍ପର୍କିତ କୌଣସି ସୂଚନା ଜଣେ ସାଧାରଣ ବ୍ୟକ୍ତି ପ୍ରଦାନ କଲେ ତାଙ୍କୁ ୨୫,୦୦୦ ଟଙ୍କା ପୁରସ୍କାର ପ୍ରଦାନ କରାଯିବା ସହିତ ତାଙ୍କର ପରିଚୟ ଓ ସମସ୍ତ ତଥ୍ୟ ସମ୍ପୂର୍ଣ୍ଣ ଗୋପନ ରଖାଯିବ ବୋଲି ସୂଚନା ଦିଆଯାଇଥିଲା।

ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ଉଷାରାଣୀ ଦାସ, ବୀରମହାରାଜପୁର ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା. ପ୍ରକାଶ ଦଣ୍ଡସେନା, ଡ଼ା. ଦୈତ୍ୟ ନାରାୟଣ ପାଢ଼ୀ (ପୂର୍ବତନ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ), ରୂପକ କୁମାର ମହାପାତ୍ର (ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ), ଡ୍ରଗ ଇନ୍ସ୍ପେକଟର ଟିକେଶ୍ୱରୀ ଭୋଇ, ସ୍ବେଛାସେବୀ ମନୋରଞ୍ଜନ ତ୍ରିପାଠୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ବୀଣାପାଣି ମିଶ୍ର, ପ୍ରସୂତି ବିଶେଷଜ୍ଞ ବିନିକା ସତ୍ୟନାରାୟଣ ପାଣିଗ୍ରାହୀ ଏବଂ ଉଲୁଣ୍ଡା ମେଡିକାଲ ଅଧିକାରୀ, ଡ଼ ମୁକେଶ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଶୋଭନା ଦାଶ ବୈଠକର କାର୍ଯ୍ୟବିବରଣୀ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like