-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ

22-Jul-2026



ବଲାଙ୍ଗୀର,କଣ୍ଟାବାଞ୍ଜି ସହର ଓ ଏହାର ଆଖପାଖ ଗ୍ରାମାଞ୍ଚଳର ବର୍ଦ୍ଧିତ ଜନସଂଖ୍ୟାକୁ ଦୃଷ୍ଟିରେ ରଖି କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବ୍ୟାପକ ସୁଧାର ଓ ଭିତ୍ତିଭୂମିର ଉନ୍ନତି ପାଇଁ ଆଜି କଣ୍ଟାବାଞ୍ଜି ନାଗରିକ କମିଟିର ଏକ ପ୍ରତିନିଧି ଦଳ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (CDMO)ଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ନାଗରିକ କମିଟି ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଚିକିତ୍ସାଳୟର ସାଧାରଣ ୱାର୍ଡରେ ମାତ୍ର ୪୦ଟି ବେଡ୍ ରହିଛି, ଯାହା ମଧ୍ୟରୁ ଅନେକ ଭଙ୍ଗା ଓ କଳଙ୍କିତ ଅବସ୍ଥାରେ ଥିବାରୁ ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ସେହିପରି ଗର୍ଭବତୀ ମହିଳାଙ୍କ ସେବା ପାଇଁ ଅଧିକ ୨ ଜଣ ସ୍ତ୍ରୀ ରୋଗ ବିଶେଷଜ୍ଞଙ୍କ ଆବଶ୍ୟକତା ଥିବା ବେଳେ ପ୍ରସୂତି ବିଭାଗର ଅପରେସନ ଥିଏଟର (OT) ଦୀର୍ଘ ଦିନ ହେବ ଅଚଳ ହୋଇ ପଡ଼ିରହିଛି। ଏହାଫଳରେ ଜରୁରୀକାଳୀନ ପରିସ୍ଥିତିରେ ରୋଗୀମାନେ ବେଲପଡ଼ା କିମ୍ବା ପାଟଣାଗଡ଼ ଦୌଡ଼ିବାକୁ ବାଧ୍ୟ ହେଉଛନ୍ତି। ଏହା ବ୍ୟତୀତ ହସ୍ପିଟାଲର ଏକ୍ସ-ରେ ସେବା ବନ୍ଦ ରହିବା, ଦାନ୍ତ ଓ ଫିଜିଓଥେରାପି ଓପିଡି (OPD) ଅଚଳ ରହିବା ଏବଂ ମାଗଣା ଆବଶ୍ୟକୀୟ ଔଷଧର ଘୋର ଅଭାବ ଯୋଗୁଁ ସ୍ଥାନୀୟ ଗରିବ ଜନସାଧାରଣ ବାହାରୁ ଚଢ଼ା ଦାମରେ ଔଷଧ କିଣିବାକୁ ବାଧ୍ୟ ହେଉଛନ୍ତି। ହସ୍ପିଟାଲରେ ୪ଟି OPD ରୁମ ମଧ୍ୟରୁ ମାତ୍ର ଗୋଟିଏ କାର୍ଯ୍ୟକ୍ଷମ ଥିବା ବେଳେ ବାକି ୩ଟି ଭଙ୍ଗା ଅବସ୍ଥାରେ ରହିଛି। ଶୌଚାଳୟଗୁଡ଼ିକର ନିୟମିତ ସଫେଇ ଓ ପିଇବା ପାଣି ପାଇଁ ୱାଟର କୁଲରଗୁଡ଼ିକର ତୁରନ୍ତ ମରାମତି କରିବା ସହ ରୋଗୀ ପଞ୍ଜୀକରଣ ପାଇଁ ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତ କରିବାକୁ କମିଟି ଦୃଢ଼ ଦାବି କରିଛି।
ସ୍ମାରକପତ୍ର ଗ୍ରହଣ କରିବା ପରେ CDMO ସମସ୍ୟାଗୁଡ଼ିକର ସମାଧାନ ପ୍ରତି ବିଶେଷ ଦୃଷ୍ଟି ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଶବ ବ୍ୟବଚ୍ଛେଦ (Post-Mortem) ବିଭାଗ ପାଇଁ ଜଣେ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇ ସାରିଛି ବୋଲି ସେ ପ୍ରତିନିଧି ଦଳକୁ ଜଣାଇଛନ୍ତି।
ଜୋରଦାର ଆନ୍ଦୋଳନ ଓ ପଦଯାତ୍ରା ଚେତାବନୀ:
ନାଗରିକ କମିଟି ପକ୍ଷରୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି ଯେ, ଯଦି ଆଗାମୀ ଦିନରେ ଏହି ସବୁ ଦାବିଗୁଡ଼ିକ ତୁରନ୍ତ ପୂରଣ କରାନଯାଏ, ତେବେ କମିଟି ତରଫରୁ ଜୋରଦାର ଆନ୍ଦୋଳନ କରାଯିବ। କଣ୍ଟାବାଞ୍ଜି ମା' ଦୁଆରସନୀଙ୍କ ପୀଠରୁ ବଲାଙ୍ଗୀର CDMO ଅଫିସ୍ ପର୍ଯ୍ୟନ୍ତ ଏକ ବିଶାଳ ପଦଯାତ୍ରା କରାଯିବ ବୋଲି ପ୍ରତିନିଧି ଦଳ ଚେତାବନୀ ଦେଇଛନ୍ତି।
ଏହି ସ୍ମାରକପତ୍ର ପ୍ରଦାନ ସମୟରେ ନାଗରିକ କମିଟିର ସଭାପତି ବିଶାଳ ତାଣ୍ଡି, ଉପସଭାପତି ରାଜୁ ଛତ୍ରିଆ, ଯୁଗ୍ମ ସମ୍ପାଦକ ଲୋକେଶ ଭୋଇ, ସଦସ୍ୟ ଲକି ପାନିକା, ଦୁଃଖନାଶନ ମଲ୍ଲିକ ଓ ଜୟନ୍ତ ବାଞ୍ଛୋର ଉପସ୍ଥିତ ଥିଲେ। ଏହି ଦାବିପତ୍ରକୁ KMMର ଜିତୁ ନାୟକ, wyom ଥବିର ପ୍ରମୁଖ ସମର୍ଥନ ଜଣାଇବା ସହ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like