-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ରାଜ୍ୟ

ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

22-Jul-2026



ଭୁବନେଶ୍ୱର(, ମୁରଲୀଧର ମିଶ୍ର):  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ ମଧ୍ୟ କରିଛନ୍ତି।

ବୈଠକରେ ହୋଇଥିବା ଆଲୋଚନାରୁ ଜଣା ଯାଇଛି ଯେ, ରଥଯାତ୍ରା ଠାରୁ ଆଜି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ପ୍ରାୟତଃ ଠିକ୍ ଭାବରେ ପରିଚାଳିତ ହୋଇଛି। ଲଗାଣ ବର୍ଷା, ପ୍ରତିକୂଳ ପାଗ, ଗରମ ଓ ଗୁଳୁଗୁଳି ସତ୍ତ୍ୱେ ଅଧିକାରୀ ଓ କର୍ମଚାରୀ ତଥା ଭକ୍ତମାନଙ୍କ ସେବା ଓ ସମର୍ପଣ କୌଣସି ମାତ୍ରାରେ ପ୍ରଭାବିତ ହୋଇନାହିଁ। ସେବାୟତମାନଙ୍କ ନିଷ୍ଠା ଓ ସମର୍ପଣ ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମହାପ୍ରଭୁଙ୍କ ସେବାରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଟିମ୍ ସ୍ପିରିଟ ନେଇ କାମ କରୁଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ପୁରୀ ସହରରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସଜାଗ ରହି ସମସ୍ତ ବ୍ୟବସ୍ଥାର ନିୟମିତ ପରିଚାଳନା ଓ ତଦାରଖ କରୁଛନ୍ତି। ପହଣ୍ଡି, ରଥଟଣା, ଦକ୍ଷିଣି ମୋଡ, ଆଡପ ମଣ୍ଡପ ଦର୍ଶନ, ପ୍ରତ୍ୟେକ ସମୟରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିୟମିତ ତଦାରଖ କରୁଛନ୍ତି। 

ବୈଠକରେ ଭିଡ ପରିଚାଳନା ଓ ନିରନ୍ତର ସୂଚନା ସଞ୍ଚାର (Information Flow) ଉପରେ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଭିଡରେ ଜନଗହଳିକୁ (Crowd Density) ବୈଜ୍ଞାନିକ ପଦ୍ଧତିରେ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,   CCTV ରୁ ମିଳୁଥିବା ସୂଚନାକୁ ଇଣ୍ଟିଗ୍ରେଟେଡ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା ଜରିଆରେ ସମସ୍ୟା ଥିବା ସ୍ଥାନକୁ ତୁରନ୍ତ ପ୍ରଦାନ କରାଗଲେ, ସମସ୍ୟାର ସମାଧାନ ହୋଇପାରିବ।   ଆଗକୁ ବାହୁଡା ଯାତ୍ରା ସହିତ ମହାପ୍ରଭୁଙ୍କ ସୁନାବେଶ ଓ ନିଳାଦ୍ରୀବିଜେ ଅନୁଷ୍ଠିତ ହେବ। ତେଣୁ, ସମସ୍ତ ନୀତିକାନ୍ତି ଯେପରି ସୁଚାରୁ ରୂପେ ପାଳିତ ହେବ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ରଥଯାତ୍ରାରେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ, ଦୁଇଜଣ ଶ୍ରଦ୍ଧାଳୁଙ୍କ ଜୀବନହାନି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ

ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତ ଶ୍ରଦ୍ଧାଳୁଙ୍କ ପରିବାରବର୍ଗଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ, ପୋଲିସ ମଡର୍ଣ୍ଣାଇଜେସନ୍‌ର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପୋଲିସ ପ୍ରଶାସନର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। 

ବୈଠକରେ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର,  ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ ସିଂ ପ୍ରମୁଖ ଉପସ୍ଥିତ ରହି ବାହୁଡା ଓ ସୁନାବେଶ ପରିଚାଳନା ସମ୍ପର୍କରେ ମତାମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like