-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଦେଶ ବିଦେଶ

ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା

22-Jul-2026



ଭୁବନେଶ୍ଵର(ପ୍ରେରଣା ଖବର): ଯେଉଁ ସ୍ୱଦେଶାନୁରାଗ ଓ ଭାବପ୍ରବଣତା ଗୋଟିଏ ଜାତିକୁ ଆନୁଗତ୍ୟ, ସହାନୁଭୂତି ଓ ସାଂସ୍କୃତିକ ବନ୍ଧନ ମଧ୍ୟରେ ବାନ୍ଧି ଜନସାଧାରଣଙ୍କ ମଧ୍ୟରେ ଏକତାର ଭାବ ସୃଷ୍ଟି କରିଥାଏ ତାହା ଜାତୀୟତାବାଦ। ଓଡ଼ିଆ ସାହିତ୍ୟରେ ଉତ୍କଳଦୀପିକା, ବାଲେଶ୍ଵରର ସମ୍ବାଦବାହିକା, ସମ୍ବଲପୁର ହିତୈଷିଣୀ, ଉତ୍କଳପୁତ୍ର, ପୁରୁଷୋତ୍ତମ ଚନ୍ଦ୍ରିକା ଉତ୍କଳ ସାହିତ୍ୟ ଆଦି ପତ୍ରିକାର ଭୂମିକା ମଧ୍ୟ ଏ କ୍ଷେତ୍ରରେ ସ୍ମରଣୀୟ। ରାଧାନାଥ ରାୟ, ଫକୀରମୋହନ ସେନାପତି, ମଧୁସୂଦନ ଦାସ, ଗଙ୍ଗାଧର ମେହର, ନନ୍ଦକିଶୋର ବଳ, କୁନ୍ତଳାକୁମାରୀ ସାବତଙ୍କ ସମେତ ସତ୍ୟବାଦୀର ସାଧକଗଣ ତଥା ଅନ୍ୟାନ୍ୟ କବିମାନେ ସେମାନଙ୍କ କବିତାରେ ଐତିହ୍ୟ ପ୍ରୀତି, ମାତୃଭୂମି ପ୍ରୀତି, ଭାଷାପ୍ରୀତି, ଆଞ୍ଚଳିକତାର ମୋହ ଓ ସର୍ବୋପରି ମୁକ୍ତି ଆନ୍ଦୋଳନ ପ୍ରତି ରହିଥିବା ସମର୍ଥନକୁ ପ୍ରକାଶ କରି ନିଜ ନିଜର ଜାତୀୟ ଚେତନାର ଯଥାର୍ଥ ପରିଚୟ ପ୍ରଦାନ କରିପାରିଅଛନ୍ତି ବୋଲି ସାହିତ୍ୟ ଅକାଦେମି ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ପ୍ରୟାସରେ ୨୨ ଜୁଲାଇ ୨୦୨୬ ପୂର୍ବାହ୍ଣ ୧୧.୦୦ ଘଟିକାରେ ଭୁବନେଶ୍ଵରସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏକଦିବସୀୟ ଆଲୋଚନାଚକ୍ର "ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା' ଶୀର୍ଷକ ବିଷୟବସ୍ତୁଙ୍କୁ ନେଇ ଆମନ୍ତ୍ରିତ ଅତିଥି ଓ ବକ୍ତାଙ୍କ ଦ୍ଵାରା ମତପ୍ରକାଶ ପାଇଥିଲା।
ଉଦ୍‌ଘାଟନୀ ଅଧିବେଶନରେ ସାହିତ୍ୟ ଅକାଦେମିର ସଚିବ ଡକ୍ଟର ବରୁଣ ଗୁଲାଟି ଏହାର ଆଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ବିଶିଷ୍ଟ କଥାକାର ଓ ସୁସାହିତ୍ୟିକ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀଯୁକ୍ତ ଦେବପ୍ରସାଦ ଦାଶ ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା ଶୀର୍ଷକ ବିଷୟବସ୍ତୁ ଉପରେ ନିଜର ଉଦ୍‌ଘାଟନୀ ଅଭିଭାଷଣ ପ୍ରଦାନ କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ସମ୍ମାନନୀୟ ଅତିଥି ଭାବେ ଯୋଗଦାନ କରି ଓଡ଼ିଆ ଜାତିର ଜନଜୀବନକୁ ସଂଗଠିତ କରିବା କ୍ଷେତ୍ରରେ ତଥା ଓଡ଼ିଆ କବିତାରେ ରହିଥିବା ଜାତୀୟତାବାଦୀ ଚେତନାରେ ଚିରନମସ୍ୟ ସାଧକମାନଙ୍କର ଅବଦାନ ଅବିସ୍ମରଣୀୟ ବୋଲି ବକ୍ତବ୍ୟ ଉପସ୍ଥାପନ କରିଥିଲେ। ବିଶିଷ୍ଟ ଅନୁବାଦିକା ତଥା ସୁଲେଖିକା ଡକ୍ଟର ଶକୁନ୍ତଳା ବଳିଆରସିଂହ ଆଲୋଚ୍ୟ ବିଷୟବସ୍ତୁକୁ ନେଇ ମୂଳ ଭାଷଣ ପ୍ରଦାନ କରିଥିଲେ। ସାହିତ୍ୟ ଅକାଦେମି ଓ ଓଡ଼ିଆ ଉପଦେଷ୍ଟା ପରିଷଦର ଆବାହକ ଡକ୍ଟର ଗୌରହରି ଦାସ ସଭାମୁଖ୍ୟ ଭାବରେ ଯୋଗଦାନ କରି ପୂର୍ବରୁ ଆଲୋଚନା କରିଥିବା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ବକ୍ତବ୍ୟ ସଂପର୍କରେ ସମ୍ୟକ୍ ସୂଚନା ପ୍ରଦାନ କରିବା ସହ ଗାଥାକବିତା ଓ ବିଭିନ୍ନ ଉଦ୍‌ବୋଧନ ମୂଳକ କବିତାରେ ଓଡ଼ିଶାର ଜାତୀୟ ଜୀବନ କିପରି ସଂଗଠିତ ହୋଇପାରିଥିଲା ଏହାରି ଉପରେ ନିଜର

ବକ୍ତବ୍ୟ ଉପସ୍ଥାପନ କରିଥିଲେ। ସାହିତ୍ୟ ଅକାଦେମି ପକ୍ଷରୁ ଶ୍ରୀଯୁକ୍ତ କ୍ଷେତ୍ରବାସୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରଥମ ଅଧିବେଶନରେ ଡକ୍ଟର ବାସୁଦେବ ଦାସଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ଅରୁଣ କୁମାର ସାହୁ, ବିଶ୍ଵରଂଜନ ଦାସ ଓ ନାରାୟଣ ପଣ୍ଡା ତତ୍‌ସହ ଦ୍ଵିତୀୟ ଅଧିବେଶନରେ ସଭାମୁଖ୍ୟ ଭାବେ ପ୍ରଫେସର ଉଦୟନାଥ ସାହୁଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ଡକ୍ଟର ରମେଶ ଚନ୍ଦ୍ର ବେହେରା ଓ ରଂଜିତ ପରିଡ଼ା ଆଦି ଯୋଗଦାନ କରି ପ୍ରବନ୍ଧ ଉପସ୍ଥାପନ କରିଥିଲେ। ପରିଶେଷରେ ଓଡ଼ିଶା ସାହିତ୍ୟ ଏକାଡେମୀର ସହ-ସଚିବ ସଞ୍ଜୟ କୁମାର ଛୁଆଳସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସାହିତ୍ୟ ଅକାଦେମି ପକ୍ଷରୁ ଏକ ପୁସ୍ତକ ପ୍ରଦର୍ଶନୀ ଓ ବିକ୍ରୟ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like