-+91-9937148622 |
prerana_bgr@rediffmail.com |
Friday 31st July 2026 |
R.N.I. Regd No. ODIODI/2010/46693
Breaking News
30-Jul-2026
ଭୁବନେଶ୍ୱର (ପ୍ରେରଣା ଖବର): ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ଏବଂ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତି l ମାନ୍ୟବର ମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ସ୍ଵତନ୍ତ୍ର ସହାୟତା ଆୟୁକ୍ତ (SRC) ଶ୍ରୀ ରାଜେଶ ପ୍ରଭାକର ପାଟିଲ୍ ମଧ୍ଯ ଉପସ୍ଥିତ ରହି ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି l ସୂଚନାଯୋଗ୍ୟ ଯେ, ଆଜି ପୂର୍ବାହ୍ନରେ ବନ୍ୟାଞ୍ଚଳ ଗସ୍ତ ପୂର୍ବରୁ ଲୋକସେବା ଭବନଠାରେ ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଦାୟିତ୍ଵରେ ଥିବା ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହ ମାନ୍ୟବର ମନ୍ତ୍ରୀ ଆଲୋଚନା କରିଥିଲେ l